Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 3:7 - ଓଡିଆ ବାଇବେଲ

7 ଅତଏବ, ଯୋହନ ତାଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ବାହାରି ଆସୁଥିବା ଲୋକସମୂହକୁ କହିଲେ, ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଅତଏବ, ସେ ତାଙ୍କ ଦ୍ଵାରା ବାପ୍ତିଜିତ ହେବା ନିମନ୍ତେ ବାହାରି ଆସୁଥିବା ଲୋକସମୂହକୁ କହିଲେ, ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ବହୁସଂଖ୍ୟକ ଲୋକେ ଜଳଦୀକ୍ଷା ଗ୍ରହଣ କରିବା ପାଇଁ ଯୋହନଙ୍କ ନିକଟକୁ ଆସିଲେ। ଯୋହନ ସେମାନଙ୍କୁ କହିଲେ, “ରେ କାଳସର୍ପର ବଂଶ, ଈଶ୍ୱରଙ୍କ ଆସନ୍ନ ଦଣ୍ଡରୁ ପଳାୟନ କରିବା ପାଇଁ କିଏ ତୁମ୍ଭମାନଙ୍କୁ ସତର୍କ କରାଇ ଦେଇଛି?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଅତଏବ, ଯୋହନ ତାହାଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ବାହାରି ଆସୁଥିବା ଲୋକସମୂହକୁ କହିଲେ, ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା?

Gade chapit la Kopi

ପବିତ୍ର ବାଇବଲ

7 ଯୋହନଙ୍କ ନିକଟକୁ ବାପ୍ତିଜିତ ହେବା ପାଇଁ ଲୋକମାନେ ଆସିଲେ। ଯୋହନ ସେମାନଙ୍କୁ କହିଲେ, “ତୁମ୍ଭେମାନେ ବିଷଧର ସାପ ଭଳି। ପରମେଶ୍ୱରଙ୍କ ଆସୁଥିବା ମହା କ୍ରୋଧରୁ ଖସି ପଳାଇବା ପାଇଁ କିଏ ତୁମ୍ଭମାନଙ୍କୁ ଚେତାଇ ଦେଲା?

Gade chapit la Kopi




ଲୂକ ଲିଖିତ ସୁସମାଚାର 3:7
12 Referans Kwoze  

ଆରେ ସର୍ପଗୁଡ଼ାକ, ଆରେ କାଳସର୍ପର ବଂଶ, ତୁମ୍ଭେମାନେ କିପ୍ରକାରେ ନର୍କ ଦଣ୍ଡରୁ ରକ୍ଷା ପାଇବ ?


ପୁଣି, ସେ ଆପଣା ଯେଉଁ ପୁତ୍ରଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ଆଗାମୀ କ୍ରୋଧରୁ ଆମ୍ଭମାନଙ୍କୁ ରକ୍ଷା କରିବା ନିମନ୍ତେ ସେହି ଯୀଶୁଙ୍କୁ ସ୍ୱର୍ଗରୁ ଆଗମନ କରିବାର ଅପେକ୍ଷାରେ ରହିବା ।


ରେ କାଳସର୍ପର ବଂଶ, ତୁମ୍ଭେମାନେ ଦୁଷ୍ଟ ହୋଇ କିପ୍ରକାରେ ଭଲ କଥା କହିପାର ? କାରଣ ହୃଦୟର ପୂର୍ଣ୍ଣତାରୁ ମୂଖ କଥା କହେ ।


ସେମାନେ କାଳସର୍ପର ଡିମ୍ବ ଫୁଟାନ୍ତି ଓ ମାକଡ଼ସାର ଜାଲ ବୁଣନ୍ତି; ଯେ ସେମାନଙ୍କର ଡିମ୍ବ ଖାଏ, ସେ ମରେ, ଆଉ ତାହା ଦଳିତ ହେଲେ ତହିଁରୁ କାଳସର୍ପ ବାହାର ହୁଏ।


ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”


ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଈଶ୍ୱରଙ୍କ ପୁତ୍ର ପ୍ରକାଶିତ ହେଲେ ।


ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଈଶ୍ୱରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ୱାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ ।


ଆରେ ସମସ୍ତ ପ୍ରକାର ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ ଆଉ ସମସ୍ତ ପ୍ରକାର ଧାର୍ମିକତାର ଶତ୍ରୁ, ଶୟତାନର ସନ୍ତାନ, ତୁମ୍ଭେ ପ୍ରଭୁଙ୍କର ସରଳ ପଥକୁ ବକ୍ର କରିବାରୁ କି କ୍ଷାନ୍ତ ହେବ ନାହିଁ ?


ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା । ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ । ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା ।


ଆଉ ଆପଣା ଆପଣା ପାପ ସ୍ୱୀକାର କରି ତାହାଙ୍କ ଦ୍ୱାରା ଯର୍ଦନ ନଦୀରେ ବାପ୍ତିଜିତ ହେଲେ ।


Swiv nou:

Piblisite


Piblisite