Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 7:25 - ଓଡିଆ ବାଇବେଲ

25 ତାହା ନ ହେଲେ ତୁମ୍ଭେମାନେ କ'ଣ ଦେଖିବା ପାଇଁ ବାହାରିଯାଇଥିଲ ? କ'ଣ ଦାମୀ ପୋଷାକ ପିନ୍ଧିଥିବା ଜଣେ ବ୍ୟକ୍ତିଙ୍କୁ ? ଦେଖ, ଯେଉଁମାନେ ସୁନ୍ଦର ପୋଷାକ ପିନ୍ଧନ୍ତି ଏବଂ ସୁଖରେ ସମୟ କଟାନ୍ତି, ସେମାନେ ରାଜପ୍ରାସାଦରେ ଥାଆନ୍ତି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ତାହା ନ ହେଲେ ତୁମ୍ଭେମାନେ କଅଣ ଦେଖିବା ପାଇଁ ବାହାରି ଯାଇଥିଲ? କଅଣ ସୂକ୍ଷ୍ମବସ୍ତ୍ର ପରିହିତ ଜଣେ ବ୍ୟକ୍ତିଙ୍କି? ଦେଖ, ଯେଉଁମାନେ ସୁନ୍ଦର ବସ୍ତ୍ର ପରିଧାନ କରି ବିଷୟସୁଖରେ କାଳ କ୍ଷେପଣ କରନ୍ତି, ସେମାନେ ରାଜବାଟୀରେ ଥାଆନ୍ତି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 କ’ଣ ଦେଖିବାକୁ ଯାଇଥିଲ? କ’ଣ ସୌଖୀନ ପୋଷାକ ପିନ୍ଧିଥିବା ଜଣେ ବ୍ୟକ୍ତିକୁ? ସେହିପରି ପୋଷାକ ପରିଧାନ କରି ବିଳାସ ବ୍ୟସନରେ ମଜ୍ଜି ରହିଥିବା ଲୋକମାନେ ରାଜପ୍ରାସାଦରେ ବାସ କରନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ତାହା ନ ହେଲେ ତୁମ୍ଭେମାନେ କଅଣ ଦେଖିବା ପାଇଁ ବାହାରିଯାଇଥିଲ? କଅଣ ଦାମୀ ବସ୍ତ୍ର ପିନ୍ଧିଥିବା ଜଣେ ବ୍ୟକ୍ତିଙ୍କୁ? ଦେଖ, ଯେଉଁମାନେ ସୁନ୍ଦର ବସ୍ତ୍ର ପିନ୍ଧନ୍ତି ଏବଂ ସୁଖରେ ସମୟ କଟାନ୍ତି, ସେମାନେ ରାଜପ୍ରାସାଦରେ ଥାଆନ୍ତି।

Gade chapit la Kopi

ପବିତ୍ର ବାଇବଲ

25 ତା'ନ ହେଲେ, ତୁମ୍ଭେ କ’ଣ ଦେଖିବାକୁ ସେଠାକୁ ଯାଇଥିଲ? କ’ଣ ଉତ୍ତମ ବସ୍ତ୍ର ପିନ୍ଧିଥିବା ଜଣେ ଲୋକକୁ? ନା, ଯେଉଁମାନେ ଉତ୍ତମ ବସ୍ତ୍ର ପିନ୍ଧନ୍ତି ଏବଂ ଆମୋଦ ପ୍ରମୋଦରେ ଜୀବନ କଟାନ୍ତି, ସେମାନେ ତ ରାଜାଙ୍କ ପ୍ରାସାଦ ମାନଙ୍କରେ ଥା’ନ୍ତି।

Gade chapit la Kopi




ଲୂକ ଲିଖିତ ସୁସମାଚାର 7:25
16 Referans Kwoze  

ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ଶଲୋମନ ସୁଦ୍ଧା ଆପଣାର ସମସ୍ତ ଏୗଶ୍ୱର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିକ ପରି ବିଭୂଷିତ ନ ଥିଲେ ।


ସେହି ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା ଅଣ୍ଟାରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି, ତାହାଙ୍କ ଖାଦ୍ୟ ପଙ୍ଗପାଳ (କ୍ୟାରବ ବୃକ୍ଷର ଫଳ) ଓ ବନମଧୁ ଥିଲା ।


ପୁଣି, ସେ ବୁକୁପଟା ରୂପେ ଧାର୍ମିକତା ଓ ପରିତ୍ରାଣର ଟୋପର ଆପଣାର ମସ୍ତକରେ ପିନ୍ଧିଲେ; ଆଉ, ସେ ପ୍ରତିଶୋଧରୂପ ବସ୍ତ୍ର ପରିଧାନ କଲେ ଓ ଉତ୍ତରୀୟ ବସ୍ତ୍ର ରୂପେ ଉଦ୍‍ଯୋଗରୂପ ବସ୍ତ୍ର ପିନ୍ଧିଲେ।


ଏଉତ୍ତାରୁ ମର୍ଦ୍ଦଖୟ ନୀଳ ଓ ଶୁକ୍ଳବର୍ଣ୍ଣ ରାଜକୀୟ ବସ୍ତ୍ର ପିନ୍ଧି, ମସ୍ତକରେ ସୁବର୍ଣ୍ଣମୟ ବୃହତ୍‍ ମୁକୁଟ ଦେଇ, ସରୁ ଓ ଧୂମ୍ରବର୍ଣ୍ଣ ଉତ୍ତରୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ହୋଇ ରାଜା ଛାମୁରୁ ବାହାରକୁ ଗଲ; ତହିଁରେ ଶୂଶନ୍‍ ରାଜଧାନୀ ଆନନ୍ଦ ଓ ହର୍ଷନାଦରେ ପରିପୂର୍ଣ୍ଣ ହେଲା।


ଏଉତ୍ତାରୁ ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଠିଆ ହେଲେ; ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ୱାର ସମ୍ମୁଖରେ ରାଜସିଂହାସନ ଉପରେ ଉପବିଷ୍ଟ ଥିଲେ।


ପୁଣି, ସେ ରାଜଦ୍ୱାରର ସମ୍ମୁଖ ପର୍ଯ୍ୟନ୍ତ ଗଲେ, କାରଣ ଅଖା ପିନ୍ଧି କାହାକୁ ରାଜଦ୍ୱାରରେ ପ୍ରବେଶ କରିବାର ଅନୁମତି ନ ଥିଲା।


“ତୁମ୍ଭେମାନେ ଲୋକମାନଙ୍କୁ ଓ ଅଧିପତିଗଣଙ୍କୁ ବଷ୍ଟୀ ରାଣୀର ସୌନ୍ଦର୍ଯ୍ୟ ଦେଖାଇବା ପାଇଁ ତାହାଙ୍କୁ ରାଜମୁକୁଟରେ ଭୂଷିତା କରି ରାଜାଙ୍କ ଛାମୁକୁ ଆଣ,” ଯେଣୁ ସେ ପରମ ସୁନ୍ଦରୀ ଥିଲେ।


ଆପଣା ରାଜତ୍ଵର ତୃତୀୟ ବର୍ଷରେ ଆପଣା ସକଳ ଅଧିପତି ଓ ଦାସମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ; ତହିଁରେ ପାରସ୍ୟ ଓ ମାଦୀୟା ଦେଶର ବିକ୍ରମୀ ଲୋକମାନେ ପୁଣି କୁଳୀନ ଓ ପ୍ରଦେଶାଧିପତିମାନେ ତାହାର ସାକ୍ଷାତରେ ଉପସ୍ଥିତ ହେଲେ।


ତହୁଁ ସେମାନେ ତାଙ୍କୁ ଉତ୍ତର କଲେ, “ସେ ଲୋମଶ ମନୁଷ୍ୟ ଓ ତାହାର କଟି ଚର୍ମପଟୁକାରେ ବନ୍ଧା ଥିଲା।” ତହିଁରେ ରାଜା କହିଲେ, “ସେ ତ ତିଶ୍‍ବୀୟ ଏଲୀୟ।”


ତାଙ୍କର ମେଜର ଖାଦ୍ୟଦ୍ରବ୍ୟ, ତାଙ୍କର ଭୃତ୍ୟମାନଙ୍କ ଆସନ, ତାଙ୍କ ମନ୍ତ୍ରୀମାନଙ୍କ ସେବା, ସେମାନଙ୍କ ବସ୍ତ୍ର, ପାନପାତ୍ରବାହକଗଣ ଓ ସେ ସଦାପ୍ରଭୁଙ୍କ ଗୃହରେ କିପରି ଭାବେ ହୋମବଳି ଉତ୍ସର୍ଗ କଲେ, ଏହିସବୁ ଦେଖି ସେ ହତଜ୍ଞାନ ହେଲା।


ଆଜି ମୁଁ ଅଶୀ ବର୍ଷ ବୟସ୍କ; ମୁଁ କ’ଣ ଭଲ ଓ ମନ୍ଦର ପ୍ରଭେଦ କରିପାରେ ? ଆପଣଙ୍କ ଦାସ ମୁଁ ଯାହା ଭୋଜନ କି ପାନ କରେ, କ’ଣ ତହିଁର ଆସ୍ୱାଦ ପାଇ ପାରେ ? ମୁଁ କି ଗାୟକ ଓ ଗାୟିକାମାନଙ୍କ ସ୍ୱର ଆଉ ଶୁଣି ପାରେ ? ତେବେ କାହିଁକି ଆପଣଙ୍କ ଦାସ ମୋହର ସ୍ୱାମୀ ମହାରାଜଙ୍କ ପ୍ରତି ଭାର ସ୍ୱରୂପ ହେବ ?


ତାହାହେଲେ ତୁମ୍ଭେମାନେ କ'ଣ ଦେଖିବା ପାଇଁ ବାହାରିଯାଇଥିଲ ? କ'ଣ ସୂକ୍ଷ୍ମ ପୋଷାକ ପିନ୍ଧିଥିବା ଜଣେ ବ୍ୟକ୍ତିଙ୍କୁ ? ଦେଖ, ଯେଉଁମାନେ ସୂକ୍ଷ୍ମ ପୋଷାକ ପିନ୍ଧନ୍ତି, ସେମାନେ ରାଜାଙ୍କ ଘରରେ ଥାଆନ୍ତି ।


ଯୋହନଙ୍କ ଦୂତମାନେ ଯିବା ପରେ ଯୀଶୁ ଯୋହନଙ୍କ ବିଷୟରେ ଲୋକମାନଙ୍କୁ କହିବାକୁ ଲାଗିଲେ, ତୁମ୍ଭେମାନେ କ'ଣ ଦେଖିବା ପାଇଁ ମରୁଭୂମିକୁ ବାହାରିଯାଇଥିଲ, କ'ଣ ପବନରେ ଦୋହଲୁଥିବା ଗୋଟିଏ ନଳ ?


ତାହା ନ ହେଲେ କ'ଣ ଦେଖିବା ନିମନ୍ତେ ବାହାରି ଯାଇଥିଲ ? କ'ଣ ଜଣେ ଭାବବାଦୀଙ୍କୁ ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭାବବାଦୀଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ବ୍ୟକ୍ତିଙ୍କୁ ।


ଜଣେ ଧନୀ ଲୋକ ଥିଲା, ସେ ବହୁମୂଲ୍ୟ ବସ୍ତ୍ର ପିନ୍ଧି ମହା ଆଡ଼ମ୍ବରରେ ପ୍ରତିଦିନ ଆମୋଦ ପ୍ରମୋଦ କରୁଥିଲା;


Swiv nou:

Piblisite


Piblisite