Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 6:6 - ଓଡିଆ ବାଇବେଲ

6 ସେ ଆଉ ଗୋଟିଏ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେଉଥିଲେ; ସେଠାରେ ଜଣେ ଲୋକ ଥିଲା, ତାହାର ଡାହାଣ ହାତ ଶୁଖିଯାଇଥିଲା ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେ ଆଉ ଗୋଟିଏ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେଉଥିଲେ; ସେଠାରେ ଜଣେ ଲୋକ ଥିଲା, ତାହାର ଡାହାଣ ହାତ ଶୁଖିଯାଇଥିଲା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ଆଉ ଥରେ ବିଶ୍ରାମବାରରେ ଯୀଶୁ ଗୋଟିଏ ଉପାସନା ଗୃହକୁ ଯାଇ ଶିକ୍ଷା ଦେଲେ। ସେଠାରେ ଜଣେ ଲୋକ ଥିଲା। ତାହାର ଡ଼ାହାଣ ହାତ ଶୁଖି ଯାଇଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେ ଆଉ ଏକ ବିଶ୍ରାମବାର ଦିନରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେଉଥିଲେ; ସେଠାରେ ଜଣେ ଲୋକ ଥିଲା, ତାହାର ଡାହାଣ ହାତ ଶୁଖିଯାଇଥିଲା।

Gade chapit la Kopi

ପବିତ୍ର ବାଇବଲ

6 ଆଉ ଗୋଟିଏ ବିଶ୍ରାମବାରରେ ଯୀଶୁ ଯିହୂଦୀ ସମାଜଗୃହକୁ ଗଲେ। ସେଠାରେ ସେ ଲୋକମାନଙ୍କୁ ଉପଦେଶ ଦେଲେ। ସେଠାରେ ଗୋଟିଏ ଲୋକ ଥିଲା, ଯାହାର ଡାହାଣ ହାତଟି ପଙ୍ଗୁ ହୋଇ ଯାଇଥିଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 6:6
14 Referans Kwoze  

ସେଗୁଡ଼ିକରେ ଅନେକ ଅନେକ ପୀଡ଼ିତ, ଅନ୍ଧ, ଖଞ୍ଜ ଓ ଶୁଷ୍କାଙ୍ଗ ପଡ଼ିରହୁଥିଲେ । [ସେମାନେ ଜଳସଞ୍ଚଳନ ଅପେକ୍ଷାରେ ରହୁଥିଲେ;


ଯୀଶୁ କଫର୍ନାହୂମ ନାମକ ଗାଲିଲୀର ଗୋଟିଏ ନଗରକୁ ଆସିଲେ, ପୁଣି, ବିଶ୍ରାମବାରମାନଙ୍କରେ ଲୋକମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ,


ସେ ଯେଉଁ ନାଜରିତରେ ପ୍ରତିପାଳିତ ହୋଇଥିଲେ, ସେହି ସ୍ଥାନକୁ ଇତିମଧ୍ୟରେ ଗଲେ ଓ ଆପଣା ରୀତି ଅନୁସାରେ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କଲେ, ଆଉ ପାଠ କରିବା ନିମନ୍ତେ ଠିଆ ହେଲେ ।


ପରେ ଯୀଶୁ ସେମାନଙ୍କ ସମାଜଗୃହ ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ଗାଲିଲୀରେ ବୁଲିବାକୁ ଲାଗିଲେ,


ତହୁଁ ଫାରୂଶୀମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଲୋକଟା ଈଶ୍ୱରଙ୍କ ନିକଟରୁ ଆସି ନାହିଁ, କାରଣ ସେ ବିଶ୍ରାମବାର ପାଳନ କରୁ ନାହିଁ । ଆଉ, କେହି କେହି କହିଲେ, ପାପୀ ଲୋକ କିପରି ଏହି ପ୍ରକାର ଆଶ୍ଚର୍ଯ୍ୟ କର୍ମସବୁ କରି ପାରେ? ଏହିପରି ଭାବେ ସେମାନଙ୍କ ମଧ୍ୟରେ ମତଭେଦ ହେଲା ।


ସେଥିରେ ଯୀଶୁ ମୋଶାଙ୍କ ବ୍ୟବସ୍ଥା ଶାସ୍ତ୍ରଜ୍ଞ ଓ ଫାରୂଶୀମାନଙ୍କୁ ଉତ୍ତର ଦେଲେ, ବିଶ୍ରାମବାରରେ ସୁସ୍ଥ କରିବା ନିୟମସଙ୍ଗତ କି ନୁହେଁ ? କିନ୍ତୁ ସେମାନେ ନୀରବ ରହିଲେ ।


ଥରେ ସେ ବିଶ୍ରାମବାରରେ ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିଲେ ।


ଥରେ ବିଶ୍ରାମବାରରେ ସେ ଶସ୍ୟକ୍ଷେତ୍ର ଦେଇ ଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନେ ଶିଁଷା ଛିଣ୍ଡାଇ ଛିଣ୍ଡାଇ ହାତରେ ମଳି ଖାଉଥିଲେ ।


ତହିଁରେ ପରମେଶ୍ୱରଙ୍କ ଲୋକ ବେଥେଲ୍‍ସ୍ଥିତ ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚ ସ୍ୱର କରି ଯେଉଁ କଥା କହିଲା, ଯାରବୀୟାମ ରାଜା ତାହା ଶୁଣି ଯଜ୍ଞବେଦିଠାରୁ ହସ୍ତ ବଢ଼ାଇ କହିଲେ, “ତାହାକୁ ଧର।” ଏଥିରେ ସେ ତାହା ବିରୁଦ୍ଧରେ ଯେଉଁ ହସ୍ତ ବଢ଼ାଇ ଥିଲେ; ତାହା ଶୁଷ୍କ ହୋଇଗଲା, ତେଣୁ ସେ ତାହା ଆଉ ଫେରାଇ ପାରିଲେ ନାହିଁ।


ଯେଉଁ ଅକର୍ମଣ୍ୟ ପାଳକ ପଲ ତ୍ୟାଗ କରେ, ସେ ସନ୍ତାପର ପାତ୍ର ! ତାହାର ବାହୁରେ ଓ ଡାହାଣ ଚକ୍ଷୁରେ ଖଡ୍ଗ ପଡ଼ିବ; ତାହାର ବାହୁ ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହେବ ଓ ତାହାର ଡାହାଣ ଚକ୍ଷୁ ସମ୍ପୂର୍ଣ୍ଣ ଅନ୍ଧ ହେବ।


ଆଉ, ସେ ସେମାନଙ୍କୁ କହିଲେ, ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି ।


Swiv nou:

Piblisite


Piblisite