Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 7:21 - ଓଡିଆ ବାଇବେଲ

21 ସେହି ସମୟରେ ସେ ଅନେକଙ୍କୁ ରୋଗ, କଷ୍ଟ ଓ ମନ୍ଦଆତ୍ମାମାନଙ୍କଠାରୁ ସୁସ୍ଥ କଲେ, ପୁଣି, ଅନେକ ଅନ୍ଧଙ୍କୁ ଦେଖିବାର ଶକ୍ତି ଦେଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ସେହି ସମୟରେ ସେ ଅନେକଙ୍କୁ ରୋଗ, ପୀଡ଼ା ଓ ଦୁଷ୍ଟ ଆତ୍ମାମାନଙ୍କଠାରୁ ସୁସ୍ଥ କଲେ, ପୁଣି ଅନେକ ଅନ୍ଧଙ୍କୁ ଦୃଷ୍ଟି ପ୍ରଦାନ କଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ଠିକ୍ ସେହି ସମୟରେ ଯୀଶୁ ଅନେକ ରୋଗୀଙ୍କୁ ସୁସ୍ଥ କଲେ, ଭୂତ ଛଡ଼ାଇଲେ ଓ ଅନ୍ଧମାନଙ୍କୁ ଦୃଷ୍ଟି ପ୍ରଦାନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ସେହି ସମୟରେ ସେ ଅନେକଙ୍କୁ ରୋଗ, କଷ୍ଟ ଓ ମନ୍ଦ-ଆତ୍ମାମାନଙ୍କଠାରୁ ସୁସ୍ଥ କଲେ, ପୁଣି, ଅନେକ ଅନ୍ଧମାନଙ୍କୁ ଦେଖିବାର ଶକ୍ତି ଦେଲେ।

Gade chapit la Kopi

ପବିତ୍ର ବାଇବଲ

21 ସେହି ସମୟରେ ଯୀଶୁ ଅନେକ ଲୋକଙ୍କୁ ସେମାନଙ୍କ ରୋଗରୁ ସୁସ୍ଥ, ବେଦନା ଦୂର ଓ ଦୁଷ୍ଟାତ୍ମା କବଳରୁ ମୁକ୍ତ କରି ଦେଉଥିଲେ। ସେ ଅନେକ ଅନ୍ଧକୁ ଦୃଷ୍ଟିଶକ୍ତି ଦେଉଥିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 7:21
12 Referans Kwoze  

କାରଣ ସେ ଅନେକ ଲୋକଙ୍କୁ ସୁସ୍ଥ କରିବାରୁ ପୀଡ଼ିତମାନେ ସମସ୍ତେ ତାହାଙ୍କୁ ସ୍ପର୍ଶ କରିବା ନିମନ୍ତେ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ ।


କାରଣ ପ୍ରଭୁ ଯାହାକୁ ପ୍ରେମ କରନ୍ତି, ତାହାକୁ ଶାସନ କରନ୍ତି, ପୁଣି, ଯେଉଁ ପୁତ୍ରକୁ ସେ ଗ୍ରହଣ କରନ୍ତି, ତାହାକୁ ପ୍ରହାର କରନ୍ତି ।


ତହିଁରେ ଯୀଶୁ ତାହାକୁ କହିଲେ, ବତ୍ସେ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି; ଶାନ୍ତିରେ ଚାଲିଯା ଓ ତୋହର ରୋଗରୁ ଆରୋଗ୍ୟ ହୋଇରହ ।


ସେହିକ୍ଷଣି ତାହାର ରକ୍ତସ୍ରାବ ବନ୍ଦ ହେଲା, ପୁଣି, ସେ ଯେ ରୋଗରୁ ଆରୋଗ୍ୟ ହୋଇଅଛି, ଏହା ସେ ନିଜ ଶରୀରରେ ଅନୁଭବ କଲା ।


ପରେ ଯୀଶୁ ସେମାନଙ୍କ ସମାଜଗୃହ ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ଗାଲିଲୀରେ ବୁଲିବାକୁ ଲାଗିଲେ,


ଯେବେ ଦେଶରେ ଦୁର୍ଭିକ୍ଷ ହୁଏ, ଯେବେ ମହାମାରୀ ହୁଏ, ଯେବେ ଶସ୍ୟର କ୍ଷୟ କି ମ୍ଳାନି, ପଙ୍ଗପାଳ ବା କୀଟ ହୁଏ; ଯେବେ ସେମାନଙ୍କ ଶତ୍ରୁ ସେମାନଙ୍କ ଦେଶସ୍ଥ ନଗରସମୂହରେ ସେମାନଙ୍କୁ ଅବରୋଧ କରେ; କୌଣସି ମାରୀ ହୁଏ; କୌଣସି ରୋଗ ଘଟେ;


ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ ।


ସେହି ଲୋକମାନେ ତାହାଙ୍କ ନିକଟକୁ ଆସି କହିଲେ, ବାପ୍ତିଜକ ଯୋହନ ଆମ୍ଭମାନଙ୍କୁ ଆପଣଙ୍କ ନିକଟକୁ ଏହା କହି ପଠାଇଅଛନ୍ତି, ଯାହାଙ୍କର ଆଗମନ ହେବ, ସେହି ବ୍ୟକ୍ତି କି ଆପଣ, ଅବା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ ?


ଆଉ, ଯାଜକ ଆସି ଦେଖନ୍ତେ, ଯଦି, ସେହି ଗୃହ ଲେପନ କଲା ଉତ୍ତାରେ ଦାଗ ସେହି ଗୃହରେ ବଢ଼ି ନାହିଁ, ତେବେ ଯାଜକ ସେହି ଗୃହକୁ ଶୁଚି ବୋଲି ପ୍ରକାଶ କରିବ, କାରଣ ଦାଗ ଅଦୃଶ୍ୟ ହୋଇଅଛି।


Swiv nou:

Piblisite


Piblisite