Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 5:26 - ଓଡିଆ ବାଇବେଲ

26 ତହିଁରେ ସମସ୍ତେ ଆଚମ୍ବିତ ହୋଇ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ ଓ ଅତିଶୟ ଭୟ କରି କହିଲେ, ଆଜି ଆମ୍ଭେମାନେ ଆଶ୍ଚର୍ଯ୍ୟ ଘଟଣା ଦେଖିଲୁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ତହିଁରେ ସମସ୍ତେ ଆଚମ୍ଵିତ ହୋଇ ଈଶ୍ଵରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ ଓ ଅତ୍ୟ; ଭୀତ ହୋଇ କହିଲେ, ଆଜି ଆମ୍ଭେମାନେ ଅଦ୍ଭୁତ ଘଟଣା ଦେଖିଲୁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ସେମାନେ ସମସ୍ତେ ବିସ୍ମିତ ହେଲେ ଓ ଭୟରେ ଈଶ୍ୱରଙ୍କ ପ୍ରଶଂସା କରି କହିଲେ, “କେଡ଼େ ଆଶ୍ଚର୍ଯ୍ୟ ବିଷୟ ସବୁ ଆଜି ଦେଖିଲୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତହିଁରେ ସମସ୍ତେ ଆଚମ୍ଭିତ ହୋଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ ଓ ଅତିଶୟ ଭୟ କରି କହିଲେ, ଆଜି ଆମ୍ଭେମାନେ ଆଶ୍ଚର୍ଯ୍ୟ ଘଟଣା ଦେଖିଲୁ।

Gade chapit la Kopi

ପବିତ୍ର ବାଇବଲ

26 ସେଠାରେ ଯେଉଁମାନେ ଉପସ୍ଥିତ ଥିଲେ, ସେମାନେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇ ପରମେଶ୍ୱରଙ୍କ ଗୁଣଗାନ କରିବାକୁ ଲାଗିଲେ। ପରମେଶ୍ୱରଙ୍କ ଶକ୍ତି ଦେଖି ସେମାନଙ୍କ ହୃଦୟ ଭକ୍ତିରେ ଭରିଗଲା। ସେମାନେ କହି ଉଠିଲେ, “ଆଜି ଆମ୍ଭେମାନେ ବିସ୍ମୟ ଜନକ ଘଟଣାମାନ ଦେଖିଛୁ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 5:26
13 Referans Kwoze  

ତାହା ଦେଖି ଲୋକସମୂହ ଭୟ କଲେ, ପୁଣି, ଯେଉଁ ଈଶ୍ୱର ମନୁଷ୍ୟମାନଙ୍କୁ ଏପରି ଅଧିକାର ଦେଇଅଛନ୍ତି, ତାହାଙ୍କର ମହିମା କୀର୍ତ୍ତନ କଲେ ।


ଏଥିରେ ସମସ୍ତଙ୍କ ମଧ୍ୟରେ ଭୟ ଖେଳିଗଲା ଆଉ ସେମାନେ ଈଶ୍ୱରଙ୍କ ପ୍ରଶଂସା କରୁ କରୁ କହିବାକୁ ଲାଗିଲେ, ଆମ୍ଭମାନଙ୍କ ମଧ୍ୟରେ ଜଣେ ମହାନ ଭାବବାଦୀ ଉତ୍ଥିତ ହୋଇଅଛନ୍ତି ଏବଂ ଈଶ୍ୱର ଆପଣା ଲୋକଙ୍କ ପ୍ରତି କୃପାଦୃଷ୍ଟି କରିଅଛନ୍ତି ।


ସେଥିରେ ସେମାନେ ଲୋକମାନଙ୍କ ହେତୁ ସେମାନଙ୍କୁ ଦଣ୍ଡ ଦେବାର କୌଣସି ବାଟ ନ ପାଇବାରୁ ସେମାନଙ୍କୁ ଅଧିକ ଭୟ ଦେଖାଇ ଛାଡ଼ିଦେଲେ, ଯେଣୁ ଯାହା ଘଟିଥିଲା, ସେଥିନିମନ୍ତେ ଲୋକ ସମସ୍ତେ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ,


ସେଥିରେ ଗରାଶୀୟମାନଙ୍କ ଅଞ୍ଚଳର ଚାରିପାଖରେ ଥିବା ସମସ୍ତ ଲୋକ ସେମାନଙ୍କଠାରୁ ଯିବା ପାଇଁ ତାହାଙ୍କୁ ଅନୁରୋଧ କଲେ, କାରଣ ସେମାନେ ଅତ୍ୟନ୍ତ ଭୟଗ୍ରସ୍ତ ହୋଇଥିଲେ; ଆଉ, ସେ ଗୋଟିଏ ନୌକାରେ ଚଢ଼ି ଫେରିଆସିଲେ ।


କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋ ନିକଟରୁ ଯିବା ହେଉନ୍ତୁ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ ।


ସେଥିରେ ସେ ଉଠି ତତ୍‌କ୍ଷଣାତ୍ ଖଟିଆ ଘେନି ସମସ୍ତଙ୍କ ସାକ୍ଷାତରେ ବାହାରିଗଲା; ତହିଁରେ ସମସ୍ତେ ଆଚମ୍ବିତ ହୋଇ ଈଶ୍ୱରଙ୍କ ମହିମା କୀର୍ତ୍ତନ କରୁ କରୁ କହିଲେ, ଆମ୍ଭେମାନେ ଏପରି କେବେ ହେଁ ଦେଖି ନ ଥିଲୁ ।


ଏଥିରେ ସେମାନେ ଭୟ ଓ ମହାନନ୍ଦରେ ସମାଧି ନିକଟରୁ ଶୀଘ୍ର ଚାଲିଯାଇ ତାହାଙ୍କ ଶିଷ୍ୟମାନଙ୍କୁ ସମ୍ବାଦ ଦେବା ପାଇଁ ଦୌଡ଼ିଲେ ।


ପୁଣି, ଲୋକସମୂହ ଆଚମ୍ଭିତ ହୋଇ କହିବାକୁ ଲାଗିଲେ ଏ କ'ଣ ଦାଉଦ ସନ୍ତାନ ନୁହଁନ୍ତି ?


ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।”


ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯେସକଳ ମଙ୍ଗଳ କରିବା, ତାହା ପୃଥିବୀସ୍ଥ ସକଳ ଗୋଷ୍ଠୀ ଶ୍ରବଣ କରିବେ, ସେମାନଙ୍କ ସମ୍ମୁଖରେ ଏହି ନଗର ଆମ୍ଭ ପକ୍ଷରେ ଆନନ୍ଦଜନକ କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ ହେବ, ଆଉ ଆମ୍ଭେ ତାହା ପାଇଁ ଯେସବୁ ମଙ୍ଗଳ ଓ ଶାନ୍ତି ଆୟୋଜନ କରିବା, ତହିଁ ସକାଶୁ ସେମାନେ ଭୀତ ଓ କମ୍ପିତ ହେବେ।’”


ଆଉ ସେମାନେ ମୋ' ସକାଶେ ଈଶ୍ୱରଙ୍କ ପ୍ରଶଂସା କରୁଥିଲେ ।


ଏଥିରେ ସେମାନଙ୍କ ପ୍ରତିବାସୀ ସମସ୍ତେ ଭୟଗ୍ରସ୍ତ ହେଲେ, ଆଉ ଏହି ସମସ୍ତ କଥା ଯିହୂଦା ପ୍ରଦେଶର ପାର୍ବତୀୟ ଅଞ୍ଚଳର ସବୁଆଡ଼େ ଲୋକେ କୁହାକୋହି ହେଲେ,


Swiv nou:

Piblisite


Piblisite