Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 22:53 - ଓଡିଆ ବାଇବେଲ

53 ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥିବା ସମୟରେ ତୁମ୍ଭେମାନେ ମୋ ବିରୁଦ୍ଧରେ ହାତ ବଢ଼ାଇଲ ନାହିଁ; କିନ୍ତୁ ଏହା ତୁମ୍ଭମାନଙ୍କର ସମୟ ଓ ଅନ୍ଧକାରର କର୍ତ୍ତାପଣ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

53 ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥିବା ସମୟରେ ତୁମ୍ଭେମାନେ ମୋʼ ବିରୁଦ୍ଧରେ ହାତ ବଢ଼ାଇଲ ନାହିଁ, କିନ୍ତୁ ଏହା ତୁମ୍ଭମାନଙ୍କର ସମୟ ଓ ଅନ୍ଧକାରର କର୍ତ୍ତାପଣ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

53 ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥିଲି, କିନ୍ତୁ ତୁମ୍ଭେମାନେ ସେତେବେଳେ ମୋତେ ଧରିଲ ନାହିଁ, ଏହିକ୍ଷଣି ତୁମ୍ଭମାନଙ୍କର ସମୟ ଆସିଛି, କାରଣ ବର୍ତ୍ତମାନ ଅନ୍ଧକାରର ରାଜତ୍ୱ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

53 ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥିବା ସମୟରେ ତୁମ୍ଭେମାନେ ମୋ ବିରୁଦ୍ଧରେ ହାତ ବଢ଼ାଇଲ ନାହିଁ; କିନ୍ତୁ ଏହା ତୁମ୍ଭମାନଙ୍କର ସମୟ ଓ ଅନ୍ଧକାରର କର୍ତ୍ତାପଣ।”

Gade chapit la Kopi

ପବିତ୍ର ବାଇବଲ

53 ମନ୍ଦିରରେ ମୁଁ ପ୍ରତ୍ୟେକ ଦିନ ତୁମ୍ଭମାନଙ୍କ ସହିତ ରହୁଥିଲି। ତୁମ୍ଭେମାନେ ମୋତେ ସେଠାରେ ବନ୍ଦୀ କରିନେବାକୁ କାହିଁକି ଚେଷ୍ଟା କଲ ନାହିଁ? କିନ୍ତୁ ଏହି ସମୟରେ ଆସିଛ ଯେତେବେଳେ ଅନ୍ଧକାର ରାଜତ୍ୱ କରିଥାଏ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 22:53
20 Referans Kwoze  

କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ଓ କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତପତିମାନଙ୍କ ବିରୁଦ୍ଧରେ ପୁଣି, ଆକାଶମଣ୍ଡଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ;


ଏବେ ମୋହର ପ୍ରାଣ ଉଦ୍ବିଗ୍ନ ହୋଇଅଛି, ଆଉ ମୁଁ କ'ଣ କହିବି ? ପିତଃ, ମୋତେ ଏହି ସମୟଠାରୁ ରକ୍ଷା କର ? କିନ୍ତୁ ଏଥିସକାଶେ ତ ମୁଁ ଏହି ସମୟ ମଧ୍ୟକୁ ଆସିଅଛି ।


ସେ ଆମ୍ଭମାନଙ୍କୁ ଅନ୍ଧକାରର କ୍ଷମତାରୁ ଉଦ୍ଧାର କରି ଆପଣା ପ୍ରେମପାତ୍ର ପୁତ୍ରଙ୍କ ରାଜ୍ୟ ମଧ୍ୟକୁ ସ୍ଥାନାନ୍ତର କରିଅଛନ୍ତି;


ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ମୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ ।


ଇତିମଧ୍ୟରେ ପଦାତିକମାନେ ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କ ନିକଟକୁ ବାହୁଡ଼ି ଆସିଲେ, ଆଉ ସେମାନେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହିଁକି ତାହାକୁ ଆଣିଲ ନାହିଁ?


ମୁଁ ତୁମ୍ଭମାନଙ୍କ ସହିତ ଆଉ ଅଧିକ କଥାବାର୍ତ୍ତା କରିବି ନାହିଁ, କାରଣ ଜଗତର ଅଧିପତି ଆସୁଅଛି; ଆଉ, ମୋ'ଠାରେ ତାହାର କିଛି ହିଁ ନାହିଁ;


ସେଥିରେ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ; କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ, କାରଣ ତାହାଙ୍କ ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା ।


ପରେ ସେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବା ସମୟରେ ପ୍ରଧାନ ଯାଜକମାନେ ଓ ଲୋକଙ୍କର ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ ? ଆଉ ତୁମ୍ଭକୁ କିଏ ଏହି ଅଧିକାର ଦେଲା ?


ଦୁଷ୍ଟର ଜୟଧ୍ୱନି ଅଳ୍ପ କାଳ ଓ ଅଧାର୍ମିକର ଆନନ୍ଦ କ୍ଷଣମାତ୍ର ସ୍ଥାୟୀ ?


ଆଉ, ଯୀଶୁ ତାହାଙ୍କ ବିରୁଦ୍ଧରେ ଆସିଥିବା ପ୍ରଧାନ ଯାଜକ, ମନ୍ଦିରର ସେନାପତି ଓ ପ୍ରାଚୀନମାନଙ୍କୁ କହିଲେ, ଡକାୟତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ଘେନି ତୁମ୍ଭେମାନେ କ'ଣ ବାହାରି ଆସିଲ ?


ପରେ ସେମାନେ ତାହାଙ୍କୁ ଘେନିଯାଇ ମହାଯାଜକଙ୍କ ଗୃହକୁ ଆଣିଲେ; କିନ୍ତୁ ପିତର ଦୂରରେ ରହି ପଛେ ପଛେ ଗଲେ ।


ରୁଟିଖଣ୍ଡକ ଗ୍ରହଣ କରି ସେ ତତ୍‍କ୍ଷଣାତ୍‍ ବାହାରିଗଲା, ସେତେବେଳେ ରାତ୍ରିକାଳ ।


Swiv nou:

Piblisite


Piblisite