Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:7 - ଓଡିଆ ବାଇବେଲ

7 ଇତିମଧ୍ୟରେ ସାମନ୍ତରାଜା ହେରୋଦ ଏହି ସମସ୍ତ ଘଟଣା ବିଷୟ ଶୁଣି ଅବାକ୍ ହୋଇଗଲେ, କାରଣ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି ବୋଲି କେହି କେହି କହୁଥିଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଇତିମଧ୍ୟରେ ସାମ; ରାଜା ହେରୋଦ ଏହିସମସ୍ତ ଘଟଣା ବିଷୟ ଶୁଣି ହତବୁଦ୍ଧି ହେଲେ, କାରଣ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି ବୋଲି କେହି କେହି କହୁଥିଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଗାଲିଲୀର ଶାସନକର୍ତ୍ତା ହେରୋଦ ଏ ସମସ୍ତ ଘଟଣା ଶୁଣି ଅତ୍ୟନ୍ତ ବିଚଳିତ ହେଲେ, କାରଣ ଦୀକ୍ଷାଦାତା ଯୋହନ ପୁଣି ଜୀବନ ପାଇଛନ୍ତି ବୋଲି କେତେକ କହୁଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଇତିମଧ୍ୟରେ ସାମନ୍ତରାଜା ହେରୋଦ ଏହି ସମସ୍ତ ଘଟଣା ବିଷୟ ଶୁଣି ଅବାକ୍ ହୋଇଗଲେ, କାରଣ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି ବୋଲି କେହି କେହି କହୁଥିଲେ;

Gade chapit la Kopi

ପବିତ୍ର ବାଇବଲ

7 ଇତି ମଧ୍ୟରେ ସାମନ୍ତ ରାଜା ହେରୋଦ ଏହି ଘଟଣାଗୁଡ଼ିକ ବିଷୟରେ ଶୁଣି ଗଭୀର ଚିନ୍ତାରେ ପଡ଼ିଗଲେ। କାରଣ କେତେକ ଲୋକ କହୁଥିଲେ, “ବାପ୍ତିଜକ ଯୋହନ ପୁଣି ମୃତ୍ୟୁରୁ ବଞ୍ଚି ଉଠିଛନ୍ତି।”

Gade chapit la Kopi




ଲୂକ ଲିଖିତ ସୁସମାଚାର 9:7
13 Referans Kwoze  

ଏଥିରେ ସେମାନେ ଉତ୍ତର ଦେଲେ, ବାପ୍ତିଜକ ଯୋହନ, କିନ୍ତୁ କେହି କେହି କହନ୍ତି, ଏଲିୟ, ଆଉ କେହି କେହି କହନ୍ତି, ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନର୍ବାର ଉଠିଅଛନ୍ତି ।


ତିବିରିଅା କାଇସରଙ୍କ ଶାସନର ପନ୍ଦର ବର୍ଷରେ, ଯେତେବେଳେ ପନ୍ତିୟ ପୀଲାତ ଯିହୂଦା ପ୍ରଦେଶର ଶାସନକର୍ତ୍ତା ଓ ହେରୋଦ ଗାଲିଲୀର ସାମନ୍ତରାଜା ଥିଲେ, ଆଉ ତାହାଙ୍କ ଭାଇ ଫିଲିପ୍ପ ଈତୂରୀୟା ଓ ତ୍ରାଖୋନୀତି ପ୍ରଦେଶର, ପୁଣି, ଲୁସାନୀୟା ଅବିଲୀନୀର ସାମନ୍ତରାଜା ଥିଲେ


ସେମାନଙ୍କ ମଧ୍ୟରେ ସବୁଠାରୁ ଉତ୍ତମ ଲୋକ କାନକୋଳି ବୃକ୍ଷ ତୁଲ୍ୟ; ସବୁଠାରୁ ସରଳ ଲୋକ କଣ୍ଟାବାଡ଼ ଅପେକ୍ଷା ମନ୍ଦ; ତୁମ୍ଭ ପ୍ରହରୀଗଣର ଦିନ ଓ ତୁମ୍ଭର ଦଣ୍ଡ ଉପସ୍ଥିତ; ଏବେ ସେମାନଙ୍କର ବ୍ୟାକୁଳତା ଜନ୍ମିବ।


କାରଣ ଦର୍ଶନ ଉପତ୍ୟକାରେ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରେରିତ ପରାଜୟର, ଦଳନର, ବ୍ୟାକୁଳତାର ପ୍ରାଚୀର ଭଗ୍ନ ହେବାର ଓ ପର୍ବତଗଣ ପ୍ରତି ଆର୍ତ୍ତନାଦ କରିବାର ଦିନ ଏହି।


ସେମାନେ ଏକ ନିମିଷରେ କିପରି ଉଚ୍ଛିନ୍ନ ହୁଅନ୍ତି ! ନାନା ତ୍ରାସରେ ସେମାନେ ନିଃଶେଷ ରୂପେ ସଂହାରିତ ହୁଅନ୍ତି।


ପୁଣି, ସୁର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରମାଳାରେ ଲକ୍ଷଣ ଦେଖାଯିବ, ଆଉ ପୃଥିବୀରେ ଜାତିମାନଙ୍କ ମଧ୍ୟରେ କ୍ଲେଶ ଘଟିବ; ସମୁଦ୍ର ଓ ତରଙ୍ଗର ତର୍ଜନଗର୍ଜନ ହେତୁ ସେମାନେ ଅବାକ୍ ହେବେ,


ଏଥିମଧ୍ୟରେ ଯୋହନ ଖ୍ରୀଷ୍ଟଙ୍କ କର୍ମର ବିବରଣ କାରାଗାରରେ ଶୁଣି ଆପଣା ଶିଷ୍ୟମାନଙ୍କ ଦ୍ୱାରା ତାହାଙ୍କୁ ପଚାରି ପଠାଇଲେ,


ଏଥିରେ ସେମାନେ ତାହାଙ୍କୁ କହିଲେ, ବାପ୍ତିଜକ ଯୋହନ, ଆଉ କେହି କେହି ଏଲିୟ, କିନ୍ତୁ କେହି କେହି କହନ୍ତି, ଭାବବାଦୀମାନଙ୍କ ମଧ୍ୟରୁ ଜଣେ ।


ସେହି ଦଣ୍ଡରେ କେତେକ ଫାରୂଶୀ ତାହାଙ୍କ ପାଖକୁ ଆସି କହିଲେ, ଏ ସ୍ଥାନ ଛାଡ଼ି ବାହାରି ଯାଉନ୍ତୁ, କାରଣ ହେରୋଦ ଆପଣଙ୍କୁ ମାରିବା ପାଇଁ ଇଚ୍ଛା କରୁଅଛନ୍ତି ।


ପୁଣି, ସେ ଯେ ହେରୋଦଙ୍କ ଅଧିକାର ଅଧିନରେ ଅଛନ୍ତି, ଏହା ଜ୍ଞାତ ହୋଇ ସେ ତାହାଙ୍କୁ ହେରୋଦଙ୍କ ନିକଟକୁ ପଠାଇଦେଲେ, ଯେଣୁ ସେ ମଧ୍ୟ ଏହି ସମୟରେ ଯିରୂଶାଲମରେ ଥିଲେ ।


Swiv nou:

Piblisite


Piblisite