Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:7 - ଓଡିଆ ବାଇବେଲ

7 ପୁଣି, ସେ ଯେ ହେରୋଦଙ୍କ ଅଧିକାର ଅଧିନରେ ଅଛନ୍ତି, ଏହା ଜ୍ଞାତ ହୋଇ ସେ ତାହାଙ୍କୁ ହେରୋଦଙ୍କ ନିକଟକୁ ପଠାଇଦେଲେ, ଯେଣୁ ସେ ମଧ୍ୟ ଏହି ସମୟରେ ଯିରୂଶାଲମରେ ଥିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି, ସେ ଯେ ହେରୋଦଙ୍କ ରାଜ୍ୟର ଲୋକ, ଏହା ଜ୍ଞାତ ହୋଇ ସେ ତାହାଙ୍କୁ ହେରୋଦଙ୍କ ନିକଟକୁ ପଠାଇଦେଲେ, ଯେଣୁ ସେ ମଧ୍ୟ ଏହି ସମୟରେ ଯିରୂଶାଲମରେ ଥିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଯୀଶୁ ହେରୋଦଙ୍କ ଦ୍ୱାରା ଶାସିତ ଗାଲିଲୀ ଅଞ୍ଚଳରୁ ଆସିଛନ୍ତି ବୋଲି ଜାଣି ପିଲାତ ତାଙ୍କୁ ହେରୋଦଙ୍କ ନିକଟକୁ ପଠାଇଦେଲେ। ହେରୋଦ ମଧ୍ୟ ସେହି ସମୟରେ ଯିରୂଶାଲମରେ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ସେ ଯେ ହେରୋଦଙ୍କ ଅଧିକାର ଅଧୀନରେ ଅଛନ୍ତି, ଏହା ଜ୍ଞାତ ହୋଇ ସେ ତାହାଙ୍କୁ ହେରୋଦଙ୍କ ନିକଟକୁ ପଠାଇଦେଲେ, ଯେଣୁ ସେ ମଧ୍ୟ ଏହି ସମୟରେ ଯିରୂଶାଲମ ସହରରେ ଥିଲେ।

Gade chapit la Kopi

ପବିତ୍ର ବାଇବଲ

7 ପୀଲାତ ଜାଣିଲେ ଯେ, ଯୀଶୁ ହେରୋଦଙ୍କ ଅଧିକାର କ୍ଷେତ୍ରର ଲୋକ। ହେରୋଦ ସେହି ସମୟରେ ଯିରୁଶାଲମରେ ଥିଲେ। ତେଣୁ ପୀଲାତ ଯୀଶୁଙ୍କୁ ତାହାଙ୍କ ପାଖକୁ ପଠାଇଦେଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 23:7
9 Referans Kwoze  

ତିବିରିଅା କାଇସରଙ୍କ ଶାସନର ପନ୍ଦର ବର୍ଷରେ, ଯେତେବେଳେ ପନ୍ତିୟ ପୀଲାତ ଯିହୂଦା ପ୍ରଦେଶର ଶାସନକର୍ତ୍ତା ଓ ହେରୋଦ ଗାଲିଲୀର ସାମନ୍ତରାଜା ଥିଲେ, ଆଉ ତାହାଙ୍କ ଭାଇ ଫିଲିପ୍ପ ଈତୂରୀୟା ଓ ତ୍ରାଖୋନୀତି ପ୍ରଦେଶର, ପୁଣି, ଲୁସାନୀୟା ଅବିଲୀନୀର ସାମନ୍ତରାଜା ଥିଲେ


ସେହି ଦଣ୍ଡରେ କେତେକ ଫାରୂଶୀ ତାହାଙ୍କ ପାଖକୁ ଆସି କହିଲେ, ଏ ସ୍ଥାନ ଛାଡ଼ି ବାହାରି ଯାଉନ୍ତୁ, କାରଣ ହେରୋଦ ଆପଣଙ୍କୁ ମାରିବା ପାଇଁ ଇଚ୍ଛା କରୁଅଛନ୍ତି ।


ସେହି ସମୟରେ ସାମନ୍ତରାଜା ହେରୋଦ ଯୀଶୁଙ୍କ ବିଷୟରେ ସମ୍ବାଦ ଶୁଣି ଆପଣା ଦାସମାନଙ୍କୁ କହିଲେ,


ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କ ସକାଶେ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ ।


କିନ୍ତୁ ହେରୋଦଙ୍କ ଜନ୍ମ ଦିନ ପଡ଼ନ୍ତେ, ହେରୋଦିଆଙ୍କ କନ୍ୟା ସଭା ମଧ୍ୟରେ ନୃତ୍ୟ କରି ହେରୋଦଙ୍କୁ ମୁଗ୍ଧ କରିଦେଲା ।


ତାହାଙ୍କ ନାମ ବିଖ୍ୟାତ ହେବାରୁ ହେରୋଦ ରାଜା ତାହାଙ୍କ ବିଷୟରେ ଶୁଣିଲେ, ଆଉ ଲୋକେ କହୁଥିଲେ, ବାପ୍ତିଜକ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି ।


ଇତିମଧ୍ୟରେ ସାମନ୍ତରାଜା ହେରୋଦ ଏହି ସମସ୍ତ ଘଟଣା ବିଷୟ ଶୁଣି ଅବାକ୍ ହୋଇଗଲେ, କାରଣ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି ବୋଲି କେହି କେହି କହୁଥିଲେ;


କିନ୍ତୁ ପୀଲାତ ଏହା ଶୁଣି ପଚାରିଲେ, ଏ ଲୋକଟା କ'ଣ ଜଣେ ଗାଲିଲୀୟ ?


କାରଣ ତୁମ୍ଭର ଯେଉଁ ପବିତ୍ର ଦାସ ଯୀଶୁଙ୍କୁ ତୁମ୍ଭେ ଅଭିଷିକ୍ତ କଲ, ପ୍ରକୃତରେ ତାହାଙ୍କ ବିରୁଦ୍ଧରେ ହେରୋଦ ଏବଂ ପନ୍ତିୟ ପୀଲାତ ଉଭୟ ଅଣଯିହୂଦୀ ଓ ଇସ୍ରାଏଲ ଲୋକମାନଙ୍କ ସହିତ ଏହି ନଗରରେ,


Swiv nou:

Piblisite


Piblisite