Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 6:3 - ଓଡିଆ ବାଇବେଲ

3 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଦାଉଦ ଓ ତାଙ୍କ ସଙ୍ଗୀମାନେ ଭୋକିଲା ଥିବା ସମୟରେ ସେ କ'ଣ କରିଥିଲେ, ତାହା ସୁଦ୍ଧା କି ତୁମ୍ଭେମାନେ ପଢ଼ି ନାହଁ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଦାଉଦ ଓ ତାଙ୍କ ସଙ୍ଗୀମାନେ କ୍ଷୁଧିତ ହେବା ସମୟରେ ସେ କଅଣ କରିଥିଲେ, ତାହା ସୁଦ୍ଧା କି ତୁମ୍ଭେମାନେ ପାଠ କରି ନାହଁ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଦାଉଦ ଓ ତାଙ୍କର ଲୋକମାନେ କ୍ଷୁଧିତ ଥିବା ସମୟରେ କ’ଣ କରିଥିଲେ, ତାହା ପଢ଼ି ନାହଁ କି?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଦାଉଦ ଓ ତାହାଙ୍କ ସଙ୍ଗୀମାନେ ଭୋକିଲା ଥିବା ସମୟରେ ସେ କଅଣ କରିଥିଲେ, ତାହା ସୁଦ୍ଧା କି ତୁମ୍ଭେମାନେ ପଢ଼ି ନାହଁ?

Gade chapit la Kopi

ପବିତ୍ର ବାଇବଲ

3 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଦାଉଦ ଓ ତାହାଙ୍କ ସାଥୀମାନେ ଭୋକିଲା ଥିବା ବେଳେ ଦାଉଦ କ’ଣ କରିଥିଲେ, ତାହା କ’ଣ ତୁମ୍ଭେମାନେ ପଢ଼ି ନାହଁ?

Gade chapit la Kopi




ଲୂକ ଲିଖିତ ସୁସମାଚାର 6:3
10 Referans Kwoze  

ପୁଣି, ତାହାଙ୍କୁ ପଚାରିଲେ, ଏମାନେ କ'ଣ କହୁଅଛନ୍ତି, ତାହା କି ତୁମ୍ଭେ ଶୁଣୁଅଛ ? ଯୀଶୁ ସେମାନଙ୍କୁ କହିଲେ, ହଁ, ତୁମ୍ଭେ ଶିଶୁ ଓ ସ୍ତନ୍ୟପାୟୀମାନଙ୍କ ମୁଖ ଦ୍ୱାରା ଆପଣା ଉଦ୍ଦେଶ୍ୟରେ ସ୍ତବ ସିଦ୍ଧ କରିଅଛ, ଏହି କଥା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ ?


ତୁମ୍ଭେମାନେ କି ଧର୍ମଶାସ୍ତ୍ରର ଏହି ବାକ୍ୟ ମଧ୍ୟ ପାଠ କରି ନାହଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା;


ମାତ୍ର ମୃତମାନେ ଯେ ଉତ୍ଥିତ ହୁଅନ୍ତି, ସେ ସମ୍ବନ୍ଧରେ ତୁମ୍ଭେମାନେ କି ମୋଶାଙ୍କ ଶାସ୍ତ୍ରରେ ବୁଦାର ବୃତ୍ତାନ୍ତରେ ପାଠ କରି ନାହଁ ଯେ ଈଶ୍ୱର କିପରି ତାହାଙ୍କୁ କହିଲେ, ଆମ୍ଭେ ଅବ୍ରାହାମଙ୍କ ଈଶ୍ୱର, ଇସ୍‌ହାକଙ୍କ ଈଶ୍ୱର ଓ ଯାକୁବଙ୍କ ଈଶ୍ୱର ?


ମାତ୍ର ମୃତମାନଙ୍କ ପୁନରୁତ୍ଥାନ ବିଷୟରେ ଈଶ୍ୱର ତୁମ୍ଭମାନଙ୍କୁ ଯାହା କହିଅଛନ୍ତି, ତାହା କି ତୁମ୍ଭେମାନେ ପାଠ କରି ନାହଁ ?


ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କି କେବେ ହେଁ ଧର୍ମଶାସ୍ତ୍ରରେ ଏହି କଥା ପାଠ କରି ନାହଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା; ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ ?


ସେ ଉତ୍ତର ଦେଲେ, ତୁମ୍ଭେମାନେ କ'ଣ ପାଠ କରି ନାହଁ ଯେ, ସୃଷ୍ଟିକର୍ତ୍ତା ଆଦ୍ୟରୁ ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ,


ପୁଣି, ଚାଳିଶ ଦିନ ଓ ଚାଳିଶ ରାତ୍ରି ଉପବାସ କରି ଶେଷରେ କ୍ଷୁଧିତ ହେଲେ ।


Swiv nou:

Piblisite


Piblisite