Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 20:5 - ଓଡିଆ ବାଇବେଲ

5 ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିଲେ, ଯଦି ସ୍ଵର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତୁମ୍ଭେମାନେ କାହିଁକି ତାଙ୍କୁ ବିଶ୍ଵାସ କଲ ନାହିଁ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ସେମାନେ ପରସ୍ପର ଭିତରେ ବିତର୍କ କରି କହିଲେ, “କ’ଣ କହିବା? ଯଦି ଆମେ କହୁ, ‘ଈଶ୍ୱରଙ୍କଠାରୁ,’ ସେ କହିବେ, “ତା’ହେଲେ କାହିଁକି ଯୋହନଙ୍କୁ ବିଶ୍ୱାସ କଲ ନାହିଁ?’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ?

Gade chapit la Kopi

ପବିତ୍ର ବାଇବଲ

5 ପ୍ରଧାନଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ ଏ ବିଷୟରେ କଥାବାର୍ତ୍ତା ହେଲେ। ସେମାନେ ପରସ୍ପର କୁହାକୁହି ହେଲେ, “ଆମ୍ଭେ ଯଦି କହିବା ଯେ ଯୋହନଙ୍କ ବାପ୍ତିସ୍ମ ପରମେଶ୍ୱରଙ୍କଠାରୁ ଆସିଥିଲା, ତେବେ ସେ ପଗ୍ଭରିବେ, ‘ତୁମ୍ଭେମାନେ ଯୋହନଙ୍କୁ କାହିଁକି ବିଶ୍ୱାସ କଲ ନାହିଁ?’

Gade chapit la Kopi




ଲୂକ ଲିଖିତ ସୁସମାଚାର 20:5
11 Referans Kwoze  

ଆଉ ଯୋହନ ଆପଣାର ନିରୂପିତ କର୍ମ ସମାପ୍ତ କରୁ କରୁ କହିଲେ, ମୁଁ ଯେ ବୋଲି ତୁମ୍ଭେମାନେ ମନେ କରୁଅଛ, ମୁଁ ସେ ନୁହେଁ । କିନ୍ତୁ ଦେଖ, ମୋ ପଛରେ ଜଣେ ଆସୁଅଛନ୍ତି, ତାହାଙ୍କ ପାଦର ପାଦୁକା ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ ।


ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ୱରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ ।


ଆଉ, ସେମାନେ ଯୋହନଙ୍କ ନିକଟକୁ ଯାଇ ତାଙ୍କୁ କହିଲେ, ହେ ଗୁରୁ, ଯେ ଯର୍ଦନର ଅପର ପାରିରେ ଆପଣଙ୍କ ସହିତ ଥିଲେ, ଯାହାଙ୍କ ସମ୍ବନ୍ଧରେ ଆପଣ ସାକ୍ଷ୍ୟ ଦେଇଅଛନ୍ତି, ଦେଖନ୍ତୁ, ସେ ବାପ୍ତିସ୍ମ ଦେଉଅଛନ୍ତି ଓ ସମସ୍ତେ ତାହାଙ୍କ ନିକଟକୁ ଯାଉଅଛନ୍ତି ।


ଆଉ, ମୁଁ ତାହା ଦେଖିଅଛି ଓ ସେ ଈଶ୍ୱରଙ୍କ ପୁତ୍ର ବୋଲି ସାକ୍ଷ୍ୟ ଦେଇଅଛି ।


ମୋ' ଉତ୍ତାରେ ଯେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି ।


ସେଥିରେ ସେମାନେ ପରସ୍ପର ମଧ୍ୟରେ ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭେମାନେ ରୁଟି ଆଣି ନାହୁଁ ବୋଲି ସେ ଏହା କହୁଅଛନ୍ତି ।


ଯୋହନଙ୍କର ବାପ୍ତିସ୍ମ କେଉଁଠାରୁ ହୋଇଥିଲା ? ସ୍ୱର୍ଗରୁ ବା ମନୁଷ୍ୟଠାରୁ ? ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ ଆମ୍ଭମାନଙ୍କୁ କହିବେ, ତେବେ ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ ?


ଯୋହନଙ୍କର ବାପ୍ତିସ୍ମ ସ୍ୱର୍ଗରୁ ନା ମନୁଷ୍ୟଠାରୁ ହେଲା ?


କିନ୍ତୁ ଯଦି ମନୁଷ୍ୟଠାରେ ବୋଲି କହିବୁ, ତେବେ ଲୋକ ସମସ୍ତେ ଆମ୍ଭମାନଙ୍କୁ ପଥର ଫୋପାଡ଼ି ମାରିପକାଇବେ, କାରଣ ଯୋହନ ଯେ ଜଣେ ଭାବବାଦୀ, ଏହା ସେମାନଙ୍କର ଦୃଢ଼ ବିଶ୍ୱାସ ।


Swiv nou:

Piblisite


Piblisite