Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 4:7 - ଓଡିଆ ବାଇବେଲ

7 ଅତଏବ, ତୁମ୍ଭେ ଯେବେ ଆମ୍ଭ ଛାମୁରେ ପ୍ରଣାମ କରିବ, ତେବେ ସମସ୍ତ ତୁମ୍ଭର ହେବ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଅତଏବ, ତୁମ୍ଭେ ଯେବେ ଆମ୍ଭ ଛାମୁରେ ପ୍ରଣାମ କରିବ, ତେବେ ସମସ୍ତ ତୁମ୍ଭର ହେବ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ତୁମେ ଯଦି ମୋତେ ପୂଜା କରିବ, ତେବେ ଏସବୁ ତୁମର ହେବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଅତଏବ, ତୁମ୍ଭେ ଯେବେ ଆମ୍ଭ ଛାମୁରେ ପ୍ରଣାମ କରିବ, ତେବେ ସମସ୍ତ ତୁମ୍ଭର ହେବ।

Gade chapit la Kopi

ପବିତ୍ର ବାଇବଲ

7 ତେବେ ଯଦି ତୁମ୍ଭେ ମୋତେ ଉପାସନା କରିବ, ତେବେ ମୁଁ ଏସବୁ ତୁମ୍ଭକୁ ଦେଇଦେବି।”

Gade chapit la Kopi




ଲୂକ ଲିଖିତ ସୁସମାଚାର 4:7
11 Referans Kwoze  

ସେ ଯୀଶୁଙ୍କୁ ଦେଖି ଚିତ୍କାର କରି ତାହାଙ୍କ ଚରଣ ତଳେ ପଡ଼ି ଉଚ୍ଚସ୍ୱରରେ କହିଲା, ହେ ମହାନ ଈଶ୍ୱରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋହର କ'ଣ ଅଛି ? ମୁଁ ତୁମ୍ଭକୁ ନିବେଦନ କରୁଅଛି, ମୋତେ କଷ୍ଟ ଦିଅ ନାହିଁ ।


ମୁଁ ଯୋହନ ସ୍ୱୟଂ ଏହି ସମସ୍ତ ଶ୍ରବଣ ଓ ଦର୍ଶନ କରିବା ପରେ, ଯେଉଁ ଦୂତ ମୋତେ ଏହି ସମସ୍ତ ଦର୍ଶନ କରାଇଲେ, ମୁଁ ତାହାଙ୍କ ପାଦ ତଳେ ପ୍ରଣାମ କରିବା ନିମନ୍ତେ ଉବୁଡ଼ ହେଲି ।


ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଓ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ଓ ସାଧୁମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା ।


ସେତେବେଳେ ଚବିଶ ପ୍ରାଚୀନ ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରେ ଉବୁଡ଼ ହୋଇ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ପ୍ରଣାମ କରନ୍ତି ଓ ସିଂହାସନ ସମ୍ମୁଖରେ ଆପଣା ଆପଣା ମୁକୁଟ ଥୋଇଦେଇ କହନ୍ତି,


ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ ।


ଆଉ, ଘର ଭିତରକୁ ଯାଇ ଶିଶୁଙ୍କୁ ତାହାଙ୍କ ମାତା ମରିୟମଙ୍କ ସଙ୍ଗରେ ଦେଖି, ତାହାଙ୍କୁ ଭୂମିଷ୍ଠ ପ୍ରଣାମ କଲେ, ପୁଣି, ଆପଣା ଆପଣା ପେଡ଼ି ଫିଟାଇ ତାହାଙ୍କୁ ସୁନା, କୁନ୍ଦୁରୁ ଓ ଗନ୍ଧରସ ଉପହାର ଦେଲେ ।


ସେମାନେ ତୋଡ଼ାରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରୀକୁ ମୂଲ ଲଗାନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ଡବତ କରି ପୂଜା କରନ୍ତି।


ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍‍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।”


ହଁ, ସବୁ ରାଜାମାନେ ତାହାଙ୍କ ଛାମୁରେ ପ୍ରଣାମ କରିବେ; ସବୁ ଗୋଷ୍ଠୀମାନେ ତାହାଙ୍କର ସେବା କରିବେ।


ପୁଣି, ଶୟତାନ ତାହାଙ୍କୁ କହିଲା, ଆମ୍ଭେ ତୁମ୍ଭକୁ ଏସମସ୍ତ ଅଧିକାର ଓ ଏସବୁର ଏୗଶ୍ୱର୍ଯ୍ୟ ଦେବା, କାରଣ ଆମ୍ଭକୁ ତାହା ସମର୍ପିତ ହୋଇଅଛି, ଆଉ ଆମ୍ଭେ ଯାହାକୁ ଇଚ୍ଛା, ତାହାକୁ ତାହା ଦେଉ ।


ଯୀଶୁ ତାହାକୁ ଉତ୍ତର ଦେଲେ, ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣ ଈଶ୍ୱରଙ୍କୁ ପ୍ରଣାମ କରିବ, ଆଉ କେବଳ ତାହାଙ୍କର ଉପାସନା କରିବ ।


Swiv nou:

Piblisite


Piblisite