Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 22:44 - ଓଡିଆ ବାଇବେଲ

44 ପୁଣି, ସେ ମର୍ମାନ୍ତିକ ଦୁଃଖରେ ମଗ୍ନ ହୋଇ ଆହୁରି ଏକାଗ୍ର ଭାବରେ ପ୍ରାର୍ଥନା କରିବାକୁ ଲାଗିଲେ ଓ ତାହାଙ୍କ ଝାଳ ଘନ ରକ୍ତଟୋପା ପରି ଭୂଇଁରେ ପଡ଼ିଲା ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ପୁଣି, ସେ ମର୍ମାନ୍ତିକ ଦୁଃଖରେ ମଗ୍ନ ହୋଇ ଆହୁରି ଏକାଗ୍ର ଭାବରେ ପ୍ରାର୍ଥନା କରିବାକୁ ଲାଗିଲେ ଓ ତାହାଙ୍କ ଝାଳ ଘନ ରକ୍ତଟୋପା ପରି ଭୂଇଁରେ ପଡ଼ିଲା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

44 ଯୀଶୁ ମର୍ମାନ୍ତିକ ଦୁଃଖରେ ଆକୁଳ ହୋଇ ପ୍ରାର୍ଥନା କଲେ; ତାଙ୍କର ସ୍ୱେଦ ବିନ୍ଦୁ ରକ୍ତ ଟୋପ ପରି ଭୂମିରେ ପଡ଼ିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ପୁଣି, ସେ ମର୍ମାନ୍ତିକ ଦୁଃଖରେ ମଗ୍ନ ହୋଇ ଆହୁରି ଏକାଗ୍ରଭାବେ ପ୍ରାର୍ଥନା କରିବାକୁ ଲାଗିଲେ ଓ ତାହାଙ୍କ ଝାଳ ଘନ ରକ୍ତଟୋପା ପରି ଭୂମିରେ ପଡ଼ିଲା।

Gade chapit la Kopi

ପବିତ୍ର ବାଇବଲ

44 ଯୀଶୁ ମର୍ମାନ୍ତକ ପୀଡ଼ାରେ ବୁଡ଼ି ରହି ଆହୁରି ଦୃଢ଼ ଭାବରେ ପ୍ରାର୍ଥନା କରିବାକୁ ଲାଗିଲେ। ତାହାଙ୍କ ମୁହଁରୁ ଘନ ଘନ ରକ୍ତ ଟୋପା ଭଳି ଝାଳ ବାହାରି ଆସି ଭୂଇଁରେ ପଡ଼ିଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 22:44
16 Referans Kwoze  

ହେ ପଥିକ ସମସ୍ତେ, ଏହା କି ତୁମ୍ଭମାନଙ୍କ ପ୍ରତି କିଛି ନୁହେଁ ? ଦେଖି ବୁଝ, ମୋତେ ଯେଉଁ ଦୁଃଖ ଦିଆ ଯାଇଅଛି, ମୋହର ସେହି ଦୁଃଖ ପରି କି କୌଣସି ଦୁଃଖ ଅଛି ? ତଦ୍ଦ୍ୱାରା ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧର ଦିନରେ ମୋତେ କ୍ଳେଶଯୁକ୍ତ କରିଅଛନ୍ତି।


ଯେ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ


ଯେ ଆପଣା ପୁତ୍ରଙ୍କୁ ସୁଦ୍ଧା ରକ୍ଷା କଲେ ନାହିଁ, ମାତ୍ର ଆମ୍ଭ ସମସ୍ତଙ୍କ ନିମନ୍ତେ ତାହାଙ୍କୁ ସମର୍ପଣ କଲେ, ସେ କିପରି ତାହାଙ୍କ ସହିତ ମଧ୍ୟ ସମସ୍ତ ବିଷୟ ଆମ୍ଭମାନଙ୍କୁ ଅନୁଗ୍ରହରେ ଦାନ ନ କରିବେ ?


ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ।


ଏବେ ମୋହର ପ୍ରାଣ ଉଦ୍ବିଗ୍ନ ହୋଇଅଛି, ଆଉ ମୁଁ କ'ଣ କହିବି ? ପିତଃ, ମୋତେ ଏହି ସମୟଠାରୁ ରକ୍ଷା କର ? କିନ୍ତୁ ଏଥିସକାଶେ ତ ମୁଁ ଏହି ସମୟ ମଧ୍ୟକୁ ଆସିଅଛି ।


ଆଉ ସେ ପ୍ରାର୍ଥନାରୁ ଉଠି ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ଦୁଃଖ ହେତୁ ନିଦ୍ରିତ ଦେଖିଲେ;


Swiv nou:

Piblisite


Piblisite