Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:10 - ଓଡିଆ ବାଇବେଲ

10 ପରେ ପ୍ରେରିତମାନେ ଫେରିଆସି, ଯାହା ଯାହା କରିଥିଲେ, ସେହି ସବୁ ତାହାଙ୍କ ନିକଟରେ ବର୍ଣ୍ଣନା କଲେ । ଆଉ ସେ ସେମାନଙ୍କୁ ସାଙ୍ଗରେ ଘେନି ଅନ୍ତର ହୋଇ ବେଥସାଇଦା ନାମକ ନଗରକୁ ଚାଲିଗଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପରେ ପ୍ରେରିତମାନେ ବାହୁଡ଼ିଆସି, ଯାହା ଯାହା କରିଥିଲେ, ସେହିସବୁ ତାହାଙ୍କ ନିକଟରେ ବର୍ଣ୍ଣନା କଲେ। ଆଉ, ସେ ସେମାନଙ୍କୁ ସାଙ୍ଗରେ ଘେନି ଅନ୍ତର ହୋଇ ବେଥ୍ସାଇଦା ନାମକ ନଗରକୁ ପ୍ରସ୍ଥାନ କଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ପ୍ରେରିତ ଶିଷ୍ୟମାନେ ଫେରି ଆସିଲେ ଓ ସେମାନେ ଯାହା ଯାହା କରିଥିଲେ, ସବୁ ଯୀଶୁଙ୍କୁ ଜଣାଇଲେ। ସେ ସେମାନଙ୍କୁ ସଙ୍ଗରେ ନେଇ ବେଥ୍ସାଇଦା ନାମକ ଏକ ସହରକୁ ଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପରେ ପ୍ରେରିତମାନେ ଫେରିଆସି, ଯାହା ଯାହା କରିଥିଲେ, ସେହିସବୁ ତାହାଙ୍କ ନିକଟରେ ବର୍ଣ୍ଣନା କଲେ। ଆଉ ସେ ସେମାନଙ୍କୁ ସାଙ୍ଗରେ ଘେନି ଅନ୍ତର ହୋଇ ବେଥ୍‌ସାଇଦା ନାମକ ନଗରକୁ ଚାଲିଗଲେ।

Gade chapit la Kopi

ପବିତ୍ର ବାଇବଲ

10 ପ୍ରେରିତମାନେ ଫେରି ଆସି ସେମାନେ ଯାତ୍ରା କରିବା ସମୟରେ ଯାହାସବୁ କରିଥିଲେ, ସେ ବିଷୟରେ ଯୀଶୁଙ୍କ ଆଗରେ ବର୍ଣ୍ଣନା କଲେ। ତା'ପରେ ଯୀଶୁ ପ୍ରେରିତମାନଙ୍କୁ ସାଙ୍ଗରେ ନେଇ ସେଠାରୁ ବେ‌ଥ୍‌ସାଇଦା ନାମକ ନଗରକୁ ଅନ୍ୟମାନଙ୍କଠାରୁ ଅଲଗା ରହିବା ପାଇଁ ଗ୍ଭଲିଗଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 9:10
10 Referans Kwoze  

ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହି ସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାନ୍ତା, ତେବେ ସେମାନେ ସମୟ ପୁର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ ପରିବର୍ତ୍ତନ କରିଥାଆନ୍ତେ ।


ତୁମ୍ଭମାନଙ୍କ ନେତାମାନଙ୍କର ବାଧ୍ୟ ହୋଇ ସେମାନଙ୍କର ବଶୀଭୂତ ହୁଅ, କାରଣ ଯେଉଁମାନଙ୍କୁ ନିକାଶ ଦେବାକୁ ହେବ, ସେମାନଙ୍କ ସଦୃଶ ସେମାନେ ତୁମ୍ଭମାନଙ୍କ ଆତ୍ମା ସମ୍ବନ୍ଧରେ ପ୍ରହରୀକର୍ମ କରନ୍ତି, ଯେପରି ସେମାନେ ତାହା ଦୁଃଖରେ ନ କରି ଆନନ୍ଦରେ କରି ପାରନ୍ତି; ଦୁଃଖରେ କଲେ, ତୁମ୍ଭମାନଙ୍କର କିଛି ଲାଭ ନାହିଁ ।


ଏଥିଉତ୍ତାରେ ସେହି ସତୁରି ଜଣ ଫେରିଆସି ଆନନ୍ଦରେ କହିଲେ, ପ୍ରଭୁ, ଭୂତମାନେ ସୁଦ୍ଧା ଆପଣଙ୍କ ନାମରେ ଆମ୍ଭମାନଙ୍କ ବଶୀଭୂତ ଅଟନ୍ତି ।


ଫିଲିପ୍ପ ବେଥ୍‍ସାଇଦାର ଲୋକ ଥିଲେ, ତାହା ଆନ୍ଦ୍ରୀୟ ଓ ପିତରଙ୍କର ନଗର ଥିଲା ।


ଏ ଲୋକ କାହିଁକି ଏପରି କହୁଅଛି ? ସେ ଈଶ୍ୱର ନିନ୍ଦା କରୁଅଛି; କେବେଳ ଜଣଙ୍କ ବିନା, ଅର୍ଥାତ୍ ଈଶ୍ୱରଙ୍କ ବିନା ଆଉ କିଏ ପାପ କ୍ଷମା କରି ପାରେ ?


ଏଥିରେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ପୁରୁଷ ଉତ୍ତର କରି କହିଲେ, “ପୃଥିବୀରେ ଏଣେତେଣେ ଗମନାଗମନ କରିବା ପାଇଁ ସଦାପ୍ରଭୁ ଏମାନଙ୍କୁ ପଠାଇ ଅଛନ୍ତି।”


Swiv nou:

Piblisite


Piblisite