Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 4:9 - ଓଡିଆ ବାଇବେଲ

9 ପୁଣି, ସେ ତାହାଙ୍କୁ ଯିରୂଶାଲମକୁ ନେଇଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା, ତୁମ୍ଭେ ଯଦି ଈଶ୍ୱରଙ୍କ ପୁତ୍ର, ତାହାହେଲେ ଏଠାରୁ ତଳକୁ ଡେଇଁପଡ଼;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପୁଣି, ସେ ତାହାଙ୍କୁ ଯିରୂଶାଲମକୁ ଘେନିଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା, ତୁମ୍ଭେ ଯେବେ ଈଶ୍ଵରଙ୍କ ପୁତ୍ର, ତେବେ ଏଠାରୁ ତଳକୁ ଡେଇଁପଡ଼;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ତା’ପରେ ଶୟତାନ ତାଙ୍କୁ ଯିରୂଶାଲମକୁ ନେଇଗଲା ଓ ମନ୍ଦିରର ସର୍ବୋଚ୍ଚ ସ୍ଥାନରେ ତାଙ୍କୁ ଛିଡ଼ା କରାଇ କହିଲା, “ତୁମେ ଯଦି ଈଶ୍ୱରଙ୍କ ପୁତ୍ର, ତେବେ ଏହି ସ୍ଥାନରୁ ତଳକୁ ଡ଼େଇଁ ପଡ଼।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ସେ ତାହାଙ୍କୁ ଯିରୂଶାଲମ ସହରକୁ ନେଇଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା, ତୁମ୍ଭେ ଯଦି ଈଶ୍ବରଙ୍କ ପୁତ୍ର, ତେବେ ଏଠାରୁ ତଳକୁ ଡେଇଁପଡ଼;

Gade chapit la Kopi

ପବିତ୍ର ବାଇବଲ

9 ତା'ପରେ ସେ ଯୀଶୁଙ୍କୁ ଯିରୁଶାଲମକୁ ନେଇଗଲା ଓ ସେଠାରେ ମନ୍ଦିରର ଶିଖରରେ ଠିଆ କରାଇ ଦେଲା। ସେ ଯୀଶୁଙ୍କୁ କହିଲା, “ଯଦି ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର, ତେବେ ଏହିଠାରୁ ତଳକୁ ଡେଇଁପଡ଼।”

Gade chapit la Kopi




ଲୂକ ଲିଖିତ ସୁସମାଚାର 4:9
7 Referans Kwoze  

ସେଥିରେ ଶୟତାନ ତାହାଙ୍କୁ କହିଲା, ତୁମ୍ଭେ ଯେବେ ଈଶ୍ୱରଙ୍କ ପୁତ୍ର, ତେବେ ଏହି ପଥରକୁ ରୁଟି ହେବା ପାଇଁ ଆଜ୍ଞା ଦିଅ ।


କିନ୍ତୁ ଧର୍ମମୟ ପବିତ୍ର ଆତ୍ମା ସମ୍ବନ୍ଧରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଦ୍ୱାରା ଈଶ୍ୱରଙ୍କ ପୁତ୍ର ବୋଲି ଶକ୍ତି ସହ ନିର୍ଦ୍ଧିଷ୍ଟ ହେଲେ


ଆଉ ଦେଖ, ସେମାନେ ଚିତ୍କାର କରି କହିଲେ, ହେ ଈଶ୍ୱରଙ୍କ ପୁତ୍ର, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କ କ'ଣ ଅଛି ? ସମୟ ନ ହେଉଣୁ ତୁମ୍ଭେ କି ଆମ୍ଭମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ଏଠାକୁ ଆସିଲ ?


ତହିଁରେ ସଦାପ୍ରଭୁ ଶୟତାନଙ୍କୁ କହିଲେ, “ଦେଖ, ସେ ତୁମ୍ଭର ହସ୍ତଗତ, କେବଳ ତାହାର ପ୍ରାଣ ରକ୍ଷା କର।”


ପୁଣି ଗୃହର ସମ୍ମୁଖସ୍ଥ ବାରଣ୍ଡାର ଦୈର୍ଘ୍ୟ ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଓ ଉଚ୍ଚତା ଶହେ କୋଡ଼ିଏ ହାତ ଥିଲା; ଆଉ ସେ ତହିଁର ଭିତର ଭାଗ ଶୁଦ୍ଧ ସୁବର୍ଣ୍ଣରେ ମଡ଼ାଇଲେ।


କାରଣ ଲେଖା ଅଛି, ତୁମ୍ଭକୁ ରକ୍ଷା କରିବା ନିମନ୍ତେ ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ;


Swiv nou:

Piblisite


Piblisite