Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:11 - ଓଡିଆ ବାଇବେଲ

11 ପୁଣି, ହେରୋଦ ଆପଣା ସୈନ୍ୟମାନଙ୍କ ସହିତ ତାହାଙ୍କୁ ତୁଚ୍ଛ କରି ପରିହାସପୂର୍ବକ ଚାକଚକ୍ୟ ବସ୍ତ୍ର ପିନ୍ଧାଇ ପୀଲାତଙ୍କ ନିକଟକୁ ପୁନର୍ବାର ପଠାଇଦେଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି, ହେରୋଦ ଆପଣା ସୈନ୍ୟମାନଙ୍କ ସହିତ ତାହାଙ୍କୁ ତୁଚ୍ଛ କରି ପରିହାସପୂର୍ବକ ଚାକଚକ୍ୟ ବସ୍ତ୍ର ପିନ୍ଧାଇ ପୀଲାତଙ୍କ ନିକଟକୁ ପୁନର୍ବାର ପଠାଇଦେଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ହେରୋଦ ଓ ତାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପରିହାସ କରି ତାତ୍ସଲ୍ୟ କଲେ। ତା’ପରେ ସେମାନେ ତାଙ୍କୁ ଚକଚକିଆ ବସ୍ତ୍ର ପିନ୍ଧାଇ ଆଉ ଥରେ ପିଲାତଙ୍କ ନିକଟକୁ ପଠାଇଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ହେରୋଦ ଆପଣା ସୈନ୍ୟମାନଙ୍କ ସହିତ ତାହାଙ୍କୁ ତୁଚ୍ଛ କରି ପରିହାସପୂର୍ବକ ଚାକଚକ୍ୟ ବସ୍ତ୍ର ପିନ୍ଧାଇ ପୀଲାତଙ୍କ ନିକଟକୁ ପୁନର୍ବାର ପଠାଇଦେଲେ।

Gade chapit la Kopi

ପବିତ୍ର ବାଇବଲ

11 ତା'ପରେ ହେରୋଦ ଓ ତାହାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପରିହାସ କଲେ। ତାହାଙ୍କୁ ରାଜକୀୟ ପୋଷାକ ପିନ୍ଧାଇ ଦେଇ ସେମାନେ ଉପହାସ କଲେ। ତା'ପରେ ହେରୋଦ ପୀଲାତଙ୍କୁ ପାଖକୁ ଯୀଶୁଙ୍କୁ ପଠାଇଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 23:11
16 Referans Kwoze  

ସେ ଅବଜ୍ଞାତ ଓ ମନୁଷ୍ୟର ତ୍ୟକ୍ତ; ଦୁଃଖୀ ଲୋକ ଓ ଶୋକପରିଚିତ, ପୁଣି ମନୁଷ୍ୟମାନେ ଯାହାଠାରୁ ମୁଖ ଆଚ୍ଛାଦନ କରନ୍ତି, ଏପରି ଲୋକ ତୁଲ୍ୟ ସେ ଅବଜ୍ଞାତ ହେଲେ, ଆଉ ଆମ୍ଭେମାନେ ତାହାଙ୍କୁ ମାନ୍ୟ କଲୁ ନାହିଁ।


ସେଥିରେ ଯୀଶୁ ସେହି କଣ୍ଟାର ମୁକୁଟ ଓ କୃଷ୍ଣଲୋହିତ ବର୍ଣ୍ଣ ବସ୍ତ୍ରରେ ପରିହିତ ହୋଇ ବାହାରକୁ ଆସିଲେ । ପୀଲାତ ସେମାନଙ୍କୁ କହିଲେ, ଦେଖ, ସେହି ଲୋକ !


ସେଥିରେ ସେ ସେମାନଙ୍କୁ କହିଲେ, ଏଲିୟ ପ୍ରଥମେ ଆସି ସମସ୍ତ ବିଷୟ ପୁନଃସ୍ଥାପନ କରିବା କଥା ସତ, ମାତ୍ର ମନୁଷ୍ୟପୁତ୍ର ବହୁ ଦୁଃଖଭୋଗ କରି ତୁଚ୍ଛୀକୃତ ହେବେ, ଏହା କିପରି ତାହାଙ୍କ ବିଷୟରେ ଲେଖା ଅଛି ?


ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”


ମାତ୍ର ମୁଁ କୀଟ, ମନୁଷ୍ୟ ନୁହେଁ; ମନୁଷ୍ୟମାନଙ୍କର ନିନ୍ଦାପାତ୍ର ଓ ଲୋକମାନଙ୍କର ଅବଜ୍ଞାତ।


ସେହି ସମୟରେ ସାମନ୍ତରାଜା ହେରୋଦ ଯୀଶୁଙ୍କ ବିଷୟରେ ସମ୍ବାଦ ଶୁଣି ଆପଣା ଦାସମାନଙ୍କୁ କହିଲେ,


ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କ ସକାଶେ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ ।


କିନ୍ତୁ ହେରୋଦଙ୍କ ଜନ୍ମ ଦିନ ପଡ଼ନ୍ତେ, ହେରୋଦିଆଙ୍କ କନ୍ୟା ସଭା ମଧ୍ୟରେ ନୃତ୍ୟ କରି ହେରୋଦଙ୍କୁ ମୁଗ୍ଧ କରିଦେଲା ।


ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଠିଆ ହୋଇ ତାହାଙ୍କ ବିରୁଦ୍ଧରେ ତୀବ୍ରଭାବରେ ଅଭିଯୋଗ କରୁଥିଲେ ।


କାରଣ ଯଦି ସୁବର୍ଣ୍ଣ ମୁଦ୍ରିକା ଓ ଚାକଚକ୍ୟ ବସ୍ତ୍ର ପରିଧାନ କରି କୌଣସି ଲୋକ ତୁମ୍ଭମାନଙ୍କ ସଭାକୁ ଆସେ, ପୁଣି, ଜଣେ ଦରିଦ୍ର ଲୋକ ମଳିନ ବସ୍ତ୍ର ପରିଧାନ କରି ଆସେ,


ଆଉ, ତୁମ୍ଭେମାନେ ଚାକଚକ୍ୟ ବସ୍ତ୍ର ପରିଧାନ କରିଥିବା ଲୋକକୁ ମର୍ଯ୍ୟାଦା କରି କୁହ, ଏଠାରେ ଉତ୍ତମ ସ୍ଥାନରେ ବସନ୍ତୁ, ଆଉ ଦରିଦ୍ର ଲୋକକୁ କୁହ, ସେଠାରେ ଠିଆ ହୁଅ,


Swiv nou:

Piblisite


Piblisite