Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 22:2 - ଓଡିଆ ବାଇବେଲ

2 ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ, କିପରି ଯୀଶୁଙ୍କୁ ବିନାଶ କରି ପାରନ୍ତି, ସେଥିର ଉପାୟ ଖୋଜୁଥିଲେ, କାରଣ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆଉ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ, କିପରି ତାହାଙ୍କୁ ବିନାଶ କରିପାରନ୍ତି, ସେଥିର ଉପାୟ ଖୋଜୁଥିଲେ, କାରଣ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ମୁଖ୍ୟ ଯାଜକ ଓ ଧର୍ମଗୁରୁମାନେ ଲୋକମାନଙ୍କୁ ଭୟ କରୁଥିଲେ। ତେଣୁ ସେମାନେ ଗୁପ୍ତରେ ଯୀଶୁଙ୍କୁ ବଧ କରିବାର ଉପାୟ ଖୋଜୁଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ, କିପରି ଯୀଶୁଙ୍କୁ ବିନାଶ କରିପାରନ୍ତି, ସେଥିର ଉପାୟ ଖୋଜୁଥିଲେ, କାରଣ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ

2 ପ୍ରଧାନଯାଜକ ଓ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କୁ ଜୀବନରେ ମାରିଦେବା ପାଇଁ ଉପାୟ ଖୋଜୁଥିଲେ। କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 22:2
12 Referans Kwoze  

ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କୁ ଧରିବା ଉଦ୍ଦେଶ୍ୟରେ, ସେ କେଉଁଠାରେ ଅଛନ୍ତି, ଏହା ଯଦି କେହି ଜାଣେ, ତାହା ପ୍ରକାଶ କରିବାକୁ ଆଜ୍ଞା ଦେଇଥିଲେ ।


ଏଥିରେ ଶାସ୍ତ୍ରୀ ଓ ପ୍ରଧାନ ଯାଜକମାନେ ସେହି ମୁହୁର୍ତ୍ତରେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କଲେ, କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ ।


କିନ୍ତୁ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ପାଇଁ ତାହାଙ୍କ ବିରୁଦ୍ଧରେ ମନ୍ତ୍ରଣା କଲେ ।


କାରଣ ତୁମ୍ଭର ଯେଉଁ ପବିତ୍ର ଦାସ ଯୀଶୁଙ୍କୁ ତୁମ୍ଭେ ଅଭିଷିକ୍ତ କଲ, ପ୍ରକୃତରେ ତାହାଙ୍କ ବିରୁଦ୍ଧରେ ହେରୋଦ ଏବଂ ପନ୍ତିୟ ପୀଲାତ ଉଭୟ ଅଣଯିହୂଦୀ ଓ ଇସ୍ରାଏଲ ଲୋକମାନଙ୍କ ସହିତ ଏହି ନଗରରେ,


ମାତ୍ର ସେହି କୃଷକମାନେ ପୁତ୍ରଙ୍କୁ ଦେଖି ପରସ୍ପର କହିଲେ, ଏ ତ ଉତ୍ତରାଧିକାରୀ; ଆସ, ଏହାକୁ ମାରି ଦେଇ ଆମ୍ଭେମାନେ ଏହାର ଅଧିକାର ଦଖଲ କରୁ ।


ଦୁଇ ଦିନ ପରେ ଯେ ନିସ୍ତାର ପର୍ବ ହେବ, ଏହା ତୁମ୍ଭେମାନେ ଜାଣ, ପୁଣି, ମନୁଷ୍ୟପୁତ୍ର କ୍ରୁଶରେ ହତ ହେବା ନିମନ୍ତେ ସମର୍ପିତ ହେବେ ।


ନିସ୍ତାର ପର୍ବ ଓ ଖମୀରଶୂନ୍ୟ ରୁଟିର ପର୍ବ ପଡ଼ିବାକୁ ଦୁଇ ଦିନ ଥିଲା । ସେହି ସମୟରେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ କିପରି ଯୀଶୁଙ୍କୁ ଛଳରେ ଧରି ବଧ କରି ପାରନ୍ତି, ସେଥିର ଉପାୟ ଖୋଜୁଥିଲେ ।


Swiv nou:

Piblisite


Piblisite