Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 21:9 - ଓଡିଆ ବାଇବେଲ

9 ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧ ଓ ବିପ୍ଲବ ବିଷୟ ଶୁଣିବ, ସେତେବେଳେ ଭୟ କର ନାହିଁ; କାରଣ ଏହି ସମସ୍ତ ଅବଶ୍ୟ ପ୍ରଥମରେ ଘଟିବ, କିନ୍ତୁ ସଙ୍ଗେ ସଙ୍ଗେ ଯୁଗ ଶେଷ ହେବ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧ ଓ ବିପ୍ଳବ ବିଷୟ ଶୁଣିବ, ସେତେବେଳେ ତ୍ରାସଯୁକ୍ତ ହୁଅ ନାହିଁ; କାରଣ ଏହିସମସ୍ତ ଅବଶ୍ୟ ପ୍ରଥମରେ ଘଟିବ, କିନ୍ତୁ ତତ୍କ୍ଷଣାତ୍ ଯୁଗା; ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ଯୁଦ୍ଧ ଓ ବିପ୍ଲବର କଥା ଶୁଣିଲେ ଭୟ କର ନାହିଁ। ସେସବୁ ଅବଶ୍ୟ ଘଟିବ, କିନ୍ତୁ ଏହାର ଅର୍ଥ ନୁହେଁ ଯେ ଶେଷ ସମୟ ସନ୍ନିକଟ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧ ଓ ବିପ୍ଳବ ବିଷୟ ଶୁଣିବ, ସେତେବେଳେ ଭୟ କର ନାହିଁ; କାରଣ ଏହି ସମସ୍ତ ଅବଶ୍ୟ ପ୍ରଥମରେ ଘଟିବ, କିନ୍ତୁ ସଙ୍ଗେ ସଙ୍ଗେ ଯୁଗ ଶେଷ ହେବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

9 ତୁମ୍ଭେମାନେ ଯେତେବେଳେ ଯୁଦ୍ଧ ଓ ବିଦ୍ରୋହର ଜନରବ ଶୁଣିବ, କେବେ ଡରିଯିବ ନାହିଁ। ଏସବୁ ଘଟଣା ନିଶ୍ଚୟ ପ୍ରଥମେ ଘଟିବ। କିନ୍ତୁ ଅନ୍ତିମ ସମୟ ଆସିବାକୁ ବିଳମ୍ବ ହେବ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 21:9
13 Referans Kwoze  

କିନ୍ତୁ ଏହି ସମସ୍ତ ଘଟଣା ଆରମ୍ଭ ହେଲେ ତୁମ୍ଭେମାନେ ଉପରକୁ ଅନାଅ ଓ ମସ୍ତକ ଉଠାଅ, ଯେଣୁ ତୁମ୍ଭମାନଙ୍କର ମୁକ୍ତି ସନ୍ନିକଟ ।


ଏହି ଲୋକମାନେ ଯେଉଁ ସବୁ ବିଷୟକୁ ଚକ୍ରାନ୍ତ ବୋଲି କହିବେ; ତୁମ୍ଭେମାନେ ସେହି ସବୁକୁ ଚକ୍ରାନ୍ତ ବୋଲି କୁହ ନାହିଁ; କିଅବା ସେମାନଙ୍କର ଭୟ ବିଷୟକୁ ତୁମ୍ଭେମାନେ ଭୟ କର ନାହିଁ, ଅବା ତହିଁ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ।


ସେ କୁସମ୍ବାଦ ଶୁଣି ଭୀତ ହେବ ନାହିଁ। ତାହାର ଚିତ୍ତ ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସ୍ଥିର ଥାଏ।


ସେଥିରେ ଯୀଶୁ କହିଲେ, ସାବଧାନ, ତୁମ୍ଭେମାନେ ଯେପରି ଭ୍ରାନ୍ତ ନ ହୁଅ; କାରଣ ଅନେକ ଲୋକ ମୋ ନାମରେ ଆସି, ମୁଁ ସେ ଓ ସମୟ ସନ୍ନିକଟ ବୋଲି କହିବେ; ସେମାନଙ୍କ ପଛରେ ଯାଅ ନାହିଁ ।


ତାପରେ ସେ ସେମାନଙ୍କୁ କହିଲେ, ଜାତି ବିରୁଦ୍ଧରେ ଜାତି ଓ ରାଜ୍ୟ ବିରୁଦ୍ଧରେ ରାଜ୍ୟ ଉଠିବ,


Swiv nou:

Piblisite


Piblisite