Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 4:42 - ଓଡିଆ ବାଇବେଲ

42 ସକାଳ ହେବାରୁ, ସେ ବାହାରି ଏକ ନିର୍ଜନ ସ୍ଥାନକୁ ଗଲେ; ଆଉ, ଲୋକସମୂହ ତାହାଙ୍କୁ ଖୋଜି ଖୋଜି ତାହାଙ୍କ ନିକଟକୁ ଆସିଲେ, ପୁଣି, ସେ ଯେପରି ସେମାନଙ୍କ ପାଖରୁ ଚାଲି ନ ଯାଆନ୍ତି, ସେଥିନିମନ୍ତେ ତାହାଙ୍କୁ ଅଟକାଇବା ପାଇଁ ଚେଷ୍ଟା କଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ପ୍ରଭାତ ହୁଅନ୍ତେ, ସେ ବାହାରି ଗୋଟିଏ ନିର୍ଜ୍ଜନ ସ୍ଥାନକୁ ଗଲେ; ଆଉ, ଲୋକସମୂହ ତାହାଙ୍କର ଅନ୍ଵେଷଣ କରି କରି ତାହାଙ୍କ ନିକଟକୁ ଆସିଲେ, ପୁଣି ସେ ଯେପରି ସେମାନଙ୍କ ପାଖରୁ ଚାଲି ନ ଯାଆନ୍ତି, ସେଥିନିମନ୍ତେ ତାହାଙ୍କୁ ଅଟକାଇବା ପାଇଁ ଚେଷ୍ଟା କଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

42 ପରଦିନ ପ୍ରତ୍ୟୁଷରେ, ଯୀଶୁ ସହର ଛାଡ଼ି ଏକ ନିର୍ଜ୍ଜନ ସ୍ଥାନକୁ ଗଲେ। ଲୋକମାନେ ତାଙ୍କୁ ଖୋଜିବାକୁ ଲାଗିଲେ ଓ ତାଙ୍କ ଦେଖା ପାଇ ତାଙ୍କୁ ସେଠାରେ ଅଟକାଇ ରଖିବା ପାଇଁ ଚେଷ୍ଟା କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ସକାଳ ହେବାରୁ, ସେ ବାହାରି ଏକ ନିର୍ଜନ ସ୍ଥାନକୁ ଗଲେ; ଆଉ, ଲୋକସମୂହ ତାହାଙ୍କୁ ଖୋଜି ଖୋଜି ତାହାଙ୍କ ନିକଟକୁ ଆସିଲେ, ପୁଣି, ସେ ଯେପରି ସେମାନଙ୍କ ପାଖରୁ ଚାଲି ନ ଯାଆନ୍ତି, ସେଥିନିମନ୍ତେ ତାହାଙ୍କୁ ଅଟକାଇବା ପାଇଁ ଚେଷ୍ଟା କଲେ।

Gade chapit la Kopi

ପବିତ୍ର ବାଇବଲ

42 ଯୀଶୁ ଏକାକୀ ରହିବା ଉଦ୍ଦେଶ୍ୟରେ ତା’ ପରଦିନ ସକାଳେ ସେ ସ୍ଥାନ ଛାଡ଼ି ଅନ୍ୟତ୍ର ଗ୍ଭଲିଗଲେ। କିନ୍ତୁ ଲୋକମାନେ ତାହାଙ୍କୁ ଖୋଜିଲେ। ଖୋଜି ଖୋଜି ଶେଷରେ ସେମାନେ ଯୀଶୁ ଯେଉଁଠାରେ ଥିଲେ, ସେଠାରେ ପହଞ୍ଚିଗଲେ। ଯୀଶୁ ସେମାନଙ୍କୁ ଛାଡ଼ି କରି କୁଆଡ଼େ ନ ଯା’ନ୍ତୁ ବୋଲି ସେମାନେ ଗ୍ଭହୁଁଥିଲେ। ତେଣୁ ସେମାନେ ଯାଶୁଙ୍କୁ ଅଟକେଇବାକୁ ଚେଷ୍ଟା କଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 4:42
10 Referans Kwoze  

ସେହି ସମୟରେ ସେ ଦିନେ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ବାହାରିଯାଇ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁ କରୁ ସମସ୍ତ ରାତ୍ରି ବିତାଇଲେ ।


ଯୀଶୁ ସେମାନଙ୍କୁ କହିଲେ, ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବା ଓ ତାହାଙ୍କର କାର୍ଯ୍ୟ ସମାପ୍ତ କରିବା, ଏହା ହିଁ ମୋହର ଖାଦ୍ୟ ।


ଅତଏବ, ଯୀଶୁ କିମ୍ବା ତାହାଙ୍କ ଶିଷ୍ୟମାନେ ଯେ ସେଠାରେ ନାହାଁନ୍ତି, ଏହା ଯେତେବେଳେ ଲୋକସମୂହ ଦେଖିଲେ, ସେତେବେଳେ ସେମାନେ ସେହି ସବୁ ନୌକାରେ ଚଢ଼ି ଯୀଶୁଙ୍କୁ ଖୋଜୁ ଖୋଜୁ କଫର୍ନାହୂମକୁ ଆସିଲେ ।


ଅତଏବ, ସେହି ଶମିରୋଣୀୟମାନେ ତାହାଙ୍କ ନିକଟକୁ ଆସି ସେମାନଙ୍କ ସହିତ ରହିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ, ଆଉ ସେ ଦୁଇ ଦିନ ସେ ସ୍ଥାନରେ ରହିଲେ ।


କିନ୍ତୁ ସେମାନେ ତାହାଙ୍କୁ ବଳାଇ କହିଲେ, ଆମ୍ଭମାନଙ୍କ ସାଙ୍ଗରେ ରହନ୍ତୁ, କାରଣ ସନ୍ଧ୍ୟା ହୋଇ ଆସୁଅଛି ଓ ବେଳ ଗଡ଼ିଗଲାଣି । ସେଥିରେ ସେ ସେମାନଙ୍କ ସହିତ ରହିବାକୁ ଘର ଭିତରକୁ ଗଲେ ।


କିନ୍ତୁ ସେ ବାହାରିଯାଇ ସେହି ବିଷୟ ଅଧିକ ଘୋଷଣା କରି ଚାରିଅାଡ଼େ ଏତେ କହିବାକୁ ଲାଗିଲା ଯେ, ଯୀଶୁ ଆଉ ପ୍ରକାଶରେ କୌଣସି ନଗରରେ ପ୍ରବେଶ କରି ପାରିଲେ ନାହିଁ, ମାତ୍ର ବାହାରେ ନିର୍ଜନ ସ୍ଥାନମାନଙ୍କରେ ରହିଲେ; ଆଉ, ଲୋକମାନେ ଚତୁର୍ଦ୍ଦିଗରୁ ତାହାଙ୍କ ନିକଟକୁ ଆସିବାକୁ ଲାଗିଲେ ।


Swiv nou:

Piblisite


Piblisite