Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 22:5 - ଓଡିଆ ବାଇବେଲ

5 ସେଥିରେ ସେମାନେ ଆନନ୍ଦିତ ହେଲେ ଓ ତାହାକୁ ଟଙ୍କା ଦେବା ପାଇଁ ଚୁକ୍ତି କଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେଥିରେ ସେମାନେ ଆନନ୍ଦିତ ହେଲେ ଓ ତାହାକୁ ଟଙ୍କା ଦେବା ପାଇଁ ଚୁକ୍ତି କଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ସେମାନେ ଖୁସିହୋଇ ତାକୁ ଟଙ୍କା ଦେବାକୁ ଚୁକ୍ତି କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେଥିରେ ସେମାନେ ଆନନ୍ଦିତ ହେଲେ ଓ ତାହାକୁ ଟଙ୍କା ଦେବା ପାଇଁ ଚୁକ୍ତି କଲେ।

Gade chapit la Kopi

ପବିତ୍ର ବାଇବଲ

5 ଏଥିରେ ଯାଜକମାନେ ଖୁସୀ ହୋଇଗଲେ। ଯୀଶୁଙ୍କୁ ସେମାନଙ୍କ ହାତରେ ଦେଇଦେଲେ ସେମାନେ ଯିହୂଦାକୁ ଅର୍ଥ ଦେବା ପାଇଁ ପ୍ରତିଶ୍ରୁତି ଦେଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 22:5
11 Referans Kwoze  

ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି ।


ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟାମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ;


ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।


କିନ୍ତୁ ପିତର ତାହାକୁ କହିଲେ, ତୁମ୍ଭର ଟଙ୍କା ତୁମ୍ଭ ସହିତ ବିନଷ୍ଟ ହେଉ, କାରଣ ତୁମ୍ଭେ ଟଙ୍କା ଦ୍ୱାରା ଈଶ୍ୱରଙ୍କ ଦାନ କିଣିବାକୁ ଭାବିଲ ।


ଏହି ଲୋକ (ଯିହୂଦା) ଅଧର୍ମର ମୁଲ୍ୟ ଦ୍ୱାରା ଖଣ୍ଡିଏ କ୍ଷେତ ପାଇଲା, ପୁଣି, ସେ ମୁଣ୍ଡ ମାଡ଼ି ହୋଇ ପଡ଼ିବାରୁ ତାହାର ପେଟ ଫାଟିଗଲା ଓ ଅନ୍ତବୁଜୁଳି ବାହାରିପଡ଼ିଲା;


ଆଉ ଯିହୂଦା ଯାଇ, କି ଉପାୟରେ ଯୀଶୁଙ୍କୁ ପ୍ରଧାନ ଯାଜକ ଓ ସେନାପତିମାନଙ୍କ ହାତରେ ଧରାଇଦେବ, ତାହା ସେମାନଙ୍କ ସହିତ କଥାବାର୍ତ୍ତା କଲା ।


ଆଉ ଯିହୂଦା ଏକମତ ହୋଇ ଲୋକମାନଙ୍କ ଅନୁପସ୍ଥିତିରେ ଯୀଶୁଙ୍କୁ ସେମାନଙ୍କ ହାତରେ ଧରାଇ ଦେବା ନିମନ୍ତେ ସୁଯୋଗ ଖୋଜିବାକୁ ଲାଗିଲା ।


Swiv nou:

Piblisite


Piblisite