Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:13 - ଓଡିଆ ବାଇବେଲ

13 ଏଥିଉତ୍ତାରେ ପୀଲାତ ପ୍ରଧାନ ଯାଜକ, ଅଧ୍ୟକ୍ଷ ଓ ଜନସାଧାରଣଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଏଥିଉତ୍ତାରେ ପୀଲାତ ପ୍ରଧାନ ଯାଜକ, ଅଧ୍ୟକ୍ଷ ଓ ଜନସାଧାରଣଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ପିଲାତ ମୁଖ୍ୟ ଯାଜକ, ଧର୍ମନେତା ଓ ଲୋକମାନଙ୍କୁ ଏକତ୍ର ଡ଼ାକି ପଚାରିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏଥିଉତ୍ତାରେ ପୀଲାତ ପ୍ରଧାନ ଯାଜକ, ଅଧ୍ୟକ୍ଷ ଓ ଜନସାଧାରଣଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ

13 ପୀଲାତ, ପ୍ରଧାନଯାଜକ ଓ ଯିହୂଦୀନେତାଙ୍କ ସହିତ ସବୁ ଲୋକଙ୍କୁ ଏକାଠି ଡାକିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 23:13
14 Referans Kwoze  

ପୀଲାତ ତାହାଙ୍କୁ କହିଲେ, ସତ୍ୟ କ'ଣ ? ଏହା କହି ସେ ପୁଣି, ଯିହୂଦୀମାନଙ୍କ ନିକଟକୁ ବାହାରକୁ ଯାଇ ସେମାନଙ୍କୁ କହିଲେ, ଆମ୍ଭେ ଏହାଠାରେ କୌଣସି ଦୋଷ ପାଉ ନାହୁଁ ।


ସେଥିରେ ପୀଲାତ ସେମାନଙ୍କୁ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି ? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ ।


ପୀଲାତ ପୁନର୍ବାର ବାହାରକୁ ଯାଇ ସେମାନଙ୍କୁ କହିଲେ, ଦେଖ, ଆମ୍ଭେ ଯେ ତାହାଠାରେ କୌଣସି ଦୋଷ ପାଉ ନାହୁଁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥି ନିମନ୍ତେ ଆମ୍ଭେ ତାହାକୁ ତୁମ୍ଭମାନଙ୍କ ନିକଟକୁ ବାହାର କରି ଆଣୁଅଛୁ ।


ପୁଣି, ଲୋକମାନେ ଠିଆ ହୋଇ ଦେଖୁଥିଲେ । ଆଉ ଅଧ୍ୟକ୍ଷମାନେ ମଧ୍ୟ ତାହାଙ୍କୁ ବିଦୃପ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା; ସେ ଯଦି ଈଶ୍ୱରଙ୍କ ମନୋନୀତ ଖ୍ରୀଷ୍ଟ, ତେବେ ନିଜକୁ ରକ୍ଷା କରୁ ।


ଆଉ, ଆମ୍ଭମାନଙ୍କର ପ୍ରଧାନ ଯାଜକ ଓ ଅଧ୍ୟକ୍ଷମାନେ କିପରି ତାହାଙ୍କୁ ପ୍ରାଣଦଣ୍ଡ ଭୋଗିବାକୁ ସମର୍ପଣ କରି ତାହାଙ୍କୁ କ୍ରୁଶରେ ବଧ କଲେ, ଏହି ସମସ୍ତ ବିଷୟ ।


ଫାରୂଶୀମାନଙ୍କ ମଧ୍ୟରେ ନୀକଦୀମ ନାମକ ଜଣେ ବ୍ୟକ୍ତି ଥିଲେ, ସେ ଯିହୂଦୀମାନଙ୍କର ଜଣେ ନେତା ।


ପୁଣି, ଦେଖ, ସେ ପ୍ରକାଶରେ କଥା କହୁଅଛି, ଆଉ ସେମାନେ ତାହାକୁ କିଛି କରୁ ନାହାଁନ୍ତି । ଏ ଯେ ଖ୍ରୀଷ୍ଟ, ଏହା କ'ଣ ନେତାମାନେ ସତେ ଜାଣି ସାରିଲେଣି ?


ନେତାମାନଙ୍କ ମଧ୍ୟରୁ କିମ୍ବା ଫାରୂଶୀମାନଙ୍କ ମଧ୍ୟରୁ କ'ଣ କେହି ତାହାଙ୍କଠାରେ ବିଶ୍ୱାସ କରିଅଛନ୍ତି?


ତଥାପି ନେତାମାନଙ୍କ ମଧ୍ୟରୁ ସୁଦ୍ଧା ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ, କିନ୍ତୁ କାଳେ ସେମାନେ ସମାଜଗୃହରୁ ବାହାର ହୁଅନ୍ତି, ଏଥିପାଇଁ ଫାରୂଶୀମାନଙ୍କ ହେତୁ ତାହା ସ୍ୱୀକାର କରୁ ନ ଥିଲେ,


ଆଉ ଏବେ, ହେ ଭାଇମାନେ, ଆପଣମାନଙ୍କ ଅଧ୍ୟକ୍ଷମାନେ ଯେପରି, ଆପଣମାନେ ମଧ୍ୟ ସେପରି ଅଜ୍ଞାନତା ହେତୁ ଏହା କରିଅଛନ୍ତି ବୋଲି ମୁଁ ଜାଣେ ।


ପରଦିନ ଲୋକମାନଙ୍କର ଅଧ୍ୟକ୍ଷ, ପ୍ରାଚୀନ ଓ ଶାସ୍ତ୍ରୀମାନେ ଯିରୂୂଶାଲମରେ ଏକତ୍ରିତ ହେଲେ;


ସେଥିରେ ପିତର ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସେମାନଙ୍କୁ କହିଲେ, ହେ ଲୋକମାନଙ୍କର ଅଧ୍ୟକ୍ଷ ଓ ପ୍ରାଚୀନମାନେ,


କାରଣ ଯିରୂଶାଲମ ନିବାସୀମାନେ ଆଉ ସେମାନଙ୍କର ଅଧ୍ୟକ୍ଷଗଣ ତାହାଙ୍କୁ ପୁଣି, ପ୍ରତି ବିଶ୍ରାମବାରରେ ପାଠ କରାଯାଉଥିବା ଭାବବାଦୀମାନଙ୍କର ବାକ୍ୟସବୁକୁ ନ ଜାଣିବାରୁ ତାହାଙ୍କୁ ଦୋଷୀ କରି ସେ ସମସ୍ତ ସଫଳ କଲେ,


Swiv nou:

Piblisite


Piblisite