Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 21:7 - ଓଡିଆ ବାଇବେଲ

7 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ତେବେ ଏସବୁ କେବେ ଘଟିବ ? ପୁଣି, ଯେଉଁ ସମୟରେ ଏହି ସବୁ ଘଟଣା ସନ୍ନିକଟ ହେବ, ସେ ସମୟର ଚିହ୍ନ କ'ଣ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ତେବେ ଏସବୁ କେବେ ଘଟିବ? ପୁଣି, ଯେଉଁ ସମୟରେ ଏହିସବୁ ଘଟଣା ସନ୍ନିକଟ ହେବ, ସେସମୟର ଲକ୍ଷଣ କଅଣ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ସେମାନେ ପଚାରିଲେ, “ଗୁରୁ, ଏହା କେବେ ଘଟିବ? ଆଉ ଏସବୁ ଘଟିବାର ଲକ୍ଷଣ କ’ଣ ହେବ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ତେବେ ଏସବୁ କେବେ ଘଟିବ? ପୁଣି, ଯେଉଁ ସମୟରେ ଏହିସବୁ ଘଟଣା ସନ୍ନିକଟ ହେବ, ସେ ସମୟର ଚିହ୍ନ କଅଣ?

Gade chapit la Kopi

ପବିତ୍ର ବାଇବଲ

7 କେତେକ ଶିଷ୍ୟ ଯୀଶୁଙ୍କୁ ପଗ୍ଭରିଲେ, “ଗୁରୁ! ଏସବୁ ଘଟଣା କେବେ ଘଟିବ? କି ପ୍ରକାରର ଲକ୍ଷଣ ଦ୍ୱାରା ଜଣା ପଡ଼ିବ ଯେ ଏ ସବୁ ଘଟଣା ଘଟିବାର ସମୟ ଆସି ଗଲାଣି?”

Gade chapit la Kopi




ଲୂକ ଲିଖିତ ସୁସମାଚାର 21:7
13 Referans Kwoze  

କିନ୍ତୁ ତୁମ୍ଭେମାନେ ଯେତେବେଳେ ସେହି ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ, ଯେଉଁଠାରେ ଅବସ୍ଥିତ ହେବା ଉଚିତ ନୁହେଁ, ସେଠାରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ), ସେତେବେଳେ ଯେଉଁମାନେ ଯିହୂଦା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଉନ୍ତୁ;


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ ।


ପରେ ସେ ଜୀତପର୍ବତ ଉପରେ ବସନ୍ତେ ଶିଷ୍ୟମାନେ ତାହାଙ୍କ ଛାମୁକୁ ଗୋପନରେ ଆସି ପଚାରିଲେ, ଏସବୁ କେବେ ଘଟିବ, ପୁଣି, ଆପଣଙ୍କ ଆଗମନ ଓ ଯୁଗାନ୍ତର ଲକ୍ଷଣ କ'ଣ, ତାହା ଆମ୍ଭମାନଙ୍କୁ କୁହନ୍ତୁ ।


ପୁଣି, ମୁଁ ଶୁଣିଲି, ମାତ୍ର ବୁଝିଲି ନାହିଁ; ତହୁଁ ମୁଁ କହିଲି, ହେ ମୋର ପ୍ରଭୁ, ଏହିସବୁର ପରିଣାମ କ’ଣ ହେବ ?


ପୁଣି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀର ଜଳ ଉପରେ ସ୍ଥିତ ଯେଉଁ ମନୁଷ୍ୟ, ତାଙ୍କୁ ଜଣେ କହିଲେ, ଏହିସବୁ ଆଶ୍ଚର୍ଯ୍ୟ ବିଷୟର ଶେଷ ପର୍ଯ୍ୟନ୍ତ କେତେ ବର୍ଷ ଲାଗିବ ?


ତୁମ୍ଭେମାନେ ଏହି ଯାହାସବୁ ଦେଖୁଅଛ, ସମୟ ଆସିବ, ଯେତେବେଳେ ଗୋଟିଏ ପଥର ଅନ୍ୟ ପଥର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ ।


ସେଥିରେ ଯୀଶୁ କହିଲେ, ସାବଧାନ, ତୁମ୍ଭେମାନେ ଯେପରି ଭ୍ରାନ୍ତ ନ ହୁଅ; କାରଣ ଅନେକ ଲୋକ ମୋ ନାମରେ ଆସି, ମୁଁ ସେ ଓ ସମୟ ସନ୍ନିକଟ ବୋଲି କହିବେ; ସେମାନଙ୍କ ପଛରେ ଯାଅ ନାହିଁ ।


Swiv nou:

Piblisite


Piblisite