Biblia Todo Logo
Bib sou entènèt

- Piblisite -




ମଲାଖୀ 1:7 - ଓଡିଆ ବାଇବେଲ

7 ଆମ୍ଭ ଯଜ୍ଞବେଦିର ଉପରେ ଅଶୁଚି ରୁଟି ଉତ୍ସର୍ଗ କରି, ତଥାପି ତୁମ୍ଭେମାନେ କହୁଅଛ, ଆମ୍ଭେମାନେ କାହିଁରେ ତୁମ୍ଭକୁ ଅଶୁଚି କରିଅଛୁ ? ସଦାପ୍ରଭୁଙ୍କ ମେଜ ଯେ ତୁଚ୍ଛ, ଏହା କହି, ତାହା କରୁଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତୁମ୍ଭେମାନେ ଆମ୍ଭ ଯଜ୍ଞବେଦିର ଉପରେ ଅଶୁଚି ରୋଟୀ ଉତ୍ସର୍ଗ କରୁଅଛ, ତଥାପି କହୁଅଛ, ଆମ୍ଭେମାନେ କାହିଁରେ ତୁମ୍ଭକୁ ଅଶୁଚି କରିଅଛୁ? ସଦାପ୍ରଭୁଙ୍କ ମେଜ ଯେ ତୁଚ୍ଛ, ଏହା କହି, ତାହା କରୁଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆମ୍ଭ ଯଜ୍ଞବେଦିର ଉପରେ ଅଶୁଚି ରୁଟି ଉତ୍ସର୍ଗ କରି, ତଥାପି ତୁମ୍ଭେମାନେ କହୁଅଛ, ‘ଆମ୍ଭେମାନେ କାହିଁରେ ତୁମ୍ଭକୁ ଅଶୁଚି କରିଅଛୁ? ସଦାପ୍ରଭୁଙ୍କ ମେଜ ଯେ ତୁଚ୍ଛ,’ ଏହା କହି, ତାହା କରୁଅଛ।

Gade chapit la Kopi

ପବିତ୍ର ବାଇବଲ

7 ସଦାପ୍ରଭୁ କହିଲେ, “ତୁମ୍ଭେମାନେ ଆମ୍ଭର ଯଜ୍ଞବେଦି ଉପରେ ଅଶୁଚି ଖାଦ୍ୟ ଉତ୍ସର୍ଗ କରୁଅଛ। “ତଥାପି ତୁମ୍ଭେମାନେ କହୁଛ, ‘ଆମ୍ଭେମାନେ କ’ଣ ଖାଦ୍ୟକୁ ଅଶୁଚି କରୁଛୁ?’ ସଦାପ୍ରଭୁ ଉତ୍ତର ଦେଲେ, “ତୁମ୍ଭେମାନେ ଆମ୍ଭର ଯଜ୍ଞବେଦିକୁ ଅସମ୍ମାନ କରୁଛ।

Gade chapit la Kopi




ମଲାଖୀ 1:7
14 Referans Kwoze  

ମାତ୍ର ସଦାପ୍ରଭୁଙ୍କର ମେଜ ଅଶୁଚି ହୋଇଅଛି ଓ ତହିଁର ଫଳ, ଅର୍ଥାତ୍‍, ତାହାଙ୍କର ଖାଦ୍ୟ ତୁଚ୍ଛ, ଏହା କହି ତୁମ୍ଭେମାନେ ସେହି ନାମକୁ ଅଶୁଚି କରୁଅଛ।


ତୁମ୍ଭେମାନେ ପ୍ରଭୁଙ୍କ ପାନପାତ୍ର ଓ ଭୂତମାନଙ୍କ ପାନପାତ୍ର ଉଭୟରେ ପାନ କରି ପାର ନାହିଁ; ତୁମ୍ଭେମାନେ ପ୍ରଭୁଙ୍କ ମେଜ ଓ ଭୂତମାନଙ୍କ ମେଜ ଉଭୟର ଅଂଶୀ ହୋଇ ପାର ନାହିଁ ।


“ପୁଣି, ତୁମ୍ଭେମାନେ ଯଜ୍ଞ ନିମନ୍ତେ ଯେତେବେଳେ ଅନ୍ଧ ପଶୁ ଉତ୍ସର୍ଗ କର, ତାହା କ’ଣ ମନ୍ଦ ନୁହେଁ ? ଓ ଯେତେବେଳେ ଲେଙ୍ଗଡ଼ା ଓ ରୋଗୀ ପଶୁ ଉତ୍ସର୍ଗ କର, ସେ କ’ଣ ମନ୍ଦ ନୁହେଁ ? ଏବେ ତୁମ୍ଭର ଦେଶାଧ୍ୟକ୍ଷକୁ ତାହା ଭେଟି ଦିଅ; ସେ କି ତୁମ୍ଭ ପ୍ରତି ପ୍ରସନ୍ନ ହେବେ ? ଅବା ସେ କି ତୁମ୍ଭଙ୍କୁ ଗ୍ରହଣ କରିବେ ?” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ବେଦି କାଷ୍ଠନିର୍ମିତ ତିନି ହାତ ଉଚ୍ଚ ଓ ତହିଁର ଦୀର୍ଘତା ଦୁଇ ହାତ ଥିଲା; ଆଉ, ତହିଁର କୋଣସବୁ ତହିଁର ଦୀର୍ଘତା ଓ ତହିଁର ଚାରିପାଖ କାଷ୍ଠମୟ ଥିଲା; ପୁଣି, ସେ ଆମ୍ଭକୁ କହିଲେ, “ସଦାପ୍ରଭୁଙ୍କର ସମ୍ମୁଖସ୍ଥ ମେଜ ଏହି।”


ଯଦି ତହିଁରେ କୌଣସି ଖୁଣ ଥାଏ, ସେହି ପଶୁ ଯଦି ଛୋଟା କି ଅନ୍ଧ କି ଅନ୍ୟ କୌଣସି ପ୍ରକାର ମନ୍ଦଖୁଣଯୁକ୍ତ ଥାଏ, ତେବେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତାହାକୁ ବଳିଦାନ କରିବ ନାହିଁ।


ସେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବେ ଓ ଆପଣାମାନଙ୍କ ପରମେଶ୍ୱରଙ୍କ ନାମ ଅପବିତ୍ର କରିବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର, ଅର୍ଥାତ୍‍, ଆପଣାମାନଙ୍କ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରନ୍ତି; ଏହେତୁ ସେମାନେ ପବିତ୍ର ହେବେ।


ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେକୌଣସି ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ, ତାହା ତାଡ଼ିଯୁକ୍ତ ହେବ ନାହିଁ, ଯେହେତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ତାଡ଼ି କି ମଧୁ ଦଗ୍ଧ କରିବ ନାହିଁ।


ତହୁଁ ଯାଜକ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପ ଭୋଜନ।


ଏହେତୁ ତୁମ୍ଭେ ତାହାକୁ ପବିତ୍ର କରିବ; କାରଣ ସେ ତୁମ୍ଭ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରେ; ସେ ତୁମ୍ଭ ନିକଟରେ ପବିତ୍ର ହେବ; କାରଣ ତୁମ୍ଭମାନଙ୍କୁ ପବିତ୍ର କରୁ ଯେ ସଦାପ୍ରଭୁ ଆମ୍ଭେ, ଆମ୍ଭେ ପବିତ୍ର ଅଟୁ।


ସେମାନେ ଆମ୍ଭ ପବିତ୍ର ସ୍ଥାନରେ ପ୍ରବେଶ କରିବେ ଓ ଆମ୍ଭ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ନିମନ୍ତେ ଆମ୍ଭ ମେଜ ନିକଟକୁ ଆସିବେ, ଆଉ ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିବେ।


ଆହୁରି, ତୁମ୍ଭେମାନେ କହୁଅଛ, “ଦେଖ, ଏହା କିପରି କ୍ଳାନ୍ତିଜନକ ଓ ତୁମ୍ଭେମାନେ ତାହା ତୁଚ୍ଛ ଜ୍ଞାନ କରିଅଛ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; “ଆଉ, ତୁମ୍ଭେମାନେ ବଳାତ୍କାରରେ ଧୃତ ଓ ଲେଙ୍ଗଡ଼ା ଓ ରୋଗୀ ପଶୁ ଆଣିଅଛ; ଏହିରୂପେ ତୁମ୍ଭେମାନେ ନୈବେଦ୍ୟ ଆଣୁଅଛ; ଏହା କି ଆମ୍ଭେ ତୁମ୍ଭମାନଙ୍କ ହସ୍ତରୁ ଗ୍ରହଣ କରିବା ?” ଏହା ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite