Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 7:14 - ଓଡିଆ ବାଇବେଲ

14 ଆଉ ସେ ନିକଟକୁ ଯାଇ କୋକେଇ ଛୁଇଁଲେ, ପୁଣି, ବୋହି ନେଉଥିବା ଲୋକମାନେ ଠିଆ ହୁଅନ୍ତେ ସେ କହିଲେ, ଯୁବକ, ମୁଁ ତୁମ୍ଭକୁ କହୁଅଛି, ଉଠ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆଉ, ସେ ନିକଟକୁ ଯାଇ କୋକେଇ ଛୁଇଁଲେ, ପୁଣି ବାହକମାନେ ଠିଆ ହୁଅନ୍ତେ, ସେ କହିଲେ, ଯୁବକ, ମୁଁ ତୁମ୍ଭକୁ କହୁଅଛି, ଉଠ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ତା’ପରେ ସେ ଯାଇ ଶବାଧାରକୁ ଛୁଇଁଲେ ଏବଂ ଶବାଧାରକୁ ବୋହି ନେଇ ଯାଉଥିବା ଲୋକମାନେ ଅଟକି ଗଲେ। ଯୀଶୁ କହିଲେ, “ହେ ଯୁବକ! ମୁଁ ତୁମକୁ କହୁଛି, ଉଠ!”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ ସେ ନିକଟକୁ ଯାଇ କୋକେଇ ଛୁଇଁଲେ, ପୁଣି, ବୋହି ନେଉଥିବା ଲୋକମାନେ ଠିଆ ହୁଅନ୍ତେ ସେ କହିଲେ, “ଯୁବକ, ମୁଁ ତୁମ୍ଭକୁ କହୁଅଛି, ଉଠ।”

Gade chapit la Kopi

ପବିତ୍ର ବାଇବଲ

14 ଯୀଶୁ କୋକେଇ ପାଖକୁ ଯାଇ ତାହା ଛୁଇଁଲେ। କୋକେଇ କାନ୍ଧେଇ ନେଉଥିବା ଲୋକେ ଅଟକିଗଲେ। ଯୀଶୁ ମୃତ ପୁତ୍ରକୁ କହିଲେ, “ଯୁବକ, ମୁଁ ତୁମ୍ଭକୁ କହୁଛି ଠିଆ ହୁଅ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 7:14
20 Referans Kwoze  

ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ୱରଙ୍କର ପୁତ୍ରଙ୍କ ସ୍ୱର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ଜୀବିତ ହେବେ ଏପରି ସମୟ ଆସୁଅଛି, ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ ।


ଯୀଶୁ ତାଙ୍କୁ କହିଲେ, ମୁଁ ପୁନରୁତ୍ଥାନ ଓ ଜୀବନ; ଯେ ମୋ'ଠାରେ ବିଶ୍ୱାସ କରେ, ସେ ଯଦ୍ୟପି ମରେ, ତଥାପି ସେ ବଞ୍ଚିବ,


ତହୁଁ ବାଳକ ଉପରେ ସେ ତିନି ଥର ଆପଣାକୁ ଲମ୍ବାଇଲେ, ଆଉ ସେ ସଦାପ୍ରଭୁଙ୍କୁ ଡାକି କହିଲେ, “ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ମୁଁ ବିନୟ କରୁଅଛି, ଏହି ବାଳକର ପ୍ରାଣ ତାହା ମଧ୍ୟକୁ ଫେରି ଆସୁ।”


ଯେଉଁ ଈଶ୍ୱରଙ୍କୁ ସେ ବିଶ୍ୱାସ କଲେ, ଯେ ମୃତମାନଙ୍କୁ ଜୀବିତ କରନ୍ତି ଓ ନ ଥିବା ବସ୍ତୁକୁ ଥିବା ବସ୍ତୁ ପରି ଡାକନ୍ତି, ସେହି ଈଶ୍ୱରଙ୍କ ଦୃଷ୍ଟିରେ ସେ ଆମ୍ଭ ସମସ୍ତଙ୍କର ପିତା ଅଟନ୍ତି, ଯେପରି ଲେଖା ଅଛି, ଆମ୍ଭେ ତୁମ୍ଭକୁ ବହୁ ଜାତିର ପିତା କରିଅଛୁ ।


ଯେଣୁ ପିତା ଯେପ୍ରକାରେ ମୃତମାନଙ୍କୁ ଉତ୍ଥାପନ କରି ଜୀବିତ କରନ୍ତି, ସେହି ପ୍ରକାରେ ପୁତ୍ର ମଧ୍ୟ ଯାହାଯାହାକୁ ଇଚ୍ଛା, ସେମାନଙ୍କୁ ଜୀବିତ କରନ୍ତି ।


ତୁମ୍ଭର ମୃତମାନେ ଜୀବିତ ହେବେ; ମୋହର ଶବସବୁ ଉଠିବେ। ହେ ଧୂଳିନିବାସୀମାନେ, ତୁମ୍ଭେମାନେ ଉଠି ଗାନ କର; କାରଣ ତୁମ୍ଭର ଶିଶିର ତୃଣର ଶିଶିର ତୁଲ୍ୟ ଓ ଭୂମି ମୃତମାନଙ୍କୁ ବାହାର କରି ଦେବ।


ସେ କହିବା ମାତ୍ରେ ସୃଷ୍ଟି ହେଲା, ସେ ଆଜ୍ଞା କରିବାମାତ୍ରେ ସ୍ଥିତି ହେଲା।


ଯଦି ମନୁଷ୍ୟର ମୃତ୍ୟୁ ହୁଏ ତେବେ କ’ଣ ସେ ପୁନର୍ବାର ବଞ୍ଚିବ ? ମୋହର ମୁକ୍ତି ଉପସ୍ଥିତ ନୋହିବା ପର୍ଯ୍ୟନ୍ତ ମୁଁ ଆପଣା ଯୁଦ୍ଧର ସମସ୍ତ ଦିନ ଅପେକ୍ଷା କରିବି।


ସେପରି ମନୁଷ୍ୟ ଶୟନ କଲେ ଆଉ ଉଠେ ନାହିଁ; ଆକାଶମଣ୍ଡଳ ଲୋପ ନ ପାଇବା ପର୍ଯ୍ୟନ୍ତ ସେମାନେ ଜାଗ୍ରତ ହେବେ ନାହିଁ, କିଅବା ନିଦ୍ରାରୁ ଉତ୍‍ଥାପିତ ହେବେ ନାହିଁ।


କାରଣ ସେମାନେ ଯାହାସବୁ ଗୁପ୍ତରେ କରନ୍ତି, ସେହି ସବୁ କଥା କହିବା ସୁଦ୍ଧା ଲଜ୍ଜାଜନକ,


ଏଥିରେ ସଦାପ୍ରଭୁ ଏଲୀୟଙ୍କର ରବରେ କର୍ଣ୍ଣପାତ କଲେ; ପୁଣି, ବାଳକର ପ୍ରାଣ ପୁନର୍ବାର ତାହା ମଧ୍ୟକୁ ଆସନ୍ତେ, ସେ ପୁନର୍ଜୀବିତ ହେଲା।


ଆଉ ପିଲାର ହାତ ଧରି ତାହାକୁ କହିଲେ, 'ଟଲିଥାକୁମ୍', ଅର୍ଥାତ୍ ଆଗୋ ବାଳିକା, ମୁଁ ତୋତେ କହୁଅଛି ଉଠ୍ ।


ତାହାକୁ ଦେଖି ପ୍ରଭୁ ତାହା ପ୍ରତି ଦୟାରେ ବିଗଳିତ ହୋଇ ତାହାକୁ କହିଲେ, ରୋଦନ କର ନାହିଁ ।


ସେଥିରେ ମୃତ ଯୁବକଟି ଉଠି ବସିଲା ଆଉ କଥା କହିବାକୁ ଲାଗିଲା, ପୁଣି, ସେ ତାହାକୁ ତାହାର ମାତାର ହସ୍ତରେ ସମର୍ପଣ କଲେ ।


ପୁଣି, ଯୀଶୁଙ୍କ ବିଷୟରେ ଏହି ସମ୍ବାଦ ସମସ୍ତ ଯିହୂଦା ଦେଶ ଓ ଚାରିପାଖର ସମସ୍ତ ଅଞ୍ଚଳରେ ବ୍ୟାପିଗଲା ।


Swiv nou:

Piblisite


Piblisite