Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:11 - ଓଡିଆ ବାଇବେଲ

11 ମାତ୍ର ଏସମସ୍ତ କଥା ସେମାନଙ୍କ ନିକଟରେ କଳ୍ପିତ ଗଳ୍ପ ପରି ଲାଗିଲା, ଆଉ ସେମାନେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ମାତ୍ର ଏସମସ୍ତ କଥା ସେମାନଙ୍କ ନିକଟରେ ପ୍ରଳାପ ପରି ଲାଗିଲା, ଆଉ ସେମାନେ ସେମାନଙ୍କୁ ଅବିଶ୍ଵାସ କଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 କିନ୍ତୁ ପ୍ରେରିତ ଶିଷ୍ୟମାନେ ଭାବିଲେ ଯେ ଏସବୁ ସ୍ତ୍ରୀ ଲୋକମାନଙ୍କର କପୋଳକଳ୍ପିତ କଥା, ତେଣୁ ସେମାନେ ବିଶ୍ୱାସ କଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ମାତ୍ର ଏସମସ୍ତ କଥା ସେମାନଙ୍କ ନିକଟରେ କଳ୍ପିତ ଗଳ୍ପ ପରି ଲାଗିଲା, ଆଉ ସେମାନେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

11 କିନ୍ତୁ ପ୍ରେରିତମାନେ ସ୍ତ୍ରୀଲୋକମାନଙ୍କ କଥାରେ ଆଦୌ ବିଶ୍ୱାସ କଲେ ନାହିଁ। ସେମାନଙ୍କୁ ଏହା ପାଗଳ କଥା ପରି ଲାଗିଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 24:11
10 Referans Kwoze  

ଯୀଶୁ ଯେ ଜୀବିତ ଅଟନ୍ତି ଓ ତାହାଙ୍କୁ ଦର୍ଶନ ଦେଇଅଛନ୍ତି, ଏହା ଶୁଣି ସେମାନେ ବିଶ୍ୱାସ କଲେ ନାହିଁ ।


ସେଥିରେ ସେ ସେମାନଙ୍କୁ କହିଲେ, ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ୱାରା କଥିତ ସମସ୍ତ ବାକ୍ୟରେ ବିଶ୍ୱାସ କରିବାକୁ ଶିଥିଳଚିତ୍ତମାନେ,


ସଦାପ୍ରଭୁ ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ ଆମ୍ଭେମାନେ ସ୍ୱପ୍ନଦର୍ଶକମାନଙ୍କ ପରି ଥିଲୁ।


ଯଦି ମୁଁ ଡାକିଥା’ନ୍ତି ଓ ସେ ମୋତେ ଉତ୍ତର ଦେଇଥା’ନ୍ତେ, ତେବେ ହେଁ ସେ ମୋ’ ରବରେ ମନୋଯୋଗ କଲେ ବୋଲି ମୁଁ ବିଶ୍ୱାସ କରନ୍ତି ନାହିଁ।


ତହୁଁ ଲୋଟ ବାହାରକୁ ଯାଇ ଆପଣା କନ୍ୟାମାନଙ୍କ ସହିତ ବିବାହ କରିବାକୁ ଉଦ୍ୟତ ଜୁଆଁଇମାନଙ୍କୁ କହିଲା, “ଉଠ, ଏଠାରୁ ବାହାର ହୁଅ, ସଦାପ୍ରଭୁ ଏ ନଗର ଉଚ୍ଛିନ୍ନ କରିବେ,” ମାତ୍ର ଜୁଆଁଇମାନେ ତାହାକୁ ପରିହାସକ ପରି ମଣିଲେ।


ସେ ବାହାରି ତାହାଙ୍କ ପଛେ ପଛେ ଗଲେ; କିନ୍ତୁ ଦୂତଙ୍କ ଦ୍ୱାରା ଯାହା କରାଗଲା, ତାହା ଯେ ପ୍ରକୃତ, ସେ ତାହା ନ ବୁଝି ଦର୍ଶନ ଦେଖୁଅଛନ୍ତି ବୋଲି ମନେ କରୁଥିଲେ ।


ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ସେ ପରମେଶ୍ୱରଙ୍କ ଲୋକଙ୍କୁ ଉତ୍ତର କରି କହିଲା, “ଦେଖ, ଯେବେ ସଦାପ୍ରଭୁ ଆକାଶରେ ଦ୍ୱାର କରନ୍ତି, ତେବେ ହେଁ କ’ଣ ଏ କଥା ହୋଇ ପାରିବ ?” ତହିଁରେ ଇଲୀଶାୟ କହିଲେ, “ଦେଖ, ତୁମ୍ଭେ ସ୍ୱଚକ୍ଷୁରେ ତାହା ଦେଖିବ, ମାତ୍ର ତହିଁରୁ ଭୋଜନ କରିବ ନାହିଁ।”


ପୁଣି, ସେମାନେ ଯାଇ ଅନ୍ୟମାନଙ୍କୁ ସମ୍ବାଦ ଦେଲେ; କିନ୍ତୁ ସେମାନଙ୍କ କଥା ସୁଦ୍ଧା ସେମାନେ ବିଶ୍ୱାସ କଲେ ନାହିଁ ।


ଏଥିଉତ୍ତାରେ ଏକାଦଶ (ଏଗାର) ଶିଷ୍ୟ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ୱାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଲେ, ସେମାନଙ୍କ କଥା ସେମାନେ ବିଶ୍ୱାସ କରି ନ ଥିଲେ ।


ତେବେ ମଧ୍ୟ ସେମାନେ ଆନନ୍ଦ ହେତୁ ଅବିଶ୍ୱାସ କରି ଚମତ୍କୃତ ହେବାରୁ ସେ ସେମାନଙ୍କୁ ପଚାରିଲେ, ଏଠାରେ ତୁମ୍ଭମାନଙ୍କ ପାଖରେ କ'ଣ ଖାଦ୍ୟ ଅଛି ?


Swiv nou:

Piblisite


Piblisite