Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 20:42 - ଓଡିଆ ବାଇବେଲ

42 କାରଣ ଦାଉଦ ନିଜେ ଗୀତସଂହିତାରେ କହନ୍ତି, ପ୍ରଭୁ ମୋହର ପ୍ରଭୁଙ୍କୁ (ଯୀଶୁ) କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 କାରଣ ସ୍ଵୟଂ ଦାଉଦ ଗୀତସଂହିତାରେ କହନ୍ତି, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

42-43 କାରଣ ଦାଉଦ ନିଜେ ତାଙ୍କର ଗୀତରେ ଲେଖିଛନ୍ତି, ‘ପ୍ରଭୁ ମୋର ପ୍ରଭୁଙ୍କୁ କହିଲେ: ଆମେ ତୁମର ଶତ୍ରୁମାନଙ୍କୁ ତୁମର ପାଦ ପୀଠ ନ କରିବା ପର୍ଯ୍ୟନ୍ତ ଆମ ଦକ୍ଷିଣ ପାଶ୍ୱର୍ରେ ବସିଥାଅ।’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 କାରଣ ଦାଉଦ ନିଜେ ଗୀତସଂହିତା ପୁସ୍ତକରେ କହନ୍ତି, ‘ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ

42 ଗୀତସଂହିତାରେ ଦାଉଦ ନିଜେ କହିଛନ୍ତି: ‘ପ୍ରଭୁ ପରମେଶ୍ୱର ମୋର ପ୍ରଭୁ ଖ୍ରୀଷ୍ଟଙ୍କୁ କହିଲେ, ମୋର ଡାହାଣ ପଟେ ମୋ’ ପାଖରେ ବସ।

Gade chapit la Kopi




ଲୂକ ଲିଖିତ ସୁସମାଚାର 20:42
12 Referans Kwoze  

ସଦାପ୍ରଭୁ ମୋ’ ପ୍ରଭୁଙ୍କୁ କହନ୍ତି, “ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।”


ଆଉ "ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ,'' ଏହା ସେ ଦୂତମାନଙ୍କ ମଧ୍ୟରେ କାହାକୁ କେବେ କହିଅଛନ୍ତି ?


କାରଣ ସେ ସମସ୍ତ ଶତ୍ରୁଙ୍କୁ ନିଜର ପାଦ ତଳେ ନ ରଖିବା ପର୍ଯ୍ୟନ୍ତ ତାହାଙ୍କୁ ଅବଶ୍ୟ ରାଜତ୍ୱ କରିବାକୁ ହେବ ।


ପୁଣି, ସେ ସେମାନଙ୍କୁ କହିଲେ, ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତାରେ ଧର୍ମଶାସ୍ତ୍ରରେ ମୋ' ବିଷୟରେ ଯାହା ଯାହା ଲେଖା ଅଛି, ସେହି ସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି ।


ଅତଏବ ପବିତ୍ର ଆତ୍ମା ଯେପରି କହନ୍ତି, "ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ''


ଆଉ, ଗୀତସଂହିତାରେ ଲେଖା ଅଛି, ତାହାର ବାସସ୍ଥାନ ଶୂନ୍ୟ ହେଉ, ସେଠାରେ କେହି ବାସ ନ କରୁ । ଏବଂ ତାହାର ଅଧ୍ୟକ୍ଷ ପଦ ଅନ୍ୟ ଜଣଙ୍କୁ ଦିଆଯାଉ ।


ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ ।


Swiv nou:

Piblisite


Piblisite