Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:2 - ଓଡିଆ ବାଇବେଲ

2 ଆଉ ସେ ସେମାନଙ୍କୁ ଈଶ୍ୱରଙ୍କ ରାଜ୍ୟ ଘୋଷଣା ଓ ରୋଗୀମାନଙ୍କୁ ସୁସ୍ଥ କରିବା ନିମନ୍ତେ ପଠାଇଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆଉ, ସେ ସେମାନଙ୍କୁ ଈଶ୍ଵରଙ୍କ ରାଜ୍ୟ ଘୋଷଣା ଓ ରୋଗୀମାନଙ୍କୁ ସୁସ୍ଥ କରିବା ନିମନ୍ତେ ପ୍ରେରଣ କଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ତା’ପରେ ସେ ସେମାନଙ୍କୁ ଈଶ୍ୱରଙ୍କ ରାଜ୍ୟ ବିଷୟରେ ପ୍ରଚାର କରିବାକୁ ଓ ରୋଗୀମାନଙ୍କୁ ସୁସ୍ଥ କରିବା ପାଇଁ ପଠାଇଲେ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ ସେ ସେମାନଙ୍କୁ ଈଶ୍ବରଙ୍କ ରାଜ୍ୟ ଘୋଷଣା ଓ ରୋଗୀମାନଙ୍କୁ ସୁସ୍ଥ କରିବା ନିମନ୍ତେ ପଠାଇଲେ।

Gade chapit la Kopi

ପବିତ୍ର ବାଇବଲ

2 ତା'ପରେ ସେ ସେମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟର ସୁସମାଗ୍ଭର ଶୁଣାଇବା ପାଇଁ ଓ ରୋଗୀମାନଙ୍କୁ ସୁସ୍ଥ କରିବା ପାଇଁ ପଠାଇଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 9:2
14 Referans Kwoze  

ସେ ସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସୁସ୍ଥ କର, ଆଉ ସେମାନଙ୍କୁ କୁହ, ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ ।


"ମନପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ ।"


କିନ୍ତୁ ଲୋକସମୂହ ତାହା ଜାଣି ତାହାଙ୍କର ପଛେ ପଛେ ଗଲେ; ପୁଣି, ସେ ସଦୟହୋଇ ସେମାନଙ୍କୁ ଗ୍ରହଣ କରି ଈଶ୍ୱରଙ୍କ ରାଜ୍ୟ ବିଷୟ ସେମାନଙ୍କୁ କହିବାକୁ ଲାଗିଲେ, ଆଉ ଯେଉଁମାନଙ୍କର ସୁସ୍ଥ ହେବାର ଆବଶ୍ୟକ ଥିଲା, ସେମାନଙ୍କୁ ସୁସ୍ଥ କଲେ ।


ସେଥିରେ ସେମାନେ ପ୍ରସ୍ଥାନ କରି ମନ ପରିବର୍ତ୍ତନ କରିବା ଯେ କର୍ତ୍ତବ୍ୟ, ଏହା ପ୍ରଚାର କଲେ,


ଆଉ, ସମସ୍ତ ଜାତି ନିକଟରେ ସାକ୍ଷ୍ୟ ଦେବା ପାଇଁ ରାଜ୍ୟର ଏହି ସୁସମାଚାର ସମୁଦାୟ ପୃଥିବୀରେ ଘୋଷଣା କରାଯିବ, ତତ୍ପରେ ଯୁଗାନ୍ତ ହେବ ।


ଯେ କେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ ।


ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯୋହନଙ୍କ ପର୍ଯ୍ୟନ୍ତ ପ୍ରଚଳିତ ଥିଲା; ସେହି ସମୟଠାରୁ ଈଶ୍ୱରଙ୍କ ରାଜ୍ୟର ସୁସମାଚାର ପ୍ରଚାର ହେଉଅଛି, ଆଉ ପ୍ରତ୍ୟେକ ଲୋକ ପରାକ୍ରମ ପୂର୍ବକ ସେଥିରେ ପ୍ରବେଶ କରୁଅଛନ୍ତି ।


ତୁମ୍ଭମାନଙ୍କ ନଗରର ଯେଉଁ ଧୂଳି ଆମ୍ଭମାନଙ୍କ ପାଦରେ ଲାଗିଅଛି, ତାହା ସୁଧା ତୁମ୍ଭମାନଙ୍କ ପାଇଁ ଝାଡ଼ିଦେଉଅଛୁ; ତଥାପି ଈଶ୍ୱରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣିଥାଅ ।


ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର ।


ଏଥିଉତ୍ତାରେ ପ୍ରଭୁ ଆଉ ସତୁରି ଜଣଙ୍କୁ ନିଯୁକ୍ତ କଲେ ଓ ନିଜେ ଯେଉଁ ଯେଉଁ ନଗର ଓ ସ୍ଥାନକୁ ଯିବା ପାଇଁ ଉଦ୍ୟତ ଥିଲେ, ସେହି ସେହି ସ୍ଥାନକୁ ଦୁଇ ଦୁଇ ଜଣ କରି ସେମାନଙ୍କୁ ଆପଣା ଆଗେ ପଠାଇଲେ ।


ଯୀଶୁ ଏହି ବାର ଜଣଙ୍କୁ ପଠାଇ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ଅଣଯିହୂଦୀମାନଙ୍କ ପାଖକୁ ଯାଅ ନାହିଁ ଏବଂ ଶମିରୋଣୀୟମାନଙ୍କର କୌଣସି ନଗରରେ ପ୍ରବେଶ କର ନାହିଁ,


Swiv nou:

Piblisite


Piblisite