Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:44 - ଓଡିଆ ବାଇବେଲ

44 ଏହି ସମସ୍ତ କଥା ତୁମ୍ଭମାନଙ୍କ କାନରେ ପ୍ରବେଶ କରାଅ; କାରଣ ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ଏହିସମସ୍ତ କଥା ତୁମ୍ଭମାନଙ୍କ କର୍ଣ୍ଣରେ ପ୍ରବେଶ କରାଅ; କାରଣ ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

44 “ମୁଁ ତୁମ୍ଭମାନଙ୍କୁ ଯାହା କହୁବାକୁ ଯାଉଛି, ତାହା ଭୁଲିଯାଅ ନାହିଁ। ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଛନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 “ଏହି ସମସ୍ତ କଥା ତୁମ୍ଭମାନଙ୍କ କାନରେ ପ୍ରବେଶ କରାଅ; କାରଣ ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

44 ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ଯାହା କହିବି, ତାହା ଭୁଲିବ ନାହିଁ। ମନୁଷ୍ୟପୁତ୍ରଙ୍କୁ କେତେଜଣ ମନୁଷ୍ୟମାନଙ୍କ ହାତରେ ଧରେଇ ଦେବେ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 9:44
26 Referans Kwoze  

ସେହି ବ୍ୟକ୍ତି ଈଶ୍ୱରଙ୍କ ନିରୂୂପିତ ସଙ୍କଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ୱାରା କ୍ରୁଶାରୋପଣ କରି ବଧ କରିଥିଲେ;


ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତୃତୀୟ ଦିନରେ ଉଠିବାକୁ ହେବ ।


ଅତଏବ, ଶୁଣାଯାଇଥିବା ବାକ୍ୟ ପ୍ରତି ଅଧିକ ମନୋଯୋଗୀ ହେବା ଆମ୍ଭମାନଙ୍କର ଉଚିତ୍, ନୋହିଲେ କାଳେ ଆମ୍ଭେମାନେ ଲକ୍ଷ୍ୟଭ୍ରଷ୍ଟ ହେବୁ।


କିନ୍ତୁ ମରିୟମ ଏହି ସମସ୍ତ କଥା ହୃଦୟରେ ରଖି ଭାବିବାକୁ ଲାଗିଲେ ।


ଯୀଶୁ ଉତ୍ତର ଦେଲେ, ଯଦି ଊର୍ଦ୍ଧ୍ୱରୁ ଆପଣଙ୍କୁ ଦିଆଯାଇ ନ ଥାଆନ୍ତା, ତାହାହେଲେ ମୋ' ବିରୁଦ୍ଧରେ ଆପଣଙ୍କର କୌଣସି ଅଧିକାର ନ ଥାଆନ୍ତା; ଏଣୁ ଯେ ମୋତେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛି, ତାହାର ପାପ ଗୁରୁତର ।


ମାତ୍ର ଏସମସ୍ତ ଘଟିବାର ସମୟ ଉପସ୍ଥିତ ହେଲେ, ମୁଁ ଯେ ତୁମ୍ଭମାନଙ୍କୁ କହିଥିଲି, ଏହା ଯେପରି ତୁମ୍ଭେମାନେ ସ୍ମରଣ କର, ଏଥି ନିମନ୍ତେ ମୁଁ ଏହି ସବୁ କଥା ତୁମ୍ଭମାନଙ୍କୁ କହିଅଛି । ମୁଁ ତୁମ୍ଭମାନଙ୍କ ସହିତ ଥିବାରୁ ଆରମ୍ଭରୁ ଏହି ସବୁ କଥା ତୁମ୍ଭମାନଙ୍କୁ କହିଲି ନାହିଁ ।


ପୁଣି, ସେ ସେମାନଙ୍କୁ କହିଲେ, ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତାରେ ଧର୍ମଶାସ୍ତ୍ରରେ ମୋ' ବିଷୟରେ ଯାହା ଯାହା ଲେଖା ଅଛି, ସେହି ସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି ।


ପରେ ସେ ବାର ଜଣ ଶିଷ୍ୟଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାଉଅଛୁ, ଆଉ ଭାବବାଦୀମାନଙ୍କ ଦ୍ୱାରା ଯେଉଁ ସମସ୍ତ ବିଷୟ ଲେଖାଯାଇଅଛି, ସେ ସମସ୍ତ ମନୁଷ୍ୟପୁତ୍ରଙ୍କଠାରେ ସଫଳ ହେବ;


ପରେ ସେ ସେମାନଙ୍କ ସାଙ୍ଗରେ ଫେରି ନାଜରିତକୁ ଆସିଲେ ଓ ସେମାନଙ୍କ ବାଧ୍ୟ ହୋଇ ରହିଲେ; ପୁଣି, ତାହାଙ୍କ ମାତା ଏହି ସମସ୍ତ କଥା ସାବଧାନ ରୂପେ ଆପଣା ହୃଦୟରେ ରଖିଲେ ।


ପୁଣି, ଶୁଣିବା ଲୋକ ସମସ୍ତେ ସେହି ସବୁ ଆପଣା ଆପଣା ହୃଦୟରେ ରଖି କହିଲେ, ଏ ଶିଶୁଟି ତେବେ କ’ଣ ହେବ? କାରଣ ପ୍ରଭୁଙ୍କ ହସ୍ତ ତାହାର ସହବର୍ତ୍ତୀ ।


କାରଣ ଯୀଶୁ ଆପଣା ଶିଷ୍ୟମାନଙ୍କୁ ଏହି କଥା କହି ଶିକ୍ଷା ଦେଉଥିଲେ, ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି, ପୁଣି, ସେମାନେ ତାହାଙ୍କୁ ବଧ କରିବେ, ଆଉ ସେ ହତ ହେଲା ଉତ୍ତାରେ ତିନି ଦିନ ପରେ ପୁନରୁତ୍ଥାନ କରିବେ ।


ଆଉ, ଯୀଶୁ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ଯେ, ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତିନି ଦିନ ପରେ ପୁନରୁତ୍ଥାନ କରିବାକୁ ହେବ ।


ଦୁଇ ଦିନ ପରେ ଯେ ନିସ୍ତାର ପର୍ବ ହେବ, ଏହା ତୁମ୍ଭେମାନେ ଜାଣ, ପୁଣି, ମନୁଷ୍ୟପୁତ୍ର କ୍ରୁଶରେ ହତ ହେବା ନିମନ୍ତେ ସମର୍ପିତ ହେବେ ।


ସେହି ସମୟଠାରୁ ଯୀଶୁ ଖ୍ରୀଷ୍ଟ ଆପଣା ଶିଷ୍ୟମାନଙ୍କୁ ବୁଝାଇବାକୁ ଲାଗିଲେ ଯେ, ତାହାଙ୍କୁ ଅବଶ୍ୟ ଯିରୂଶାଲମକୁ ଯିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରୁ ଅନେକ ଦୁଃଖଭୋଗ କରି ହତ ହେବାକୁ ହେବ, ପୁଣି, ତୃତୀୟ ଦିବସରେ ଉତ୍ଥିତ ହେବାକୁ ହେବ ।


ତହିଁରେ ଦାଉଦ ଗାଦ୍‍କୁ କହିଲେ, “ମୁଁ ବଡ଼ ଅକଳରେ ପଡ଼ିଲି, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ହସ୍ତରେ ପଡ଼ୁ; କାରଣ ତାହାଙ୍କ ଦୟା ପ୍ରଚୁର; ମାତ୍ର ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ।”


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ କ'ଣ ଏବେ ବିଶ୍ୱାସ କରୁଅଛ ?


Swiv nou:

Piblisite


Piblisite