Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:51 - ଓଡିଆ ବାଇବେଲ

51 ପୁଣି, ସେମାନଙ୍କୁ ଆଶୀର୍ବାଦ କରୁ କରୁ ସେ ସେମାନଙ୍କଠାରୁ ଅଲଗା ହୋଇ ସ୍ୱର୍ଗକୁ ନୀତ ହେଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

51 ପୁଣି, ସେମାନଙ୍କୁ ଆଶୀର୍ବାଦ କରୁ କରୁ ସେ ସେମାନଙ୍କଠାରୁ ଅନ୍ତର ହୋଇ ସ୍ଵର୍ଗକୁ ନୀତ ହେଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

51 ତା’ପରେ ସେ ସେମାନଙ୍କଠାରୁ ବିଦାୟ ନେଲେ ଏବଂ ସ୍ୱର୍ଗକୁ ଉତ୍ତୋଳିତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

51 ପୁଣି, ସେମାନଙ୍କୁ ଆଶୀର୍ବାଦ କରୁ କରୁ ସେ ସେମାନଙ୍କଠାରୁ ଅଲଗା ହୋଇ ସ୍ୱର୍ଗକୁ ନୀତ ହେଲେ।

Gade chapit la Kopi

ପବିତ୍ର ବାଇବଲ

51 ଯୀଶୁ ସେମାନଙ୍କୁ ଆଶୀର୍ବାଦ କରୁଥିବା ସମୟରେ ସେ ଶିଷ୍ୟମାନଙ୍କ ପାଖରୁ ଅଲଗା ହୋଇଗଲେ ଓ ତାହାଙ୍କୁ ସ୍ୱର୍ଗକୁ ନିଆଗଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 24:51
9 Referans Kwoze  

ସେ ଏହି ସମସ୍ତ କଥା କହିବା ପରେ, ସେମାନେ ଦେଖୁ ଦେଖୁ ସେ ଊର୍ଦ୍ଧ୍ୱକୁ ନୀତ ହେଲେ, ଆଉ ଖଣ୍ଡେ ମେଘ ତାହାଙ୍କୁ ସେମାନଙ୍କ ଦୃଷ୍ଟିଗୋଚରରୁ ଘେନିଗଲା ।


ଯୀଶୁ ତାଙ୍କୁ କହିଲେ, ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ୱର ଓ ତୁମ୍ଭମାନଙ୍କର ଈଶ୍ୱରଙ୍କ ନିକଟକୁ ଆରୋହଣ କରୁଅଛି ।


ଏହିରୂପେ ସେମାନେ ଯାଉ ଯାଉ ଓ କଥାବାର୍ତ୍ତା କରୁ କରୁ ଦେଖ, ଏକ ଅଗ୍ନିମୟ ରଥ ଓ ଅଗ୍ନିମୟ ଅଶ୍ୱମାନ ଉପସ୍ଥିତ ହୋଇ ସେ ଦୁହିଁଙ୍କୁ ପୃଥକ୍‍ କଲା; ପୁଣି ଏଲୀୟ ଘୂର୍ଣ୍ଣିବାୟୁରେ ସ୍ୱର୍ଗାରୋହଣ କଲେ।


ଅତଏବ ସ୍ୱର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଈଶ୍ୱରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ୱାସମତକୁ ଦୃଢ଼ ଭାବରେ ଧାରଣ କରୁ ।


ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶ ନ କରିଅଛନ୍ତି,


ଏହି ରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ୱର୍ଗରେ ଗୃହୀତ ହୋଇ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ବସିଲେ ।


ତତ୍ପରେ ସେ ସେମାନଙ୍କୁ ବେଥନିଅାକୁ ଯିବା ବାଟ ପର୍ଯ୍ୟନ୍ତ ଘେନିଗଲେ ଓ ଆପଣା ହାତ ତୋଳି ସେମାନଙ୍କୁ ଆଶୀର୍ବାଦ କଲେ ।


ଆଉ ସେମାନେ ତାହାଙ୍କୁ ପ୍ରଣାମ କରି ମହାନନ୍ଦରେ ଯିରୂଶାଲମକୁ ବାହୁଡ଼ିଗଲେ,


Swiv nou:

Piblisite


Piblisite