Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 21:23 - ଓଡିଆ ବାଇବେଲ

23 ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର ! କାରଣ ଦେଶରେ ମହା ବିପଦ ଓ ଏହି ଜାତି ପ୍ରତି କ୍ରୋଧ ଘଟିବ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଳେଶର ପାତ୍ର ! କାରଣ ଦେଶରେ ମହା ବିପଦ ଓ ଏହି ଜାତି ପ୍ରତି କ୍ରୋଧ ଘଟିବ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ସେହି ଦିନଗୁଡ଼ିକରେ ଗର୍ଭବତୀ ସ୍ତ୍ରୀ ଓ ସ୍ତନ୍ୟଦାତ୍ରୀ ମାତାମାନଙ୍କର ଅବସ୍ଥା କି ଶୋଚନୀୟ ହେବ। ଏହି ଦେଶର ଲୋକମାନଙ୍କ ଉପରେ ଭୟଙ୍କର ଦୁଃଖ ଆସିବ ଓ ସେମାନେ ଦଣ୍ଡ ଭୋଗ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର! କାରଣ ଦେଶରେ ମହା ବିପଦ ଓ ଏହି ଜାତି ପ୍ରତି କ୍ରୋଧ ଘଟିବ,

Gade chapit la Kopi

ପବିତ୍ର ବାଇବଲ

23 ଗର୍ଭବତୀ ସ୍ତ୍ରୀ ଓ କୋଳରେ ଛୋଟ ଶିଶୁ ଥିବା ସ୍ତ୍ରୀମାନଙ୍କ ପାଇଁ ସେହି ଦିନଗୁଡ଼ିକ ଅତ୍ୟନ୍ତ ଭୟାନକ ହେବ। କାରଣ ସେହି ଦିନମାନଙ୍କରେ ଏହି ଦେଶ ଉପରକୁ ବହୁତ ବିପଦ ମାଡ଼ି ଆସିବ। ଏବଂ ଏହି ଲୋକଙ୍କ ଉପରେ ପରମେଶ୍ୱର କ୍ରୋଧ କରିବେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 21:23
18 Referans Kwoze  

କାରଣ ଦେଖ, ଯେଉଁମାନେ ବନ୍ଧ୍ୟା, ପୁଣି, ଯେଉଁମାନେ କେବେ ହେଁ ଗର୍ଭବତୀ ହୋଇ ନାହାଁନ୍ତି ଓ ସ୍ତନ୍ୟପାନ କରାଇ ନାହାଁନ୍ତି, ସେମାନଙ୍କୁ ଲୋକେ ଯେତେବେଳେ ଧନ୍ୟ ଧନ୍ୟ ବୋଲି କହିବେ ଏପରି ସମୟ ଆସୁଅଛି ।


ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର !


ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର,


ସ୍ନେହବତୀ ସ୍ତ୍ରୀଗଣର ହସ୍ତ ଆପଣା ଆପଣା ପିଲାମାନଙ୍କୁ ରାନ୍ଧିଅଛି; ମୋ’ ଲୋକଙ୍କ କନ୍ୟାର ବିନାଶ ସମୟରେ ଶିଶୁମାନେ ସେମାନଙ୍କର ଆହାର ହେଲେ।


କାରଣ ଈଶ୍ୱରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ୱରଙ୍କ ସୁସମାଚାରର ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କ'ଣ ନ ହେବ !


ଏବେ ଦେଖ, ହେ ଧନୀମାନେ, ତୁମ୍ଭମାନଙ୍କର ଆସନ୍ନ ଦୁର୍ଦ୍ଦଶା ନିମନ୍ତେ କ୍ରନ୍ଦନ ଓ ହାହାକାର କର ।


କାରଣ ଅଣଯିହୂଦୀମାନଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ନିକଟରେ ପ୍ରଚାର କରିବାକୁ ସେମାନେ ସର୍ବଦା ଆମ୍ଭମାନଙ୍କୁ ବାଧା ଦିଅନ୍ତି, ପୁଣି, ସେମାନେ ପାପରେ ଆପଣା ଆପଣାକୁ ପରିପୂର୍ଣ୍ଣ କରୁଥାନ୍ତି; ସେମାନଙ୍କ ଉପରେ କ୍ରୋଧ ସମ୍ପୂର୍ଣ୍ଣ ରୂପେ ବର୍ତ୍ତିଲାଣି ।


ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ୱରଙ୍କର ପରମ ସନ୍ତୋଷ ।


ଯେତେବେଳେ ଈଶ୍ୱର ତୋତେ ଉଦ୍ଧାର କରିବାକୁ ଚେଷ୍ଟା କରୁଥିଲେ ତାହା ତୁ ନ ଜାଣିବା ହେତୁରୁ, ଯେଉଁ ସମୟରେ ତୋ' ଶତ୍ରୁମାନେ ତୋର ଚାରିଆଡ଼େ ବନ୍ଧ ବାନ୍ଧି ତୋତେ ଘେରିଯାଇ ଅବରୋଧ କରିବେ,


କିନ୍ତୁ ମୋର ଏହି ଯେଉଁ ଶତ୍ରୁମାନେ ମୁଁ ସେମାନଙ୍କ ଉପରେ ଶାସନ କରେ ବୋଲି ଇଚ୍ଛା କରି ନ ଥିଲେ, ସେମାନଙ୍କୁ ଏଠାକୁ ଆଣି ମୋର ସାକ୍ଷାତରେ ହତ୍ୟା କର ।


ଆଉ ଯେ ଏହି ପ୍ରସ୍ତର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ଏହି ପ୍ରସ୍ତର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୂର୍ଣ୍ଣବିଚୂର୍ଣ୍ଣ କରିବ ।


ସେମାନେ ତାହାଙ୍କୁ କହିଲେ, ସେ ସେହି ଦୁଷ୍ଟମାନଙ୍କୁ ନିଷ୍ଠୁରଭାବରେ ବିନାଶ କରିବେ ଓ ଯେଉଁ ଅନ୍ୟ କୃଷକମାନେ ତାହାଙ୍କୁ ଠିକ୍ ସମୟରେ ଫଳ ଯୋଗାଇବେ, ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଭାଗରେ ଦେବେ ।


ଆଉ, ସେ ମୋତେ କହିଲେ, ଦେଖ, କ୍ରୋଧର ପରିଣାମ ସମୟରେ ଯାହା ଘଟିବ, ତାହା ଆମ୍ଭେ ତୁମ୍ଭକୁ ଜଣାଇବା; କାରଣ ଏହା ନିରୂପିତ ଶେଷ କାଳର କଥା।


ପୁଣି, ତାହାଙ୍କୁ ପଚାରିଲେ, ଏମାନେ କ'ଣ କହୁଅଛନ୍ତି, ତାହା କି ତୁମ୍ଭେ ଶୁଣୁଅଛ ? ଯୀଶୁ ସେମାନଙ୍କୁ କହିଲେ, ହଁ, ତୁମ୍ଭେ ଶିଶୁ ଓ ସ୍ତନ୍ୟପାୟୀମାନଙ୍କ ମୁଖ ଦ୍ୱାରା ଆପଣା ଉଦ୍ଦେଶ୍ୟରେ ସ୍ତବ ସିଦ୍ଧ କରିଅଛ, ଏହି କଥା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ ?


ମୁଁ ମନେ କରେ ଯେ, ମନୁଷ୍ୟ ଯେପରି ଅଛି, ଆସନ୍ନ ଦୁର୍ଦ୍ଦଶା ହେତୁ ସେହିପରି ରହିବା ଭଲ ।


Swiv nou:

Piblisite


Piblisite