Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 8:25 - ଓଡିଆ ବାଇବେଲ

25 ପୁଣି, ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ବିଶ୍ୱାସ କାହିଁ ? କିନ୍ତୁ ସେମାନେ ଭୀତ ଓ ଚକିତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ସେ ବାୟୁ ଓ ଜଳକୁ ସୁଦ୍ଧା ଆଦେଶ ଦିଅନ୍ତେ, ସେମାନେ ତାହାଙ୍କ ଆଜ୍ଞା ମାନନ୍ତି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ପୁଣି, ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ବିଶ୍ଵାସ କାହିଁ? କିନ୍ତୁ ସେମାନେ ଭୀତ ଓ ଚମତ୍କୃତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ସେ ବାୟୁ ଓ ଜଳକୁ ସୁଦ୍ଧା ଆଦେଶ ଦିଅନ୍ତେ, ସେମାନେ ତାହାଙ୍କ ଆଜ୍ଞା ମାନନ୍ତି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ତା’ପରେ ସେ ଶିଷ୍ୟମାନଙ୍କୁ କହିଲେ, “ତୁମ୍ଭମାନଙ୍କର ବିଶ୍ୱାସ କାହିଁ?” କିନ୍ତୁ ସେମାନେ ବିସ୍ମିତ ଓ ଭୟଭୀତ ହୋଇ ପରସ୍ପରକୁ କହିଲେ, “ଏହି ବ୍ୟକ୍ତି କିଏ? ସେ ପବନ ଓ ତରଙ୍ଗକୁ ଆଦେଶ ଦେଲେ ସେମାନେ ତାଙ୍କର ବାଧ୍ୟ ହେଉଛନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ପୁଣି, ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର ବିଶ୍ୱାସ କାହିଁ?” କିନ୍ତୁ ସେମାନେ ଭୀତ ଓ ଚକିତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ସେ ବାୟୁ ଓ ଜଳକୁ ସୁଦ୍ଧା ଆଦେଶ ଦିଅନ୍ତେ, ସେମାନେ ତାହାଙ୍କ ଆଜ୍ଞା ମାନନ୍ତି।

Gade chapit la Kopi

ପବିତ୍ର ବାଇବଲ

25 ଯୀଶୁ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ତୁମ୍ଭମାନଙ୍କର ବିଶ୍ୱାସ କେଉଁଆଡ଼େ ଗଲା?” କିନ୍ତୁ ସେମାନେ ଡରିଯାଇଥିଲେ ଓ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ସେମାନେ କଥାବାର୍ତ୍ତା ହେଲେ, “ଏ ତେବେ କିଏ? ସେ ପବନ ଓ ପାଣିକୁ ମଧ୍ୟ ଆଜ୍ଞା ଦେଉଛନ୍ତି ଓ ସେମାନେ ତାହାଙ୍କ କଥା ମାନୁଛନ୍ତି!”

Gade chapit la Kopi




ଲୂକ ଲିଖିତ ସୁସମାଚାର 8:25
16 Referans Kwoze  

ସେ ସେମାନଙ୍କୁ କହିଲେ, ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ ? ସେତେବେଳେ ସେ ଉଠି ପବନ ଓ ସମୁଦ୍ରକୁ ଧମକ ଦେଲେ, ଆଉ ସବୁ ଧିରସ୍ଥିର ହେଲା ।


କିଏ ସ୍ୱର୍ଗାରୋହଣ କରି ସେଠାରୁ ଅବରୋହଣ କରିଅଛି ? କିଏ ଆପଣା ମୁଷ୍ଟିରେ ବାୟୁ ଏକତ୍ର କରିଅଛି ? କିଏ ଆପଣା ବସ୍ତ୍ରରେ ଜଳସମୂହକୁ ବାନ୍ଧିଅଛି ? କିଏ ପୃଥିବୀର ସବୁ ସୀମା ନିରୂପଣ କରିଅଛି ? ତାହାଙ୍କର ନାମ କଅଣ ? ତାହାଙ୍କ ପୁତ୍ରର ନାମ କଅଣ ? ଏହା ଯେବେ ଜାଣ, ତେବେ କୁହ।


ଯୀଶୁ ସେହିକ୍ଷଣି ହାତ ବଢ଼ାଇ ତାହାକୁ ଧରି କହିଲେ, ହେ ଅଳ୍ପ ବିଶ୍ୱାସୀ କାହିଁକି ସନ୍ଦେହ କଲ ?


ଯୀଶୁ ତାଙ୍କୁ କହିଲେ, ଯଦି ତୁମ୍ଭେ ବିଶ୍ୱାସ କର, ତାହାହେଲେ ଈଶ୍ୱରଙ୍କ ମହିମା ଦେଖିବ, ଏହା କ'ଣ ମୁଁ ତୁମ୍ଭକୁ କହିଲି ନାହିଁ ? ସେଥିରେ ସେମାନେ ପଥର ଘୁଞ୍ଚାଇଦେଲେ ।


କିନ୍ତୁ ଯେଉଁ ଘାସ ଆଜି କ୍ଷେତରେ ଅଛି, ଆଉ କାଲି ଚୁଲିରେ ପକାଯାଏ, ତାହାକୁ ଯେବେ ଈଶ୍ୱର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କେତେ ଅଧିକ ରୂପେ ନ ଦେବେ !


ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ଅଳ୍ପ ବିଶ୍ୱାସ ସକାଶେ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ପର୍ବତକୁ 'ଏଠାରୁ ସେଠାକୁ ଘୁଞ୍ଚିଯା' ବୋଲି କହିଲେ ତାହା ଘୁଞ୍ଚିଯିବ, ଆଉ କିଛି ହିଁ ତୁମ୍ଭମାନଙ୍କର ଅସାଧ୍ୟ ହେବ ନାହିଁ ।


ଜଳସମୂହ ଯେପରି ତାହାଙ୍କ ଆଜ୍ଞା-ଲଙ୍ଘନ କରି ନ ପାରେ, ଏଥିପାଇଁ ଯେଉଁ ସମୟରେ ସେ ସମୁଦ୍ରର ସୀମା ନିରୂପଣ କଲେ ଓ ଯେଉଁ ସମୟରେ ଜଗତର ମୂଳଦୁଆ ଚିହ୍ନିତ କଲେ;


କିନ୍ତୁ କ୍ଷେତର ଯେଉଁ ଘାସ ଆଜି ଅଛି, ଆଉ କାଲି ଚୁଲ୍ଲିରେ ପକାଯାଏ, ତାହାକୁ ଯେବେ ଈଶ୍ୱର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କି ଅଧିକ ନିଶ୍ଚିତରୂପେ ବସ୍ତ୍ର ନ ଦେବେ ?


ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ମଧ୍ୟରେ କାହାରିଠାରେ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ ।


ସେହି ଦିନ ସନ୍ଧ୍ୟା ହୁଅନ୍ତେ ଯୀଶୁ ସେମାନଙ୍କୁ କହିଲେ, ଆସ, ଆରପାରିକି ଯିବା ।


ସେଥିରେ ଶିଷ୍ୟମାନେ ନିକଟକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ହେ ଗୁରୁ, ଆମେ ମଲୁ । ଏଥିରେ ସେ ଉଠି ପବନ ଓ ପ୍ରବଳ ତରଙ୍ଗକୁ ଧମକ ଦେଲେ, ଆଉ ସେହି ସବୁ ବନ୍ଦ ହୋଇ ସୁସ୍ଥିର ହେଲା ।


ପରେ ସେମାନେ ଗାଲିଲୀର ସମ୍ମୁଖବର୍ତ୍ତୀ ସେପାରିର ଗରାଶୀୟମାନଙ୍କ ଅଞ୍ଚଳରେ ପହଞ୍ଚିଲେ ।


Swiv nou:

Piblisite


Piblisite