Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 7:13 - ଓଡିଆ ବାଇବେଲ

13 ତାହାକୁ ଦେଖି ପ୍ରଭୁ ତାହା ପ୍ରତି ଦୟାରେ ବିଗଳିତ ହୋଇ ତାହାକୁ କହିଲେ, ରୋଦନ କର ନାହିଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତାହାକୁ ଦେଖି ପ୍ରଭୁ ତାହା ପ୍ରତି ଦୟାରେ ବିଗଳିତ ହୋଇ ତାହାକୁ କହିଲେ, ରୋଦନ କର ନାହିଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ସେହି ସ୍ତ୍ରୀ ଲୋକକୁ ଦେଖି ପ୍ରଭୁଙ୍କ ହୃଦୟ ଦୟାରେ ବିଗଳିତ ହେଲା ଓ ସେ ତାକୁ କହିଲେ, “କାନ୍ଦ ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତାହାକୁ ଦେଖି ପ୍ରଭୁ ତାହା ପ୍ରତି ଦୟାରେ ବିଗଳିତ ହୋଇ ତାହାକୁ କହିଲେ, “ରୋଦନ କର ନାହିଁ।”

Gade chapit la Kopi

ପବିତ୍ର ବାଇବଲ

13 ସେହି ବିଧବାକୁ ଦେଖି ଯୀଶୁଙ୍କ ମନରେ କରୁଣା ଜାତ ହେଲା। ସେ ତାକୁ କହିଲେ, “କାନ୍ଦ ନାହିଁ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 7:13
36 Referans Kwoze  

ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ।


ପିତା ଆପଣା ସନ୍ତାନଗଣ ପ୍ରତି ଯେରୂପ ସ୍ନେହ ବହଇ, ସଦାପ୍ରଭୁ ଆପଣା ଭୟକାରୀମାନଙ୍କ ପ୍ରତି ସେରୂପ ସ୍ନେହ ବହନ୍ତି।


କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାଁନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ ।


ମାତ୍ର ହେ ପ୍ରଭୁ, ତୁମ୍ଭେ ସ୍ନେହଶୀଳ ଓ କୃପାବାନ ପରମେଶ୍ୱର, କ୍ରୋଧରେ ଧୀର, ପୁଣି, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।


ମାତ୍ର ସମସ୍ତେ ତାହା ପାଇଁ ରୋଦନ କରୁ କରୁ ଛାତିରେ ମାରିହେଉଥିଲେ । ସେଥିରେ ସେ କହିଲେ, ରୋଦନ କର ନାହିଁ; ସେ ମରି ନାହିଁ, ମାତ୍ର ଶୋଇପଡ଼ିଅଛି ।


ଇଫ୍ରୟିମ କି ଆମ୍ଭର ପ୍ରିୟ ପୁତ୍ର ? ସେ କି ଆନନ୍ଦଦାୟୀ ବାଳକ ? କାରଣ ଆମ୍ଭେ ଯେତେ ଥର ତାହା ବିରୁଦ୍ଧରେ କଥା କହୁ, ସେତେ ଥର ଆଗ୍ରହରେ ଆମ୍ଭେ ତାହାକୁ ସ୍ମରଣ କରୁ; ଏଥିପାଇଁ ତାହା ନିମନ୍ତେ ଆମ୍ଭର ଅନ୍ତର ବ୍ୟାକୁଳ ହୁଏ; ଆମ୍ଭେ ଅବଶ୍ୟ ତାହାକୁ ଦୟା କରିବା,” ଏହା ସଦାପ୍ରଭୁ କହନ୍ତି।


ଯେହେତୁ ହେ ପ୍ରଭୁ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ, ପୁଣି, ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।


ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଈଶ୍ୱରଙ୍କ ସେବା ସମ୍ବନ୍ଧରେ ଜଣେ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି ।


ଯୀଶୁ ତାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ ? କାହାର ଅନ୍ୱେଷଣ କରୁଅଛ ? ସେ ତାହାଙ୍କୁ ଉଦ୍ୟାନର ମାଳୀ ବୋଲି ମନେ କରି କହିଲେ, ମହାଶୟ, ଆପଣ ଯଦି ତାହାଙ୍କୁ ଘେନିଯାଇଅଛନ୍ତି, ତାହାହେଲେ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ମୋତେ କୁହନ୍ତୁ, ଆଉ ମୁଁ ତାହାଙ୍କୁ ଘେନିଯିବି ।


ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋ' ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ ।


ଏଥିଉତ୍ତାରେ ସେମାନେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବଗଣକୁ ଦୂର କରି ସଦାପ୍ରଭୁଙ୍କର ସେବା କଲେ; ତହିଁରେ ଇସ୍ରାଏଲର ଦୁଃଖରେ ତାହାଙ୍କର ପ୍ରାଣ ଅସ୍ଥିର ହେଲା।


ଯେଉଁ ସ୍ତ୍ରୀଲୋକ ପ୍ରଭୁଙ୍କୁ ତୈଳରେ ଅଭିଷେକ କରି ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଏ ସେହି ମରିୟମ; ତାଙ୍କର ଭାଇ ଲାଜାର ପୀଡ଼ିତ ଥିଲେ ।


ସେମାନେ କହୁଥିଲେ ପ୍ରଭୁ ନିଶ୍ଚୟ ଉଠିଅଛନ୍ତି ଓ ଶିମୋନଙ୍କୁ ଦର୍ଶନ ଦେଇଅଛନ୍ତି ।


ସେଥିରେ ପ୍ରେରିତମାନେ ପ୍ରଭୁଙ୍କୁ କହିଲେ, ଆମ୍ଭମାନଙ୍କର ବିଶ୍ୱାସ ବଢ଼ାଇ ଦିଅନ୍ତୁ ।


ଆଉ, ଯେଉଁମାନେ ରୋଦନ କରନ୍ତି, ସେମାନେ ରୋଦନ ନ କରିବା ଲୋକ ପରି ହୁଅନ୍ତୁ; ପୁଣି, ଯେଉଁମାନେ ଆନନ୍ଦ କରନ୍ତି, ସେମାନେ ଆନନ୍ଦ ନ କରିବା ଲୋକ ପରି ହୁଅନ୍ତୁ; ଯେଉଁମାନେ କ୍ରୟ କରନ୍ତି, ସେମାନେ ଅନଧିକାରୀ ଲୋକ ପରି ହୁଅନ୍ତୁ;


ସେମାନେ ତାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ ? ସେ ସେମାନଙ୍କୁ କହିଲେ, କେଉଁମାନେ ମୋହର ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ଆଉ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ତାହା ମୁଁ ଜାଣେ ନାହିଁ ।


କିନ୍ତୁ ପ୍ରଭୁ ତାହାଙ୍କୁ ଉତ୍ତର ଦେଲେ, ରେ କପଟୀମାନେ, ତୁମ୍ଭେମାନେ ପ୍ରତ୍ୟେକେ କ'ଣ ବିଶ୍ରାମବାରରେ ଆପଣା ଆପଣା ବଳଦ କିମ୍ବା ଗଧ ଗୁହାଳରୁ ଫିଟାଇ ନେଇ ପାଣି ପିଆଅ ନାହିଁ ?


ଏଥିଉତ୍ତାରେ ପ୍ରଭୁ ଆଉ ସତୁରି ଜଣଙ୍କୁ ନିଯୁକ୍ତ କଲେ ଓ ନିଜେ ଯେଉଁ ଯେଉଁ ନଗର ଓ ସ୍ଥାନକୁ ଯିବା ପାଇଁ ଉଦ୍ୟତ ଥିଲେ, ସେହି ସେହି ସ୍ଥାନକୁ ଦୁଇ ଦୁଇ ଜଣ କରି ସେମାନଙ୍କୁ ଆପଣା ଆଗେ ପଠାଇଲେ ।


ସେଥିରେ ଯୋହନ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ପାଖକୁ ଡାକି ପ୍ରଭୁଙ୍କ ନିକଟକୁ ଏହା କହି ପଠାଇଲେ, ଆପଣ କ'ଣ ସେହି ବ୍ୟକ୍ତି ଯାହାଙ୍କର ଆଗମନ ହେବ, ନା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ ?


ହେ ଭାଇମାନେ, ଭରସାହୀନ ଅନ୍ୟ ସମସ୍ତଙ୍କ ପରି ତୁମ୍ଭେମାନେ ଯେପରି ଶୋକାକୁଳ ନ ହୁଅ, ଏଥି ନିମନ୍ତେ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କ ବିଷୟରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କ ଇଚ୍ଛା ନୁହେଁ ।


ପୁଣି, ପ୍ରଭୁ ବୁଲିପଡ଼ି ପିତରଙ୍କୁ ଏକଦୃଷ୍ଟିରେ ଚାହିଁଲେ; ସେଥିରେ ଆଜି କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ, ଏହି ଯେଉଁ କଥା ପ୍ରଭୁ ପିତରଙ୍କୁ କହିଥିଲେ ତାହା ତାହାଙ୍କ ମନରେ ପଡ଼ିଲା,


ସେ ନଗରଦ୍ୱାର ନିକଟରେ ଉପସ୍ଥିତ ହୁଅନ୍ତେ, ଦେଖ, ଲୋକ ଜଣେ ମୃତ ମନୁଷ୍ୟକୁ ବାହାରକୁ ବୋହି ଆଣୁଥିଲେ, ସେ ଆପଣା ମାତାର ଏକମାତ୍ର ପୁତ୍ର, ପୁଣି, ସେହି ସ୍ତ୍ରୀ ବିଧବା; ଆଉ ନଗରର ବହୁସଂଖ୍ୟକ ଲୋକ ତାହାଙ୍କ ସଙ୍ଗରେ ଥିଲେ ।


ଆଉ ସେ ନିକଟକୁ ଯାଇ କୋକେଇ ଛୁଇଁଲେ, ପୁଣି, ବୋହି ନେଉଥିବା ଲୋକମାନେ ଠିଆ ହୁଅନ୍ତେ ସେ କହିଲେ, ଯୁବକ, ମୁଁ ତୁମ୍ଭକୁ କହୁଅଛି, ଉଠ ।


ଥରେ ସେ କୌଣସି ଗୋଟିଏ ସ୍ଥାନରେ ପ୍ରାର୍ଥନା କରୁଥିଲେ; ସେ ପ୍ରାର୍ଥନା ସମାପ୍ତ କରନ୍ତେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ଯୋହନ ଯେପରି ଆପଣା ଶିଷ୍ୟମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଇଲେ, ଆପଣ ମଧ୍ୟ ସେହିପରି ଆମ୍ଭମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଅନ୍ତୁ ।


ସେଥିରେ ପ୍ରଭୁ ତାହାଙ୍କୁ କହିଲେ, ତୁମ୍ଭେ ଫାରୂଶୀଯାକ ସିନା ଗିନା ଓ ଥାଳୀର ବାହାର ପରିଷ୍କାର କରୁଥାଅ, ମାତ୍ର ତୁମ୍ଭମାନଙ୍କ ଭିତରେ ଲୋଭ ଓ ଦୁଷ୍ଟତାରେ ପରିପୂର୍ଣ୍ଣ ।


ପ୍ରଭୁ କହିଲେ, ଏଣୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ନିରୂପିତ ଭାଗ ଦେବା ନିମନ୍ତେ ପ୍ରଭୁ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କରିବେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ବେବର୍ତ୍ତା କିଏ ?


ପ୍ରଭୁ କହିଲେ, ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ତୁତକୋଳିଗଛକୁ ତୁ ସମୂଳେ ଉପୁଡ଼ାଯାଇ ସମୁଦ୍ରରେ ରୋପିତ ହୁଅ ବୋଲି କହିଲେ, ତାହା ତୁମ୍ଭମାନଙ୍କର ଆଜ୍ଞା ମାନିବ ।


ସେଥିରେ ପ୍ରଭୁ କହିଲେ, ଏହି ଅଧାର୍ମିକ ବିଚାରକର୍ତ୍ତା କ'ଣ କହୁଅଛନ୍ତି, ତାହା ଶୁଣ ।


କିନ୍ତୁ ଜଖିୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋର ସମ୍ପତ୍ତିର ଅଧା ମୁଁ ଗରିବମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି ।


କିନ୍ତୁ ଭିତରକୁ ଯାଇ ପ୍ରଭୁ ଯୀଶୁଙ୍କ ଶରୀର ପାଇଲେ ନାହିଁ ।


ଯୀଶୁ ଯେ ଯୋହନଙ୍କ ଅପେକ୍ଷା ଅଧିକ ଶିଷ୍ୟ କରୁଅଛନ୍ତି ଓ ବାପ୍ତିସ୍ମ ଦେଉଅଛନ୍ତି


ପ୍ରଭୁ ଧନ୍ୟବାଦ ଦେଲା ଉତ୍ତାରେ ସେମାନେ ଯେଉଁ ସ୍ଥାନରେ ରୁଟି ଭୋଜନ କରିଥିଲେ, ସେହି ସ୍ଥାନ ନିକଟକୁ ତିବିରୀୟାରୁ ଆଉ କେତେକ ନୌକା ଆସିଲା;


ତେଣୁ ସେହି ଭଉଣୀମାନେ ତାହାଙ୍କ ନିକଟକୁ କହି ପଠାଇଲେ, ପ୍ରଭୁ, ଦେଖନ୍ତୁ, ଯାହାକୁ ଆପଣ ସ୍ନେହ କରନ୍ତି, ସେ ପୀଡ଼ିତ ଅଛି ।


Swiv nou:

Piblisite


Piblisite