Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 6:2 - ଓଡିଆ ବାଇବେଲ

2 କିନ୍ତୁ ଫାରୂଶୀମାନଙ୍କ ମଧ୍ୟରୁ କେତେକ କହିଲେ, ବିଶ୍ରାମବାରରେ ଯାହା କରିବା ନିୟମ ନାହିଁ, ତାହା ତୁମ୍ଭେମାନେ କାହିଁକି କରୁଅଛ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 କିନ୍ତୁ ଫାରୂଶୀମାନଙ୍କ ମଧ୍ୟରୁ କେତେକ କହିଲେ, ବିଶ୍ରାମବାରରେ ଯାହା କରିବା ବିଧିସଙ୍ଗତ ନୁହେଁ, ତାହା ତୁମ୍ଭେମାନେ କାହିଁକି କରୁଅଛ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 କେତେଜଣ ଫାରୁଶୀ ପଚାରିଲେ, “ବ୍ୟବସ୍ଥା ଅନୁଯାୟୀ ବିଶ୍ରାମବାର ଦିନ ତୁମ୍ଭମାନଙ୍କର ଯେଉଁସବୁ କାମ କରିବା ଅନୁଚିତ, ତୁମ୍ଭେମାନେ କାହିଁକି ତାହା କରୁଛ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 କିନ୍ତୁ ଫାରୂଶୀମାନଙ୍କ ମଧ୍ୟରୁ କେତେକ କହିଲେ, ବିଶ୍ରାମବାର ଦିନରେ ଯାହା କରିବା ବିଧିସଙ୍ଗତ ନାହିଁ, ତାହା ତୁମ୍ଭେମାନେ କାହିଁକି କରୁଅଛ?

Gade chapit la Kopi

ପବିତ୍ର ବାଇବଲ

2 କେତେକ ଫାରୂଶୀ କହିଲେ, “ବିଶ୍ରାମବାରରେ ଯାହା କରିବା ବିଧିସଙ୍ଗତ ନୁହେଁ, ତୁମ୍ଭେମାନେ ତାହା କାହିଁକି କରୁଛ?”

Gade chapit la Kopi




ଲୂକ ଲିଖିତ ସୁସମାଚାର 6:2
14 Referans Kwoze  

କିନ୍ତୁ ଫାରୂଶୀମାନେ ତାହା ଦେଖି ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାରରେ ଯାହା କରିବା ବିଧିସଙ୍ଗତ ନୁହେଁ, ତାହା ତୁମ୍ଭର ଶିଷ୍ୟମାନେ କରୁଅଛନ୍ତି ।


ତେଣୁ ଯୀଶୁ ବିଶ୍ରାମବାରରେ ଏହା କରୁଥିବାରୁ ଯିହୂଦୀମାନେ ତାହାଙ୍କୁ ତାଡ଼ନା କରିବାକୁ ଲାଗିଲେ ।


ଏଥିରେ ଫାରୂଶୀମାନେ ତାହାଙ୍କୁ କହିଲେ, "ଦେଖ, ବିଶ୍ରାମବାରରେ ଯାହା କରିବା ବିଧିସଙ୍ଗତ ନୁହେଁ,


ସେମାନେ ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଥରକୁଥର ଉପବାସ ଓ ପ୍ରାର୍ଥନା କରନ୍ତି, ଫାରୂଶୀମାନଙ୍କ ଶିଷ୍ୟମାନେ ମଧ୍ୟ ସେହି ପ୍ରକାର କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଖିଆପିଆ କରନ୍ତି ।


ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ, ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ଆପଣା ପାଦ ଫେରାଅ; ପୁଣି, ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀୟ ବୋଲି କୁହ; ଆଉ, ନିଜ କାର୍ଯ୍ୟ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ:


ଛଅ ଦିନ କର୍ମ କରାଯିବ, ମାତ୍ର ସପ୍ତମ ଦିନ ତୁମ୍ଭମାନଙ୍କ ନିକଟରେ ପବିତ୍ର ଦିନ ହେବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହା ବିଶ୍ରାମଦିନ ହେବ, ଯେକେହି ସେହି ଦିନ କର୍ମ କରିବ, ତାହାର ପ୍ରାଣଦଣ୍ଡ ହେବ।”


ଛଅ ଦିନ ପର୍ଯ୍ୟନ୍ତ କାର୍ଯ୍ୟ କରାଯିବ, ମାତ୍ର ସପ୍ତମ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ମହା ବିଶ୍ରାମଦିନ ଅଟେ; ସେହି ବିଶ୍ରାମଦିନରେ ଯେକେହି କାର୍ଯ୍ୟ କରେ, ନିଶ୍ଚୟ ତାହାର ପ୍ରାଣଦଣ୍ଡ ହେବ।


ଆଉ ଯଦି କେହି ପ୍ରତିବାସୀ ନିକଟରେ ଆପଣା ଗଧ, ଗୋରୁ, ମେଷ, କିଅବା କୌଣସି ପଶୁ ପ୍ରତିପାଳନାର୍ଥେ ରଖନ୍ତି ପୁଣି, ଯଦି କାହାରି ନ ଦେଖିବାରେ ସେହି ପଶୁ ମରେ, ଅବା ଭଗ୍ନାଙ୍ଗ ହୁଏ କିଅବା ଅଡ଼ାଇ ନିଆଯାଏ,


ଆପଣଙ୍କର ଶିଷ୍ୟମାନେ କାହିଁକି ପ୍ରାଚୀନମାନଙ୍କର ପରମ୍ପରାଗତ ରୀତିନୀତି ଅମାନ୍ୟ କରନ୍ତି ? କାରଣ ଭୋଜନ କରିବା ସମୟରେ ସେମାନେ ହାତ ଧୁଅନ୍ତି ନାହିଁ ।


Swiv nou:

Piblisite


Piblisite