Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 20:6 - ଓଡିଆ ବାଇବେଲ

6 କିନ୍ତୁ ଯଦି ମନୁଷ୍ୟଠାରେ ବୋଲି କହିବୁ, ତେବେ ଲୋକ ସମସ୍ତେ ଆମ୍ଭମାନଙ୍କୁ ପଥର ଫୋପାଡ଼ି ମାରିପକାଇବେ, କାରଣ ଯୋହନ ଯେ ଜଣେ ଭାବବାଦୀ, ଏହା ସେମାନଙ୍କର ଦୃଢ଼ ବିଶ୍ୱାସ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକସମସ୍ତେ ଆମ୍ଭମାନଙ୍କୁ ପଥର ଫୋପାଡ଼ି ମାରି-ପକାଇବେ, କାରଣ ଯୋହନ ଯେ ଜଣେ ଭାବବାଦୀ, ଏହା ସେମାନଙ୍କର ଦୃଢ଼ ବିଶ୍ଵାସ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 କିନ୍ତୁ ଆମେ ଯଦି କହୁ, ‘ମନୁଷ୍ୟଠାରୁ’, ଏଠାରେ ଥିବା ସମସ୍ତ ଜନତା ଆମ ଉପରେ ପଥର ଫୋପାଡ଼ିବେ, କାରଣ ଯୋହନ ଜଣେ ଭାବବାଦୀ ଥିଲେ ବୋଲି ଏମାନଙ୍କ ନିଶ୍ଚିତ ଧାରଣା।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକ ସମସ୍ତେ ଆମ୍ଭମାନଙ୍କୁ ପଥର ଫୋପାଡ଼ି ମାରିପକାଇବେ, କାରଣ ଯୋହନ ଯେ ଜଣେ ଭାବବାଦୀ, ଏହା ସେମାନଙ୍କର ଦୃଢ଼ ବିଶ୍ୱାସ।

Gade chapit la Kopi

ପବିତ୍ର ବାଇବଲ

6 କିନ୍ତୁ ଆମ୍ଭେ ଯଦି କହିବା, ‘ଯୋହନଙ୍କ ବାପ୍ତିସ୍ମ ମଣିଷଠାରୁ ଆସିଥିଲା,’ ତେବେ ସବୁ ଲୋକ ଆମ୍ଭ ଉପରକୁ ଟେକା ପଥର ଫିଙ୍ଗି ଆମ୍ଭକୁ ଜୀବନରେ ମାରିଦେବେ। କାରଣ ସେମାନେ ଯୋହନଙ୍କୁ ଭବିଷ୍ୟ‌ଦ୍‌ବକ୍ତା ରୂପେ ବିଶ୍ୱାସ କରନ୍ତି।”

Gade chapit la Kopi




ଲୂକ ଲିଖିତ ସୁସମାଚାର 20:6
13 Referans Kwoze  

କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକସମୂହକୁ ତ ଭୟ! କାରଣ ସମସ୍ତେ ଯୋହନଙ୍କୁ ଭାବବାଦୀ ବୋଲି ମାନନ୍ତି ।


ତାହା ନ ହେଲେ କି ନିମନ୍ତେ ବାହାରିଯାଇଥିଲ ? କ'ଣ ଜଣେ ଭାବବାଦୀଙ୍କୁ ଦେଖିବାକୁ ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭାବବାଦୀଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ବ୍ୟକ୍ତିଙ୍କି;


ସେତେବେଳେ ସେନାପତି କର୍ମଚାରୀମାନଙ୍କ ସହିତ ଯାଇ ସେମାନଙ୍କୁ ଆଣିଲେ, କିନ୍ତୁ ବଳପୂର୍ବକ ନୁହେଁ, କାରଣ କାଳେ ଲୋକେ ସେମାନଙ୍କୁ ପଥର ଫୋପାଡ଼ିବେ,ଏହା ଭୟ କରୁଥିଲେ ।


ଆଉ, ଅନେକେ ତାହାଙ୍କ ନିକଟକୁ ଆସି କହିଲେ, ଯୋହନ ସିନା କୌଣସି ଆଶ୍ଚର୍ଯ୍ୟକର୍ମ କଲେ ନାହିଁ, କିନ୍ତୁ ଏହି ବ୍ୟକ୍ତିଙ୍କ ବିଷୟରେ ଯୋହନ ଯେ ସମସ୍ତ କଥା କହିଲେ, ସେହି ସବୁ ସତ୍ୟ;


ଆଉ ହେ ଶିଶୁ(ଯୋହନ), ତୁ ମଧ୍ୟ ପରାତ୍ପରଙ୍କ ଭାବବାଦୀ ବୋଲି ଖ୍ୟାତ ହେବୁ;


ଏଥିରେ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଯୀଶୁଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକସମୂହକୁ ଭୟ କଲେ; କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ କରି କହିଥିଲେ ବୋଲି ସେମାନେ ବୁଝିଲେ, ଆଉ ସେମାନେ ତାହାଙ୍କୁ ପରିତ୍ୟାଗ କରି ଚାଲିଗଲେ ।


କିନ୍ତୁ ସେମାନେ କହିଲେ, ପର୍ବ ସମୟରେ ନୁହେଁ, କାଳେ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହେବ ।


ଆଉ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ ।


ଆଉ, ସେ ତାଙ୍କୁ ବଧ କରିବାକୁ ଇଚ୍ଛା କଲେ ସୁଦ୍ଧା ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ ।


କିନ୍ତୁ ଫାରୂଶୀମାନେ ଓ ମୋଶାଙ୍କ ବ୍ୟବସ୍ଥା ଶାସ୍ତ୍ରଜ୍ଞମାନେ ତାହାଙ୍କ ଦ୍ୱାରା ବାପ୍ତିଜିତ ନ ହୋଇ ନିଜ ନିଜ ବିଷୟରେ ଈଶ୍ୱରଙ୍କ ଯୋଜନା ଅଗ୍ରାହ୍ୟ କଲେ ।


ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ ?


ଏଣୁ ତାହା କେଉଁଠାରୁ ହେଲା, ଏହା ଜାଣି ନାହୁଁ ବୋଲି ସେମାନେ ଉତ୍ତର ଦେଲେ ।


Swiv nou:

Piblisite


Piblisite