Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:23 - ଓଡିଆ ବାଇବେଲ

23 ସେତବେଳେ ସେ ସମସ୍ତଙ୍କୁ କହିଲେ, କେହି ଯେବେ ମୋହର ପଛରେ ଚାଲିବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ପ୍ରତିଦିନ ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସେତେବେଳେ ସେ ସମସ୍ତଙ୍କୁ କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ଵୀକାର କରୁ, ପୁଣି ପ୍ରତିଦିନ ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ଆଉ ସେ ସମସ୍ତଙ୍କୁ କହିଲେ, “ଯଦି କେହି ମୋର ଅନୁଗାମୀ ହେବାକୁ ଚାହେଁ, ସେ ନିଜକୁ ଭୁଲି ଯାଉ, ପ୍ରତିଦିନ ନିଜର କ୍ରୁଶ ବହନ କରି ମୋହର ଅନୁଗମନ କରୁ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସେତେବେଳେ ସେ ସମସ୍ତଙ୍କୁ କହିଲେ, “କେହି ଯେବେ ମୋହର ପଛରେ ଚାଲିବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ପ୍ରତିଦିନ ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ।

Gade chapit la Kopi

ପବିତ୍ର ବାଇବଲ

23 ଯୀଶୁ ପୁଣି ସେମାନଙ୍କୁ କହିବାକୁ ଲାଗିଲେ, “ଯଦି କେହି ମୋର ଅନୁସରଣ କରିବାକୁ ଗ୍ଭହୁଁଥାଏ, ତେବେ ତାହାକୁ ନିଜର ସମସ୍ତ କାମନା ତ୍ୟାଗ କରିବାକୁ ପଡ଼ିବ। ପ୍ରତିଦିନ ତାହାକୁ ଦିଆଯାଇଥିବା କ୍ରୁଶକୁ ଗ୍ରହଣ କରିବାକୁ ହେବ, ଏବଂ ସେ ମୋର ଅନୁସରଣ କରିବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 9:23
11 Referans Kwoze  

କାରଣ ଯଦି ଶାରୀରିକ ଭାବାନୁସାରେ ତୁମ୍ଭେମାନେ ଜୀବନ ଯାପନ କର, ତେବେ ଅବଶ୍ୟ ମରିବ, କିନ୍ତୁ ଯଦି ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଶରୀରର କର୍ମସବୁକୁ ବିନାଶ କର, ତେବେ ଜୀବିତ ହେବ ।


ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁପ୍ରବୃତ୍ତିଗୁଡ଼ିକ, ଅର୍ଥାତ୍‍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହି ସବୁ ପ୍ରତି ମୃତ ହୁଅ;


ପୁଣି, ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନ ଯାପନ କରୁ,


ପ୍ରକୃତରେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଧର୍ମଜୀବନ ଯାପନ କରିବାକୁ ଇଚ୍ଛା କରନ୍ତି, ସେମାନେ ତାଡ଼ନା ଭୋଗ କରିବେ |


ଅତଏବ, ଆସ, ଆମ୍ଭେମାନେ ତାହାଙ୍କ ପରି ନିନ୍ଦା ସହ୍ୟ କରି ଛାଉଣୀର ବାହାରେ ତାହାଙ୍କ ନିକଟକୁ ଯାଉ ।


Swiv nou:

Piblisite


Piblisite