Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 4:2 - ଓଡିଆ ବାଇବେଲ

2 ସେହି ସମସ୍ତ ଦିନ ସେ କିଛି ଖାଇଲେ ନାହିଁ, ଆଉ ସେହି ସବୁ ଦିନ ଶେଷ ହୁଅନ୍ତେ, ସେ କ୍ଷୁଧିତ ହେଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେହିସମସ୍ତ ଦିନ ସେ କିଛି ଭୋଜନ କଲେ ନାହିଁ, ଆଉ ସେହିସବୁ ଦିନ ଶେଷ ହୁଅନ୍ତେ, ସେ କ୍ଷୁଧିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ସେଠାରେ ସେ ଶୟତାନ ଦ୍ୱାରା ଚାଳିଶ ଦିନ ପର୍ଯ୍ୟନ୍ତ ପରୀକ୍ଷିତ ହେଲେ। ସେହି ସମୟ ଭିତରେ ସେ କିଛି ଭୋଜନ କରି ନ ଥିଲେ, ତେଣୁ ଚାଳିଶ ଦିନ ଅତିବାହିତ ହେବା ପରେ ସେ କ୍ଷୁଧିତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେହି ସମସ୍ତ ଦିନ ସେ କିଛି ଖାଇଲେ ନାହିଁ, ଆଉ ସେହିସବୁ ଦିନ ଶେଷ ହୁଅନ୍ତେ, ସେ କ୍ଷୁଧିତ ହେଲେ।

Gade chapit la Kopi

ପବିତ୍ର ବାଇବଲ

2 ସେଠାରେ ଶୟତାନ ଗ୍ଭଳିଶ୍ ଦିନ ପର୍ଯ୍ୟନ୍ତ ତାହାଙ୍କର ପରୀକ୍ଷା ନେଲା। ସେହି ଦିନମାନଙ୍କରେ ଯୀଶୁ କିଛି ନ ଖାଇ ନ ପିଇ ରହିଲେ। ସେହି ଦିନତକ ସରିଯିବା ପରେ ଯୀଶୁଙ୍କୁ ବଡ଼ ଭୋକ ଲାଗିଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 4:2
16 Referans Kwoze  

ତହୁଁ ସେ ଉଠି ଭୋଜନ ପାନ କଲେ ଓ ସେହି ଖାଦ୍ୟର ବଳରେ ପରମେଶ୍ୱରଙ୍କ ପର୍ବତ ହୋରେବ ପର୍ଯ୍ୟନ୍ତ ଚାଳିଶ ଦିନ ଓ ଚାଳିଶ ରାତ୍ରି ଗମନ କଲେ।


ସେହି ସମୟରେ ମୋଶା ସଦାପ୍ରଭୁଙ୍କ ସହିତ ସେହି ସ୍ଥାନରେ ଚାଳିଶ ଦିବାରାତ୍ର ଅବସ୍ଥାନ କଲେ; ସେ ଅନ୍ନ ଭୋଜନ କି ଜଳ ପାନ କଲେ ନାହିଁ। ସେ ସେହି ଦୁଇ ପ୍ରସ୍ତରରେ ନିୟମବାକ୍ୟ, ଅର୍ଥାତ୍‍, ଦଶ ଆଜ୍ଞା ଲେଖିଲେ।


କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାଁନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ ।


କାରଣ ସେ ନିଜେ ପରୀକ୍ଷିତ ହୋଇ ଦୁଃଖଭୋଗ କରିଥିବାରୁ ପରୀକ୍ଷିତ ହେଉଥିବା ଲୋକମାନଙ୍କ ଉପକାର କରିବା ନିମନ୍ତେ ସକ୍ଷମ ଅଟନ୍ତି ।


ଯେତେବେଳେ ମୁଁ ପ୍ରସ୍ତରଦ୍ୱୟ, ଅର୍ଥାତ୍‍, ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ କୃତ ନିୟମର ଦୁଇ ପ୍ରସ୍ତର ଫଳକ ଗ୍ରହଣ କରିବା ପାଇଁ ପର୍ବତ ଉପରକୁ ଗଲି, ସେତେବେଳେ ମୁଁ ପର୍ବତରେ ଚାଳିଶ ଦିନ ଓ ଚାଳିଶ ରାତ୍ରି ରହିଲି; ମୁଁ ଅନ୍ନ ଭୋଜନ କିଅବା ଜଳ ପାନ କଲି ନାହିଁ,


ସେହି ସ୍ଥାନରେ ଯାକୁବଙ୍କ କୂପ ଥିଲା । ଅତଏବ, ଯୀଶୁ ପଥଶ୍ରାନ୍ତ ହୋଇଥିବାରୁ ସେହି କୂପ ନିକଟରେ ବସିପଡ଼ିଲେ । ସେତେବେଳେ ମଧ୍ୟାହ୍ନ ହୋଇଥିଲା ।


ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ଦୁଷ୍କର୍ମ କରି ଯେଉଁ ପାପ କରିଥିଲ, ତୁମ୍ଭମାନଙ୍କର ସେହି ସମସ୍ତ ପାପ ସକାଶୁ ମୁଁ ପୂର୍ବ ଥର ପରି ଚାଳିଶ ଦିନ ଓ ଚାଳିଶ ରାତ୍ରି ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ରହିଲି; ମୁଁ ଅନ୍ନ ଭୋଜନ କି ଜଳ ପାନ କଲି ନାହିଁ।


ସକାଳେ ସେ ନଗରକୁ ଫେରିବା ସମୟରେ କ୍ଷୁଧିତ ହେଲେ,


ପୁଣି, ଚାଳିଶ ଦିନ ଓ ଚାଳିଶ ରାତ୍ରି ଉପବାସ କରି ଶେଷରେ କ୍ଷୁଧିତ ହେଲେ ।


ପୁଣି, ରାଜାର ଓ ଅଧ୍ୟକ୍ଷଗଣର ଆଜ୍ଞାନୁସାରେ ସେ ନୀନିବୀର ସର୍ବତ୍ର ଏହି କଥା ଘୋଷଣା ଓ ପ୍ରଚାର କରାଇଲା, ଯଥା, “ମନୁଷ୍ୟ କି ପଶୁ କିଅବା ଗୋମେଷାଦି ପଲ କେହି କିଛି ଆସ୍ୱାଦନ ନ କରୁ; ସେମାନେ ଭୋଜନ କି ଜଳ ପାନ ନ କରନ୍ତୁ;


“ତୁମ୍ଭେ ଯାଇ ଶୂଶନ୍‍ରେ ଉପସ୍ଥିତ ସମସ୍ତ ଯିହୁଦୀୟ ଲୋକଙ୍କୁ ଏକତ୍ର କରି ମୋ’ ନିମନ୍ତେ ଉପବାସ କର, ପୁଣି ତିନି ଦିନ ଯାଏ ଦିନରେ କିଅବା ରାତ୍ରିରେ କିଛି ଭୋଜନ କର ନାହିଁ ଓ କିଛି ପାନ କର ନାହିଁ; ମଧ୍ୟ ମୁଁ ଓ ମୋହର ଦାସୀଗଣ ତଦ୍ରୂପ ଉପବାସ କରିବୁ; ତହୁଁ ବ୍ୟବସ୍ଥାନୁଯାୟୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ଯିବି; ତହିଁରେ ମୁଁ ବିନଷ୍ଟ ହେଲେ ବିନଷ୍ଟ ହେବି।”


ପୁଣି, ସେହି ପଲେଷ୍ଟୀୟ ଲୋକ ଚାଳିଶ ଦିନ ପର୍ଯ୍ୟନ୍ତ ପ୍ରାତଃକାଳରେ ଓ ସନ୍ଧ୍ୟାକାଳରେ ନିକଟକୁ ଆସି ଆପଣାକୁ ଦେଖାଉଥାଏ।


ଏହିରୂପେ ମୋହର ମୁହଁ ମାଡ଼ି ପଡ଼ିବାର ଚାଳିଶ ଦିନ ଓ ଚାଳିଶ ରାତ୍ରି ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ପୂର୍ବଥର ପରି ମୁହଁ ମାଡ଼ି ପଡ଼ି ରହିଲି; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବାକୁ କହିଥିଲେ।


ପୁଣି, ମୋଶା ମେଘ ମଧ୍ୟରେ ପ୍ରବେଶ କରି ପର୍ବତ ଉପରେ ଉଠି ଚାଳିଶ ଦିବାରାତ୍ର ସେହି ପର୍ବତ ଉପରେ ରହିଲେ।


ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”


ସେଥିରେ ଶୟତାନ ତାହାଙ୍କୁ କହିଲା, ତୁମ୍ଭେ ଯେବେ ଈଶ୍ୱରଙ୍କ ପୁତ୍ର, ତେବେ ଏହି ପଥରକୁ ରୁଟି ହେବା ପାଇଁ ଆଜ୍ଞା ଦିଅ ।


Swiv nou:

Piblisite


Piblisite