Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 8:1 - ଓଡିଆ ବାଇବେଲ

1 ଏଥିର ଅଳ୍ପ ସମୟ ପରେ ଯୀଶୁ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଘୋଷଣା କରି ଈଶ୍ୱରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରି ଯାତ୍ରା କରିବାକୁ ଲାଗିଲେ, ଆଉ ବାର ଜଣ ଶିଷ୍ୟ ତାହାଙ୍କ ସାଙ୍ଗରେ ଥିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏଥିର ଅଳ୍ପ ସମୟ ପରେ ସେ ଆପେ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଘୋଷଣା କରି ଈଶ୍ଵରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରି ଭ୍ରମଣ କରିବାକୁ ଲାଗିଲେ, ଆଉ ଦ୍ଵାଦଶ ତାହାଙ୍କ ସାଙ୍ଗରେ ଥିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 କିଛି ସମୟ ପରେ ଯୀଶୁ ସହର ଓ ଗ୍ରାମମାନଙ୍କରେ ଈଶ୍ୱରଙ୍କ ରାଜ୍ୟ ସମ୍ବନ୍ଧୀୟ ଶୁଭବାର୍ତ୍ତା ପ୍ରଚାର କରି ଭ୍ରମଣ କଲେ। ବାର ଜଣ ଶିଷ୍ୟ ତାଙ୍କ ସହିତ ଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିର ଅଳ୍ପ ସମୟ ପରେ ଯୀଶୁ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଘୋଷଣା କରି ଈଶ୍ବରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରି ଯାତ୍ରା କରିବାକୁ ଲାଗିଲେ, ଆଉ ବାର ଜଣ ଶିଷ୍ୟ ତାହାଙ୍କ ସାଙ୍ଗରେ ଥିଲେ,

Gade chapit la Kopi

ପବିତ୍ର ବାଇବଲ

1 ଏହା ପରେ ଯୀଶୁ ନଗର ନଗର, ଗାଁ ଗାଁ ବୁଲି ପରମେଶ୍ୱରଙ୍କ ରାଜ୍ୟର ସୁସମାଗ୍ଭର ଲୋକମାନଙ୍କୁ ଶୁଣାଇଲେ। ତାହାଙ୍କ ସହିତ ବାରଜଣ ପ୍ରେରିତ ମଧ୍ୟ ରହିଥିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 8:1
18 Referans Kwoze  

ପରେ ଯୀଶୁ ସେମାନଙ୍କ ସମାଜଗୃହ ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ଗାଲିଲୀରେ ବୁଲିବାକୁ ଲାଗିଲେ,


ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ ? ଯେପରି ଲେଖା ଅଛି, "ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ ।


ଆଉ ପିତୃପୁରୁଷମାନଙ୍କ ନିକଟରେ କୃତ ପ୍ରତିଜ୍ଞା ବିଷୟରେ ଆମ୍ଭେମାନେ ଆପଣମାନଙ୍କୁ ଏହି ସୁସମାଚାର ଜଣାଉଅଛୁ ଯେ,


ଅର୍ଥାତ୍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ୱର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ୱର ତାହାଙ୍କ ସହବର୍ତ୍ତୀ ଥିଲେ ।


ପ୍ରଭୁଙ୍କର ଆତ୍ମା ମୋଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,


ପୁଣି, ସେ ସମୁଦାୟ ଗାଲିଲୀରେ ଭ୍ରମଣ କରୁ କରୁ ସେମାନଙ୍କର ସମସ୍ତ ସମାଜଗୃହରେ ପ୍ରଚାର କଲେ ଓ ଭୂତମାନଙ୍କୁ ବାହାର କଲେ।


ଯେ କେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ ।


ଯୀଶୁ ଆପଣା ବାର ଜଣ ଶିଷ୍ୟଙ୍କୁ ଆଦେଶ ଦେବାର ସମାପ୍ତ କଲା ପରେ ଗାଲିଲୀର ନଗରସମୂହରେ ଶିକ୍ଷା ଦେବାକୁ ଓ ଘୋଷଣା କରିବାକୁ ସେ ସ୍ଥାନରୁ ବାହାରିଗଲେ ।


ଏହାପରେ ଯୀଶୁ ସେମାନଙ୍କ ସମାଜଗୃହସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ନଗର ପୁଣି, ଗ୍ରାମଗୁଡ଼ିକରେ ଭ୍ରମଣ କରିବାକୁ ଲାଗିଲେ ।


ପୁଣି, ଶିଶୁ ବୃଦ୍ଧି ପାଇ ଆତ୍ମାରେ ଶକ୍ତିମାନ ହେବାକୁ ଲାଗିଲେ ଏବଂ ଇସ୍ରାଏଲ ନିକଟରେ ପ୍ରକାଶିତ ନ ହେବା ପର୍ଯ୍ୟନ୍ତ ପ୍ରାନ୍ତରରେ ରହିଲେ ।


ସେଥିରେ ସେମାନେ ଯାଇ ସବୁଆଡ଼େ ସୁସମାଚାର ପ୍ରଚାର ଓ ସୁସ୍ଥ କରୁ କରୁ ଗ୍ରାମେ ଗ୍ରାମେ ଭ୍ରମଣ କରିବାକୁ ଲାଗିଲେ ।


ଏଥିମଧ୍ୟରେ ଦିନେ ଯୀଶୁ ଯେତେବେଳେ ମନ୍ଦିରରେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ସୁସମାଚାର ପ୍ରଚାର କରୁଥିଲେ, ସେତେବେଳେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ପ୍ରାଚୀନମାନଙ୍କ ସହିତ ଆସି ତାହାଙ୍କୁ କହିଲେ,


Swiv nou:

Piblisite


Piblisite