Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 20:21 - ଓଡିଆ ବାଇବେଲ

21 ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ଠିକ୍ କଥା କହନ୍ତି ଓ ଶିକ୍ଷା ଦିଅନ୍ତି, ପୁଣି, କାହାରି ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ୱରଙ୍କ ପଥ ବିଷୟରେ ଶିକ୍ଷା ଦିଅନ୍ତି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ଯଥାର୍ଥ ରୂପେ କଥା କହନ୍ତି ଓ ଶିକ୍ଷା ଦିଅନ୍ତି, ପୁଣି କାହାରି ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ଵରଙ୍କ ମାର୍ଗ ଶିକ୍ଷା ଦିଅନ୍ତି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ଚରମାନେ ଯୀଶୁଙ୍କ ଛିଦ୍ର ଧରିବାକୁ ଆସି ତାଙ୍କୁ ପ୍ରଶ୍ନ କଲେ, “ହେ ଗୁରୁ, ଆପଣ ଯାହା କହନ୍ତି ଓ ଶିକ୍ଷା ଦିଅନ୍ତି, ତାହା ଯଥାର୍ଥ ବୋଲି ଆମେ ଜାଣୁ। ଆମେ ଜାଣୁ ଯେ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିନ୍ତୁ ମନୁଷ୍ୟ ଜୀବନ ପାଇଁ ଈଶ୍ୱରଙ୍କର ଇଚ୍ଛା ବିଷୟରେ ସ୍ପଷ୍ଟ ଶିକ୍ଷା ଦିଅନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ଠିକ୍ କଥା କହନ୍ତି ଓ ଶିକ୍ଷା ଦିଅନ୍ତି, ପୁଣି, କାହାରି ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ବରଙ୍କ ପଥ ବିଷୟରେ ଶିକ୍ଷା ଦିଅନ୍ତି।

Gade chapit la Kopi

ପବିତ୍ର ବାଇବଲ

21 ସେହି ଲୋକମାନେ ଯୀଶୁଙ୍କୁ କହିଲେ, “ଗୁରୁ, ଆମ୍ଭେ ଜାଣିଛୁ ଯେ ଆପଣ ଯାହା କହୁଛନ୍ତି ଓ ଉପଦେଶ ଦେଉଛନ୍ତି, ସେ ସବୁ ଠିକ୍। ଆପଣ କାହାପ୍ରତି ପକ୍ଷପାତପୂର୍ଣ୍ଣ ଆଚରଣ କରୁ ନାହାନ୍ତି। ଆପଣ ପରମେଶ୍ୱରଙ୍କ ମାର୍ଗ ବିଷୟରେ ଯେଉଁ ଉପଦେଶ ଦେଉଛନ୍ତି, ତାହା ସତ୍ୟ।

Gade chapit la Kopi




ଲୂକ ଲିଖିତ ସୁସମାଚାର 20:21
16 Referans Kwoze  

ଆଉ, ସେମାନେ ହେରୋଦୀୟମାନଙ୍କ ସହିତ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିକଟକୁ କହି ପଠାଇଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଏବଂ ସତ୍ୟ ରୂପେ ଈଶ୍ୱରଙ୍କ ମାର୍ଗ ଶିକ୍ଷା ଦିଅନ୍ତି ପୁଣି, କାହାରିକୁ ଭୟ କରନ୍ତି ନାହିଁ, କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ ।


ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ବା ଈଶ୍ୱରଙ୍କର ପ୍ରିୟପାତ୍ର ହେବାକୁ ଯତ୍ନ କରୁଅଛି ? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି ? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସ ହୁଅନ୍ତି ନାହିଁ ।


ସେହି ଅନେକ ଲୋକ ଯେପରି ଈଶ୍ୱରଙ୍କ ବାକ୍ୟବିକୃତ କରନ୍ତି, ଆମ୍ଭେମାନେ ତ ସେମାନଙ୍କ ପରି କରୁ ନାହୁଁ, କିନ୍ତୁ ସରଳ ଭାବରେ ଈଶ୍ୱରଙ୍କ ଆଦେଶକ୍ରମେ ତାହାଙ୍କ ସାକ୍ଷାତରେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଥାଇ କଥା କହୁଅଛୁ ।


ସେ ରାତ୍ରି ସମୟରେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆପଣ ଯେ ଈଶ୍ୱରଙ୍କଠାରୁ ଆଗତ ଗୁରୁ, ଏହା ଆମ୍ଭେମାନେ ଜାଣୁ, କାରଣ ଆପଣ ଏହି ଯେଉଁ ସମସ୍ତ ଆଶ୍ଚର୍ଯ୍ୟକର୍ମ କରୁଅଛନ୍ତି, ଈଶ୍ୱର ସାଙ୍ଗରେ ନ ଥିଲେ ସେହି ସବୁ କେହି କରି ପାରେ ନାହିଁ ।


ସେମାନେ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଓ କାହାରିକି ଭୟ କରନ୍ତି ନାହିଁ; କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ୱରଙ୍କ ମାର୍ଗ ଶିକ୍ଷା ଦିଅନ୍ତି । କାଇସରଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ ?


ତାହାର ମୁଖ ଲବଣୀ ତୁଲ୍ୟ ଚିକ୍‍କଣ, ମାତ୍ର ତାହାର ଅନ୍ତଃକରଣ ଯୁଦ୍ଧପୂର୍ଣ୍ଣ; ତାହାର କଥାସବୁ ତୈଳଠାରୁ କୋମଳ, ତଥାପି ତାହାସବୁ ନିଷ୍କୋଷ ଖଡ୍ଗ ତୁଲ୍ୟ।


ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀମାନଙ୍କୁ ମିଥ୍ୟା କହନ୍ତି। ସେମାନେ ଚାଟୁବାଦୀ ଓଷ୍ଠାଧରରେ ଓ ଦ୍ୱିଧାଚିତ୍ତରେ କଥା କହନ୍ତି।


ତେବେ ପରମେଶ୍ଵର ଯେ ଅଧିପତିମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ, ଅବା ସମସ୍ତେ ତାହାଙ୍କର ହସ୍ତକୃତ କର୍ମ ହେବାରୁ ଦରିଦ୍ର ଅପେକ୍ଷା ଧନୀକୁ ବିଶେଷ ଜ୍ଞାନ କରନ୍ତି ନାହିଁ, ତାହାଙ୍କୁ ଏପରି କହିବା କେତେ ଅଧିକ ଅନୁପଯୁକ୍ତ ?


ଏହେତୁ ସଦାପ୍ରଭୁଙ୍କ ଭୟ ତୁମ୍ଭମାନଙ୍କ ଉପରେ ଅଧିଷ୍ଠିତ ହେଉ; ସାବଧାନ ହୋଇ ତାହା କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଅଧର୍ମ କି ମୁଖାପେକ୍ଷା କି ଲାଞ୍ଚ ଗ୍ରହଣ କରିବାର ନାହିଁ।”


ଆଉ ଯେଉଁମାନେ ଗଣ୍ୟମାନ୍ୟ ବୋଲି ଖ୍ୟାତ (ସେମାନେ କି ପ୍ରକାର ଲୋକ ଥିଲେ, ସେଥିରେ ମୋହର ଯାଏ ଆସେ ନାହିଁ; ଈଶ୍ୱର ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ), ସେହି ଗଣ୍ୟମାନ୍ୟ ବ୍ୟକ୍ତିମାନେ ମୋତେ କିଛି ନୂଆ ଶିକ୍ଷା ଦେଲେ ନାହିଁ,


ସେଥିରେ ସେମାନେ ଯୀଶୁଙ୍କୁ ରାଜ୍ୟପାଳଙ୍କ ହାତରେ ଓ ଶାସନକର୍ତ୍ତାଙ୍କ ଶାସନର ଅଧିନରେ ସମର୍ପଣ କରିବା ନିମନ୍ତେ ସୁଯୋଗ ଖୋଜି ଯୀଶୁଙ୍କ କଥାର ଭୁଲ୍ ଧରିବା ଉଦ୍ଦେଶ୍ୟରେ ଯେଉଁମାନେ କପଟରେ ନିଜ ନିଜକୁ ଧାର୍ମିକ ବୋଲି ଦେଖାଉଥିବା ଚୋରମାନଙ୍କୁ ପଠାଇଲେ ।


କାଇସରଙ୍କୁ କର ଦେବା ଆମ୍ଭମାନଙ୍କର ଉଚିତ କି ନାହିଁ ?


Swiv nou:

Piblisite


Piblisite