Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 7:7 - ଓଡିଆ ବାଇବେଲ

7 ଏଣୁ ମୁଁ ଆପଣଙ୍କ ନିକଟକୁ ଯିବାକୁ ନିଜକୁ ଯୋଗ୍ୟ ବିଚାର କଲି ନାହିଁ; କିନ୍ତୁ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏଣୁ ମୁଁ ଆପଣଙ୍କ ନିକଟକୁ ଯିବାକୁ ନିଜକୁ ଯୋଗ୍ୟ ମଣିଲି ନାହିଁ; କିନ୍ତୁ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 କିମ୍ବା ମୁଁ ନିଜେ ଆପଣଙ୍କ ପାଖକୁ ଆସିବା ପାଇଁ ନିଜକୁ ଯୋଗ୍ୟ ମଣୁ ନାହିଁ। କେବଳ ଆଦେଶ କରନ୍ତୁ, ମୋର ଦାସ ସୁସ୍ଥ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଣୁ ମୁଁ ଆପଣଙ୍କ ନିକଟକୁ ଯିବାକୁ ନିଜକୁ ଯୋଗ୍ୟ ବିଚାର କଲି ନାହିଁ; କିନ୍ତୁ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ।

Gade chapit la Kopi

ପବିତ୍ର ବାଇବଲ

7 କେବଳ ସେଇଥିପାଇଁ ମୁଁ ନିଜେ ଆପଣଙ୍କ ପାଖକୁ ଯିବାକୁ ନିଜକୁ ଯୋଗ୍ୟ ମନେ କରି ନ ଥିଲି। ଆପଣ କେବଳ ଆଦେଶ ଦିଅନ୍ତୁ ଓ ମୋର ଗ୍ଭକରଟି ଭଲ ହୋଇଯିବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 7:7
10 Referans Kwoze  

ସେ ଆପଣା ବାକ୍ୟ ପଠାଇ ସେମାନଙ୍କୁ ସୁସ୍ଥ କରନ୍ତି, ପୁଣି, ବିନାଶରୁ ସେମାନଙ୍କୁ ଉଦ୍ଧାର କରନ୍ତି।


ଏଥିରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇ ପରସ୍ପର କୁହାକୋହି ହେଲେ, ଏ କି କଥା ? ସେ ଅଶୁଚି ଆତ୍ମାମାନଙ୍କୁ ଅଧିକାର ଓ ଶକ୍ତି ସହିତ ଆଦେଶ ଦିଅନ୍ତି, ଆଉ ସେମାନେ ବାହାରିଯାଆନ୍ତି ।


ସେ କହିବା ମାତ୍ରେ ସୃଷ୍ଟି ହେଲା, ସେ ଆଜ୍ଞା କରିବାମାତ୍ରେ ସ୍ଥିତି ହେଲା।


ଏଥିରେ ସମସ୍ତେ ଏତେ ବିସ୍ମୟାନ୍ୱିତ ହେଲେ ଯେ, ସେମାନେ ବାଦାନୁବାଦ କରି କହିବାକୁ ଲାଗିଲେ, ଏ କ'ଣ ? ଏ ତ ଅଧିକାରଯୁକ୍ତ ନୂତନ ଶିକ୍ଷା ! ସେ ଅଶୁଚି ଆତ୍ମାମାନଙ୍କୁ ସୁଦ୍ଧା ଆଦେଶ ଦିଅନ୍ତି, ଆଉ ସେମାନେ ତାହାଙ୍କ ଆଜ୍ଞା ମାନନ୍ତି ।


ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ । ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା ।


ଏବେ ଦେଖ, ଆମ୍ଭେ, ଆମ୍ଭେ ହିଁ ସେ ଅଟୁ; ଆମ୍ଭ ସଙ୍ଗେ ଆଉ କୌଣସି ଦେବତା ନାହିଁ; ଆମ୍ଭେ ବଧ କରୁ ଓ ଆମ୍ଭେ ଜୀବନ ଦାନ କରୁ; ଆମ୍ଭେ କ୍ଷତ କରିଅଛୁ ଓ ଆମ୍ଭେ ସୁସ୍ଥ କରୁ; ପୁଣି, ଆମ୍ଭ ହସ୍ତରୁ ଯେ ଉଦ୍ଧାର କରିପାରେ, ଏପରି କେହି ନାହିଁ।


ସଦାପ୍ରଭୁ ମୃତ୍ୟୁୁ ଘଟାନ୍ତି ଓ ସଜୀବ କରନ୍ତି; ସେ ପାତାଳକୁ ଓହ୍ଲାଇ ଆଣନ୍ତି ଓ ଉପରକୁ ଉଠାଇ ନିଅନ୍ତି।


“ତୁମ୍ଭେ ଯଦି ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କର, ତାହାଙ୍କ ଦୃଷ୍ଟିରେ ଯାହା ଉଚିତ ତାହା କର, ତାହାଙ୍କ ଆଜ୍ଞାରେ କର୍ଣ୍ଣ ଦିଅ ଓ ତାହାଙ୍କ ବିଧି ସମସ୍ତ ପାଳନ କର, ତେବେ ଆମ୍ଭେ ମିସ୍ରୀୟ ଲୋକମାନଙ୍କୁ ଯେସବୁ ରୋଗ ଭୋଗ କରାଇଲୁ, ତାହାସବୁ ତୁମ୍ଭମାନଙ୍କୁ ଭୋଗ କରିବାକୁ ଦେବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।”


ସେଥିରେ ଯୀଶୁ ସେମାନଙ୍କ ସହିତ ଗଲେ । ସେ ଘରର ଅଳ୍ପ ଦୂରରେ ଉପସ୍ଥିତ ହୁଅନ୍ତେ, ଶତସେନାପତି ବନ୍ଧୁମାନଙ୍କୁ ପଠାଇ ତାହାଙ୍କୁ କହିଲେ, ପ୍ରଭୁ, କଷ୍ଟ କରନ୍ତୁ ନାହିଁ; କାରଣ ଆପଣ ଯେ ମୋ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ;


କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ମଧ୍ୟ ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ଆଉ, ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ ତାହା କରେ ।


Swiv nou:

Piblisite


Piblisite