Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 21:6 - ଓଡିଆ ବାଇବେଲ

6 ତୁମ୍ଭେମାନେ ଏହି ଯାହାସବୁ ଦେଖୁଅଛ, ସମୟ ଆସିବ, ଯେତେବେଳେ ଗୋଟିଏ ପଥର ଅନ୍ୟ ପଥର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତୁମ୍ଭେମାନେ ଏହି ଯାହାସବୁ ଦେଖୁଅଛ, ସମୟ ଆସିବ, ଯେତେବେଳେ ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 “ତୁମ୍ଭେ ଏସବୁ ଦେଖୁଛ, କିନ୍ତୁ ସମୟ ଆସିବ, ଯେତେବେଳେ ଏଠାରେ ଥିବା ଗୋଟିଏ ପଥର ନିଜ ସ୍ଥାନରେ ରହିବ ନାହିଁ; ପ୍ରତ୍ୟେକଟି ତଳକୁ ଖସି ପଡ଼ିବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 “ତୁମ୍ଭେମାନେ ଏହି ଯାହାସବୁ ଦେଖୁଅଛ, ସମୟ ଆସିବ, ଯେତେବେଳେ ଗୋଟିଏ ପଥର ଅନ୍ୟ ପଥର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍‍ ହେବ।”

Gade chapit la Kopi

ପବିତ୍ର ବାଇବଲ

6 କିନ୍ତୁ ଯୀଶୁ କହିଲେ, “ଏବେ ତୁମ୍ଭେମାନେ ଏଠାରେ ଯାହାସବୁ ଦେଖୁଛ, ସମୟ ଆସିବ, ଯେତେବେଳେ ଏସବୁ ଧ୍ୱଂସ ହୋଇଯିବ। ଏହି ଭବନଗୁଡ଼ିକର ପ୍ରତ୍ୟେକ ପଥର ଭୂମିସାତ୍ ହୋଇ ପଡ଼ିବ। ଗୋଟିଏ ହେଲେ ପଥର ଅନ୍ୟ ଗୋଟିଏ ପଥର ଉପରେ ରହି ପାରିବ ନାହିଁ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 21:6
20 Referans Kwoze  

ସେଥିରେ ଯୀଶୁ ତାହାଙ୍କୁ କହିଲେ, ତୁମ୍ଭେ କ'ଣ ଏହି ସମସ୍ତ ବୃହତ୍ ପ୍ରାସାଦ ଦେଖୁଅଛ ? ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ ।


ତୁମ୍ଭେମାନେ କ'ଣ ଏହି ସମସ୍ତ ଦେଖୁ ନାହଁ ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସ୍ଥାନରେ ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ ।


କାରଣ ସିୟୋନ ପର୍ବତ ଉଚ୍ଛିନ୍ନ ସ୍ଥାନ ହୋଇଅଛି; କୋକିଶିଆଳିମାନେ ତହିଁ ଉପରେ ଭ୍ରମଣ କରନ୍ତି।


କାରଣ ଯିରୂଶାଲମ ବିରୁଦ୍ଧରେ ସଂଗ୍ରାମ ପାଇଁ ସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସଂଗ୍ରହ କରିବା; ପୁଣି, ନଗର ଶତ୍ରୁ ହସ୍ତଗତ ଓ ଗୃହସକଳ ଲୁଟିତ ହେବ ଓ ସ୍ତ୍ରୀମାନେ ବଳାତ୍କୃତ ହେବେ; ଆଉ, ନଗରର ଅର୍ଦ୍ଧେକ ଲୋକ ବନ୍ଦୀ ହୋଇ ଯିବେ ମାତ୍ର ଅବଶିଷ୍ଟ ଲୋକ ନଗରରୁ ଉଚ୍ଛିନ୍ନ ହେବେ ନାହିଁ।


ହେ ଲିବାନୋନ, ତୁମ୍ଭର ଏରସ ବୃକ୍ଷ ସକଳକୁ ଅଗ୍ନି ଯେପରି ଗ୍ରାସ କରିବ, ଏଥିପାଇଁ ତୁମ୍ଭର କବାଟସବୁ ଖୋଲି ଦିଅ।


ହାୟ, ସୁବର୍ଣ୍ଣ କିପରି ମଳିନ ହୋଇଅଛି ! ଅତ୍ୟନ୍ତ ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହୋଇଅଛି ! ପବିତ୍ର ସ୍ଥାନର ପ୍ରସ୍ତରସବୁ ପ୍ରତ୍ୟେକ ଦାଣ୍ଡର ମୁଣ୍ଡରେ ନିକ୍ଷିପ୍ତ ହୋଇଅଛି।


“ଯିହୁଦାର ରାଜା ହିଜକୀୟର ସମୟରେ ମୋରେଷ୍ଟୀୟ ମୀଖା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା; ଆଉ, ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା, ‘ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ସିୟୋନ କ୍ଷେତ୍ର ତୁଲ୍ୟ ଚଷା ଯିବ ଓ ଯିରୂଶାଲମ ଢିପି ହେବ, ପୁଣି ଯେଉଁ ପର୍ବତରେ ମନ୍ଦିର ଅଛି, ତାହା ବନସ୍ଥ ଉଚ୍ଚସ୍ଥଳୀର ସମାନ ହେବ।’


ଏହି ଗୃହ ଶୀଲୋ ସମାନ ଓ ଏହି ନଗର ଉଚ୍ଛିନ୍ନ ଓ ନିବାସୀବିହୀନ ହେବ ବୋଲି ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲ ?” ଆଉ, ସଦାପ୍ରଭୁଙ୍କ ଗୃହରେ ସମସ୍ତ ଲୋକ ଯିରିମୀୟଙ୍କ ନିକଟରେ ଏକତ୍ରିତ ହେଲେ।


ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ସମାନ କରିବା ଓ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପାସ୍ପଦ କରିବା।’”


ଏହେତୁ ତୁମ୍ଭମାନଙ୍କ ସକାଶୁ ସିୟୋନ କ୍ଷେତ୍ର ତୁଲ୍ୟ ଚାଷ କରାଯିବ ଓ ଯିରୂଶାଲମ ଢିପି ହେବ, ଆଉ ଗୃହର ପର୍ବତ ବନସ୍ଥ ଉଚ୍ଚସ୍ଥଳୀର ତୁଲ୍ୟ ହେବ।


ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ତେବେ ଏସବୁ କେବେ ଘଟିବ ? ପୁଣି, ଯେଉଁ ସମୟରେ ଏହି ସବୁ ଘଟଣା ସନ୍ନିକଟ ହେବ, ସେ ସମୟର ଚିହ୍ନ କ'ଣ ?


Swiv nou:

Piblisite


Piblisite