Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 2:9 - ଓଡିଆ ବାଇବେଲ

9 ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି, ପ୍ରଭୁଙ୍କର ଗୌରବର ଆଲୋକ ସେମାନଙ୍କ ଚାରିଅାଡ଼େ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି ପ୍ରଭୁଙ୍କର ଗୌରବର ଜ୍ୟୋତିଃ ସେମାନଙ୍କ ଚତୁର୍ଦ୍ଦିଗରେ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ସେତେବେଳେ ପ୍ରଭୁଙ୍କର ଜଣେ ସ୍ୱର୍ଗଦୂତ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କ ଉପରେ ପ୍ରଭୁ୍ଙ୍କ ମହିମା ପ୍ରକାଶିତ ହେଲା। ସେମାନେ ଅତିଶୟ ଭୟଭୀତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି, ପ୍ରଭୁଙ୍କର ଗୌରବର ଆଲୋକ ସେମାନଙ୍କ ଚାରିଅାଡ଼େ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ।

Gade chapit la Kopi

ପବିତ୍ର ବାଇବଲ

9 ପ୍ରଭୁଙ୍କର ଜଣେ ଦୂତ ମେଷପାଳକମାନଙ୍କ ସମ୍ମୁଖରେ ଠିଆ ହେଲେ। ପ୍ରଭୁଙ୍କର ଗୌରବର ଜ୍ୟୋତିଃ ସେମାନଙ୍କର ଚତୁର୍ଦ୍ଦିଗରେ ଝଲକି ଉଠିଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 2:9
27 Referans Kwoze  

ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭ ଉପରେ ଉଦିତ ହୋଇଅଛି।


କିନ୍ତୁ ଆମ୍ଭେମାନେ ସମସ୍ତେ ଅନାଚ୍ଛାଦିତ ମୁଖରେଦର୍ପଣରେ ଦେଖିବା ପରି ପ୍ରଭୁଙ୍କ ଗୌରବ ଦେଖୁ ଦେଖୁ ଗୌରବଯୁକ୍ତ ଅବସ୍ଥାରୁ ଅଧିକ ଗୌରବଯୁକ୍ତ ଅବସ୍ଥା ପ୍ରାପ୍ତ ହୋଇ ତାହାଙ୍କ ସେହି ମୂର୍ତ୍ତିରେ ପରିବର୍ତ୍ତିତ ହେଉଅଛୁ; ଯେଣୁ ପ୍ରଭୁ ଯେ କି ଆତ୍ମା, ତାହାଙ୍କଠାରୁ ଏହି ସବୁ ହେଉଅଛି ।


ଏଥିଉତ୍ତାରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ଵର୍ଗରୁ ଓହ୍ଲାଇ ଆସିବାର ଦେଖିଲି; ସେ ମହାକ୍ଷମତାପନ୍ନ, ତାହାଙ୍କ ମହିମାରେ ପୃଥିବୀ ଆଲୋକମୟ ହୋଇଗଲା ।


ଯେଣୁ ମୁଁ ଯେଉଁ ଈଶ୍ୱରଙ୍କର ଲୋକ, ପୁଣି, ଯାହାଙ୍କର ମଧ୍ୟ ମୁଁ ସେବା କରେ, ତାହାଙ୍କର ଜଣେ ଦୂତ ଏହି ରାତ୍ରିରେ ମୋ ପାଖରେ ଠିଆ ହୋଇ କହିଲେ,


ତହିଁରେ ସେହି ମେଘ ସକାଶୁ ଯାଜକମାନେ ପରିଚର୍ଯ୍ୟା କରିବାକୁ ଠିଆ ହୋଇ ପାରିଲେ ନାହିଁ; କାରଣ, ସଦାପ୍ରଭୁଙ୍କ ଗୃହ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ହେଲା।


କିନ୍ତୁ ପ୍ରଭୁଙ୍କର ଜଣେ ଦୂତ ରାତ୍ରିକାଳରେ କାରାଗାରର ଦ୍ୱାରସବୁ ଫିଟାଇଦେଲେ ଓ ସେମାନଙ୍କୁ ବାହାର କରି ଆଣି କହିଲେ,


ଯିଶାଇୟ ଏହି ସବୁ କହିଲେ, କାରଣ ସେ ତାହାଙ୍କର ମହିମା ଦେଖିଲେ ଓ ତାହାଙ୍କ ବିଷୟରେ କଥା କହିଲେ ।


ଆଉ, ସେମାନେ ସେ ସମ୍ବନ୍ଧରେ ହତବୁଦ୍ଧି ହେଉଅଛନ୍ତି, ଏପରି ସମୟରେ ଦେଖ, ଉଜ୍ଜ୍ୱଳ ବସ୍ତ୍ର ପରିହିତ ଦୁଇ ଜଣ ବ୍ୟକ୍ତି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;


ପୁଣି, ପ୍ରାତଃ କାଳରେ ସଦାପ୍ରଭୁଙ୍କର ମହିମା ଦେଖିବ; ଯେହେତୁ ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭମାନଙ୍କ ବଚସା ସେ ଶୁଣନ୍ତି; ଆମ୍ଭେମାନେ କିଏ ଯେ, ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ବଚସା କର ?”


ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ ।


ଆଉ ସେହି ଦୃଶ୍ୟ ଏପରି ଭୟଙ୍କର ଥିଲା ଯେ, ମୋଶା ହିଁ କହିଲେ, ମୁଁ ଅତ୍ୟନ୍ତ ଭୀତ ଓ କମ୍ପିତ ହେଉଅଛି ।


ଈଶ୍ୱରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି । ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ଗୃହୀତ ହେଲେ ।


ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ୱର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ୱରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି ।


ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି, କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାହାଙ୍କୁ ଉଠାଇ କହିଲେ, ଶୀଘ୍ର ଉଠ । ସେଥିରେ ତାହାଙ୍କ ହାତରୁ ଶିକୁଳି ଖସିପଡ଼ିଲା ।


ସେ ଗୃହରେ ପ୍ରବେଶ କରି ତାଙ୍କ ନିକଟକୁ ଆସି କହିଲେ, ଆଗୋ ଅନୁଗ୍ରହପାତ୍ରୀ, ତୁମ୍ଭର ମଙ୍ଗଳ ହେଉ, ପ୍ରଭୁ ତୁମ୍ଭର ସହବର୍ତ୍ତୀ ।


କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ତାହାଙ୍କୁ ଦର୍ଶନ ଦେଇ କହିଲେ, "ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରିୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାଙ୍କର ଗର୍ଭ ପବିତ୍ର ଆତ୍ମାଙ୍କ ଦ୍ୱାରା ହୋଇଅଛି ।


ତହିଁରେ ମୁଁ ଉଠି ପଦାଭୂମିକୁ ବାହାରି ଗଲି; ଆଉ ଦେଖ, କବାର ନଦୀ କୂଳରେ ମୁଁ ଯେଉଁ ମହିମା ଦେଖିଥିଲି, ତାହାର ତୁଲ୍ୟ ସଦାପ୍ରଭୁଙ୍କର ମହିମା ସେହି ସ୍ଥାନରେ ଉପସ୍ଥିତ ହେଲା; ତହୁଁ ମୁଁ ଉବୁଡ଼ ହେଲି।


ପୁଣି, ସଦାପ୍ରଭୁଙ୍କ ମହିମା ପ୍ରକାଶିତ ହେବ ଓ ଯାବତୀୟ ମର୍ତ୍ତ୍ୟ ଏକତ୍ର ତାହା ଦେଖିବେ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।


ତାହା ଅତିଶୟ ପ୍ରଫୁଲ୍ଲ ହେବ, ପୁଣି ଆନନ୍ଦ ଓ ଗାନ କରି ଉଲ୍ଲସିତ ହେବ; ଲିବାନୋନର ପ୍ରତାପ, କର୍ମିଲ୍‍ ଓ ଶାରୋଣର ଶୋଭା ତାହାକୁ ଦତ୍ତ ହେବ; ସେମାନେ ସଦାପ୍ରଭୁଙ୍କର ପ୍ରତାପ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଶୋଭା ଦେଖିବେ।


ତହିଁରେ ହାରୋଣ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏହା କହିବା ସମୟରେ ସେମାନେ ପ୍ରାନ୍ତର ଆଡ଼େ ଅନାନ୍ତେ, ଦେଖ, ମେଘସ୍ତମ୍ଭ ମଧ୍ୟରେ ସଦାପ୍ରଭୁଙ୍କର ପ୍ରତାପ ଦେଖାଗଲା।


ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ମେଷପଲ ଜଗୁଥିଲେ ।


Swiv nou:

Piblisite


Piblisite