Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 5:6 - ଓଡିଆ ବାଇବେଲ

6 ଆଉ, ସେମାନେ ତାହା ପକାଇ ବହୁତ ମାଛ ଧରିଲେ, ପୁଣି, ସେମାନଙ୍କ ଜାଲ ଛିଣ୍ଡିବାକୁ ଲାଗିଲା ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ, ସେମାନେ ତାହା ପକାଇ ବହୁତ ମାଛ ଧରିଲେ, ପୁଣି ସେମାନଙ୍କ ଜାଲ ଛିଣ୍ତିବାକୁ ଲାଗିଲା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ସେମାନେ ଜାଲ ପକାଇଲେ ଓ ଏତେ ମାଛ ପଡ଼ିଲା ଯେ ଜାଲଟି ଛିଣ୍ଡିଯିବା ପରି ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ, ସେମାନେ ତାହା ପକାଇ ବହୁତ ମାଛ ଧରିଲେ, ପୁଣି, ସେମାନଙ୍କ ଜାଲ ଛିଣ୍ଡିବାକୁ ଲାଗିଲା।

Gade chapit la Kopi

ପବିତ୍ର ବାଇବଲ

6 କେଉଟମାନେ ସେମାନଙ୍କର ଜାଲ ପାଣିରେ ପକେଇଲେ। ତାହାଙ୍କର ଜାଲସବୁ ଏତେ ମାଛରେ ବୋଝେଇ ହୋଇଗଲା ଯେ ଜାଲସବୁ ଛିଣ୍ଡି ଯିବାକୁ ଲାଗିଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 5:6
8 Referans Kwoze  

ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯତ୍ନବାନ ହୁଅ ।


ଆମ୍ଭେମାନେ ଉତ୍ତମ କର୍ମ କରିବାରେ କ୍ଲାନ୍ତ ନ ହେଉ; କାରଣ କ୍ଳାନ୍ତ ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା ।


ତୁମ୍ଭେ ପ୍ରଭାତରେ ବୀଜ ବୁଣ ଓ ସନ୍ଧ୍ୟା ବେଳେ ଆପଣା ହସ୍ତ ବନ୍ଦ କର ନାହିଁ; କାରଣ ଏହା ଅବା ତାହା ସିଦ୍ଧ ହେବ, ଅବା ଉଭୟ ସମାନ ଉତ୍ତମ ହେବ, ଏହା ତୁମ୍ଭେ ଜାଣ ନାହିଁ।


ତଥାପି ବାକ୍ୟ ଶୁଣିବା ଲୋକମାନଙ୍କ ମଧ୍ୟରୁ ଅନେକେ ବିଶ୍ୱାସ କଲେ, ଆଉ ପୁରୁଷମାନଙ୍କର ସଂଖ୍ୟା ପ୍ରାୟ ପାଞ୍ଚ ହଜାର ହେଲା ।


ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ ।


ସେଥିରେ ସେମାନଙ୍କର ଯେଉଁ ସହକର୍ମୀମାନେ ଅନ୍ୟ ନୌକାରେ ଥିଲେ, ସେମାନେ ଯେପରି ଆସି ସାହାଯ୍ୟ କରନ୍ତି, ଏଥିପାଇଁ ସେମାନେ ସେମାନଙ୍କୁ ଠାରିଲେ । ଏଥିରେ ସେମାନେ ଆସି ଦୁଇଟି ନୌକାକୁ ଏପରି ପୂର୍ଣ୍ଣ କଲେ ଯେ, ସେଗୁଡ଼ିକ ବୁଡ଼ିବାକୁ ଲାଗିଲା ।


Swiv nou:

Piblisite


Piblisite