Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 8:54 - ଓଡିଆ ବାଇବେଲ

54 ମାତ୍ର ସେ ତାହାର ହାତ ଧରି ଡାକି କହିଲେ, ଆଗୋ ବାଳିକା, ଉଠ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

54 ମାତ୍ର ସେ ତାହାର ହାତ ଧରି ଡାକି କହିଲେ, ଆଗୋ ବାଳିକା, ଉଠ୍।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

54 କିନ୍ତୁ ଯୀଶୁ ତା’ର ହାତ ଧରି ଡ଼ାକି କହିଲେ, “ଝିଅ ଲୋ ଉଠ୍!”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

54 ମାତ୍ର ସେ ତାହାର ହାତ ଧରି ଡାକି କହିଲେ, “ଆଗୋ ବାଳିକା, ଉଠ।”

Gade chapit la Kopi

ପବିତ୍ର ବାଇବଲ

54 କିନ୍ତୁ ଯୀଶୁ ଝିଅଟିର ହାତ ଧରି ତାକୁ ଡାକିଲେ, “ହେ ଝିଅ, ଉଠିପଡ଼।”

Gade chapit la Kopi




ଲୂକ ଲିଖିତ ସୁସମାଚାର 8:54
15 Referans Kwoze  

ମିସର ଦେଶରୁ ସେମାନଙ୍କର ପୂର୍ବପୁରୁଷଗଣକୁ ବାହାର କରି ଆଣିବା ନିମନ୍ତେ ଆମ୍ଭେ ସେମାନଙ୍କର ହସ୍ତ ଧରିବା ଦିନ ସେମାନଙ୍କ ସହିତ ଆମ୍ଭର କୃତ ନିୟମାନୁସାରେ ନୁହେଁ,” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କ ସ୍ୱାମୀ ହେଲେ ହେଁ ସେମାନେ ଆମ୍ଭର ସେହି ନିୟମ ଲଙ୍ଘନ କଲେ।”


କିନ୍ତୁ, ପିତର ସମସ୍ତଙ୍କୁ ବାହାର କରିଦେଇ ଆଣ୍ଠୁ ମାଡ଼ି ପ୍ରାର୍ଥନା କଲେ, ପୁଣି, ଶବ ଆଡ଼କୁ ବୁଲିପଡ଼ି କହିଲେ, ଟାବୀଥା, ଉଠ । ସେଥିରେ ସେ ଆଖି ମେଲା କଲେ, ଆଉ ପିତରକୁ ଦେଖି ଉଠି ବସିଲେ ।


ସେ ଏହା କହି ଉଚ୍ଚସ୍ୱରରେ ଡାକିଲେ, ଲାଜାର, ବାହାରି ଆସ ।


ଯେଣୁ ପିତା ଯେପ୍ରକାରେ ମୃତମାନଙ୍କୁ ଉତ୍ଥାପନ କରି ଜୀବିତ କରନ୍ତି, ସେହି ପ୍ରକାରେ ପୁତ୍ର ମଧ୍ୟ ଯାହାଯାହାକୁ ଇଚ୍ଛା, ସେମାନଙ୍କୁ ଜୀବିତ କରନ୍ତି ।


ପୁଣି, ସେ ଗୃହକୁ ଆସି ପିତର, ଯୋହନ ଓ ଯାକୁବ, ପୁଣି, ବାଳିକାର ପିତାମାତାଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଭିତରକୁ ଯିବା ପାଇଁ ଦେଲେ ନାହିଁ ।


କିନ୍ତୁ ଯୀଶୁ ତାହାର ହାତ ଧରି ତାହାକୁ ଉଠାଇଲେ, ଆଉ ସେ ଠିଆ ହେଲା ।


ତେଣୁ ସେ ଅନ୍ଧଟିର ହାତ ଧରି ତାହାକୁ ଗାଁ ବାହାରକୁ ଘେନିଗଲେ, ପୁଣି, ତାହାର ଅାଖିରେ ଛେପ ପକାଇ ଓ ତାହା ଉପରେ ହାତ ଥୋଇ ତାହାକୁ ପଚାରିଲେ, ତୁମ୍ଭେ କି କିଛି ଦେଖୁଅଛ ?


ସେଥିରେ ସେ ପାଖକୁ ଯାଇ ତାଙ୍କ ହସ୍ତ ଧରି ତାଙ୍କୁ ଉଠାଇଲେ, ଆଉ ତାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ସେମାନଙ୍କ ସେବା କରିବାକୁ ଲାଗିଲେ ।


କିନ୍ତୁ ଲୋକସମୂହ ବାହାରଯାଆନ୍ତେ ଯୀଶୁ ଭିତରକୁ ଯାଇ ବାଳିକାଟିର ହାତ ଧରିଲେ, ଆଉ ସେ ଉଠିଲା ।


ଯେଉଁ ଈଶ୍ୱରଙ୍କୁ ସେ ବିଶ୍ୱାସ କଲେ, ଯେ ମୃତମାନଙ୍କୁ ଜୀବିତ କରନ୍ତି ଓ ନ ଥିବା ବସ୍ତୁକୁ ଥିବା ବସ୍ତୁ ପରି ଡାକନ୍ତି, ସେହି ଈଶ୍ୱରଙ୍କ ଦୃଷ୍ଟିରେ ସେ ଆମ୍ଭ ସମସ୍ତଙ୍କର ପିତା ଅଟନ୍ତି, ଯେପରି ଲେଖା ଅଛି, ଆମ୍ଭେ ତୁମ୍ଭକୁ ବହୁ ଜାତିର ପିତା କରିଅଛୁ ।


କିନ୍ତୁ ସେ ମରିଯାଇଅଛି ବୋଲି ଜାଣିଥିବାରୁ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ ।


ସେଥିରେ ତାହାର ଆତ୍ମା ଫେରିଆସିଲା ଆଉ ସେ ସେହିକ୍ଷଣି ଉଠିଲା, ପୁଣି, ସେ ତାହାକୁ କିଛି ଖାଇବାକୁ ଦେବା ପାଇଁ ଆଜ୍ଞା ଦେଲେ ।


Swiv nou:

Piblisite


Piblisite