Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 6:11 - ଓଡିଆ ବାଇବେଲ

11 କିନ୍ତୁ ସେମାନେ କ୍ରୋଧରେ ପୂର୍ଣ୍ଣ ହେଲେ, ଆଉ ଯୀଶୁଙ୍କ ପ୍ରତି କ'ଣ କରି ପାରନ୍ତି, ସେ ବିଷୟରେ ପରସ୍ପର କଥାବାର୍ତ୍ତା କରିବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 କିନ୍ତୁ ସେମାନେ କ୍ରୋଧରେ ଉନ୍ମତ୍ତ ହେଲେ, ଆଉ ଯୀଶୁଙ୍କ ପ୍ରତି କଅଣ କରି ପାରନ୍ତି, ସେ ବିଷୟରେ ପରସ୍ପର କଥାବାର୍ତ୍ତା କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ସେମାନେ ସମସ୍ତେ କ୍ରୋଧ ଜର୍ଜ୍ଜରିତ ହୋଇ ଯୀଶୁଙ୍କ ପ୍ରତି କ’ଣ କରିବେ, ସେ ବିଷୟରେ ଷଡ଼ଯନ୍ତ୍ର କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 କିନ୍ତୁ ସେମାନେ କ୍ରୋଧରେ ପୂର୍ଣ୍ଣ ହେଲେ, ଆଉ ଯୀଶୁଙ୍କ ପ୍ରତି କଅଣ କରିପାରନ୍ତି, ସେ ବିଷୟରେ ପରସ୍ପର କଥାବାର୍ତ୍ତା କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ

11 ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ଖୁବ୍ ରାଗିଗଲେ। ସେମାନେ ନିଜ ନିଜ ଭିତରେ କଥାବାର୍ତ୍ତା କଲେ, “ଯୀଶୁଙ୍କ ପାଇଁ କ’ଣ କରାଯିବ?”

Gade chapit la Kopi




ଲୂକ ଲିଖିତ ସୁସମାଚାର 6:11
16 Referans Kwoze  

ଏହି କଥା ଶୁଣି ସେମାନେ ଅତିଶୟ ରାଗିଗଲେ ଓ ସେମାନଙ୍କୁ ବଧ କରିବା ନିମନ୍ତେ ସ୍ଥିର କଲେ ।


ସୂର୍ଯ୍ୟ ତଳେ ଯେତେ କାର୍ଯ୍ୟ କରାଯାଏ, ତହିଁ ମଧ୍ୟରେ ଦୁଃଖର ବିଷୟ ଏହି ଯେ, ସମସ୍ତଙ୍କ ପ୍ରତି ସମାନ ଘଟଣା ହୁଏ; ଆହୁରି ମଧ୍ୟ ମନୁଷ୍ୟ ସନ୍ତାନଗଣର ହୃଦୟ ଦୁଷ୍ଟତାରେ ପରିପୂର୍ଣ୍ଣ ଓ ବଞ୍ଚିଥିବା ପର୍ଯ୍ୟନ୍ତ ସେମାନଙ୍କ ହୃଦୟରେ ପାଗଳାମି ଥାଏ, ପୁଣି ତହିଁ ଉତ୍ତାରେ ସେମାନେ ମୃତମାନଙ୍କ ନିକଟକୁ ଯାଆନ୍ତି।


ଆଉ ସମସ୍ତ ସମାଜଗୃହରେ ଥରକୁଥର ସେମାନଙ୍କୁ ଶାସ୍ତି ଦେଇ ଯୀଶୁଙ୍କ ନିନ୍ଦା କରିବା ନିମନ୍ତେ ସେମାନଙ୍କୁ ବାଧ୍ୟ କରୁଥିଲି, ପୁଣି, ସେମାନଙ୍କ ବିରୁଦ୍ଧରେ ଅତ୍ୟନ୍ତ ଉନ୍ନତ୍ତ ହୋଇ ବିଦେଶୀୟ ନଗରଗୁଡ଼ିକ ପର୍ଯ୍ୟନ୍ତ ସୁଧା ସେମାନଙ୍କୁ ତାଡ଼ନା କରୁଥିଲି ।


ଏହି ସମସ୍ତ କଥା ଶୁଣି ସେମାନେ ଅତିଶୟ ରାଗିଗଲେ, ପୁଣି, ତାହାଙ୍କ ପ୍ରତି ଦାନ୍ତ କଡ଼ମଡ଼ କରିବାକୁ ଲାଗିଲେ ।


କିନ୍ତୁ ପିତର ଓ ଯୋହନ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ୱରଙ୍କ କଥା ଶୁଣିବା ଅପେକ୍ଷା ଆପଣମାନଙ୍କ କଥା ଶୁଣିବା ଈଶ୍ୱରଙ୍କ ଦୃଷ୍ଟିରେ ଯଥାର୍ଥ କି ନା, ତାହା ଆପଣମାନେ ବିଚାର କରନ୍ତୁ


ପରେ ସେମାନଙ୍କୁ ସଭାରୁ ବାହାରିଯିବାକୁ ଆଜ୍ଞା ଦେଇ ସେମାନେ ପରସ୍ପର ମଧ୍ୟରେ ପରାମର୍ଶ କରି କହିବାକୁ ଲାଗିଲେ ଏହି ଲୋକମାନଙ୍କ ପ୍ରତି କ'ଣ କରିବା ?


ସେଥିରେ ପ୍ରଧାନ ଯାଜକ ଓ ଫାରୂଶୀମାନେ ମହାସଭା ଆହ୍ୱାନ କରି କହିଲେ, ଆମ୍ଭେମାନେ କ'ଣ କରୁଅଛୁ ? ଏ ଲୋକ ତ ଅନେକ ଆଶ୍ଚର୍ଯ୍ୟକର୍ମ କରୁଅଛି ।


ଏଥିଉତ୍ତାରେ ଯୀଶୁ ଗାଲିଲୀରେ ଭ୍ରମଣ କରିବାକୁ ଲାଗିଲେ, କାରଣ ଯିହୂଦୀମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରୁଥିବାରୁ ସେ ଯିହୂଦା ପ୍ରଦେଶରେ ଭ୍ରମଣ କରିବାକୁ ଇଚ୍ଛା କରୁ ନ ଥିଲେ ।


ସମାଜଗୃହରେ ଏହି ସବୁ କଥା ଶୁଣୁ ଶୁଣୁ ସମସ୍ତେ କ୍ରୋଧରେ ପରିପୂର୍ଣ୍ଣ ହେଲେ,


ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କର ଏହି ସମସ୍ତ ଦୃଷ୍ଟାନ୍ତ ଶୁଣି, ସେ ଯେ ସେମାନଙ୍କ ବିଷୟରେ କହୁଅଛନ୍ତି, ଏହା ବୁଝିଲେ ।


ସେଥିରେ ସେମାନେ ପରସ୍ପର ମଧ୍ୟରେ ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭେମାନେ ରୁଟି ଆଣି ନାହୁଁ ବୋଲି ସେ ଏହା କହୁଅଛନ୍ତି ।


ଆଉ, ସେ ଚାରିଆଡ଼େ ସମସ୍ତଙ୍କ ପ୍ରତି ଦୃଷ୍ଟିପାତ କରି ତାହାଙ୍କୁ କହିଲେ, ତୁମ୍ଭର ହାତ ବଢ଼ାଅ । ସେଥିରେ ସେ ତାହା କଲା, ଆଉ ତାହାର ହାତ ପୁଣି, ଭଲ ହୋଇଗଲା ।


ସେହି ସମୟରେ ସେ ଦିନେ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ବାହାରିଯାଇ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁ କରୁ ସମସ୍ତ ରାତ୍ରି ବିତାଇଲେ ।


କିନ୍ତୁ ସେମାନେ ଆଉ ଅଧିକ ଆଗକୁ ଯିବେ ନାହିଁ; କାରଣ ସେହି ଦୁଇ (ଯନ୍ନିସ୍ ଓ ଯମ୍ବ୍ରୀସ୍ ) ଜଣଙ୍କର ମୁର୍ଖତା ଯେପରି ପ୍ରକାଶ ପାଇଥିଲା, ସେହିପରି ଏମାନଙ୍କର ମଧ୍ୟ ସମସ୍ତଙ୍କ ନିକଟରେ ଜଣାପଡ଼ିବ ।


Swiv nou:

Piblisite


Piblisite