ଲୂକ ଲିଖିତ ସୁସମାଚାର 20:10 - ଓଡିଆ ବାଇବେଲ10 ଆଉ କୃଷକମାନେ ଯେପରି ତାହାଙ୍କୁ ଅଙ୍ଗୁର କ୍ଷେତ୍ରର ଫଳରୁ ଭାଗ ଦିଅନ୍ତି, ଏଥି ନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ, କିନ୍ତୁ ସେହି କୃଷକମାନେ ତାହାକୁ ପ୍ରହାର କରି ଖାଲି ହାତରେ ଫେରାଇଦେଲେ । Gade chapit laପବିତ୍ର ବାଇବଲ (Re-edited) - (BSI)10 ଆଉ, କୃଷକମାନେ ଯେପରି ତାଙ୍କୁ ଦ୍ରାକ୍ଷାକ୍ଷେତ୍ରର ଫଳରୁ ଭାଗ ଦିଅନ୍ତି, ଏଥିନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ, କିନ୍ତୁ ସେହି କୃଷକମାନେ ତାହାକୁ ପ୍ରହାର କରି ଶୂନ୍ୟ ହସ୍ତରେ ଫେରାଇ ଦେଲେ। Gade chapit laପବିତ୍ର ବାଇବଲ (CL) NT (BSI)10 ଯେତେବେଳେ ଦ୍ରାକ୍ଷା ଅମଳ କରିବାର ସମୟ ହେଲା, ସେ ଭାଗଚାଷୀମାନଙ୍କଠାରୁ ଅମଳର ଅଂଶ ଆଦାୟ କରିବା ପାଇଁ ଜଣେ ଦାସକୁ ପଠାଇଲେ। କିନ୍ତୁ ଚାଷୀମାନେ ଦାସକୁ କିଛି ନ ଦେଇ ମାଡ଼ ମାରି ପଠାଇଦେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ କୃଷକମାନେ ଯେପରି ତାହାଙ୍କୁ ଦ୍ରାକ୍ଷାକ୍ଷେତ୍ରର ଫଳରୁ ଭାଗ ଦିଅନ୍ତି, ଏଥିନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ, କିନ୍ତୁ ସେହି କୃଷକମାନେ ତାହାକୁ ପ୍ରହାର କରି ଶୂନ୍ୟ ହସ୍ତରେ ଫେରାଇଦେଲେ। Gade chapit laପବିତ୍ର ବାଇବଲ10 ପରେ ଅଙ୍ଗୁର ତୋଳିବା ସମୟ ଆସିଲା। ତେଣୁ ଲୋକଟି ତା'ର ଜଣେ ଗ୍ଭକରକୁ ଏହି କୃଷକମାନଙ୍କ ପାଖକୁ ପଠାଇଲା ଯେପରି କୃଷକମାନେ ତାହାଙ୍କ ଭାଗ ଅଙ୍ଗୁର ଗ୍ଭକର ହାତରେ ଦେଇଦେବେ। କିନ୍ତୁ କୃଷକମାନେ ଗ୍ଭକରକୁ ମାଡ଼ ମାରି ଖାଲି ହାତରେ ପଠେଇ ଦେଲେ। Gade chapit la |
ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।
ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍ବକ୍ତା ଓ ପ୍ରତ୍ୟେକ ଦର୍ଶକ ଦ୍ୱାରା ଇସ୍ରାଏଲ ପ୍ରତି ଓ ଯିହୁଦା ପ୍ରତି ସାକ୍ଷ୍ୟ ଦେଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ କୁପଥରୁ ଫେର, ଆଉ ଆମ୍ଭେ ତୁମ୍ଭମାନଙ୍କ ପିତୃଲୋକଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛୁ ଓ ଯାହା ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣଙ୍କ ହସ୍ତ ଦ୍ୱାରା ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ଆମ୍ଭର ଆଜ୍ଞା ଓ ବିଧିସବୁ ପାଳନ କର।”