Biblia Todo Logo
Bib sou entènèt

- Piblisite -




ମଲାଖୀ 3:10 - ଓଡିଆ ବାଇବେଲ

10 “ଆମ୍ଭର ଗୃହରେ ଯେପରି ଖାଦ୍ୟ ରହିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ଭଣ୍ଡାରକୁ ସମ୍ପୂର୍ଣ୍ଣ ଦଶମାଂଶ ଆଣ, ଆଉ ଆମ୍ଭେ ଆକାଶସ୍ଥ ଦ୍ୱାରସବୁ ମୁକ୍ତ କରି, ରଖିବା ପାଇଁ ସ୍ଥାନ ନିଅଣ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦରୂପ ବୃଷ୍ଟି ବର୍ଷାଇବା କି ନାହିଁ, ଏହି ବିଷୟରେ ଏବେ ଆମ୍ଭର ପରୀକ୍ଷା ନିଅ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆମ୍ଭର ଗୃହରେ ଯେପରି ଖାଦ୍ୟ ରହିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ଭଣ୍ତାରକୁ ସମ୍ପୂର୍ଣ୍ଣ ଦଶମାଂଶ ଆଣ, ଆଉ ଆମ୍ଭେ ଆକାଶସ୍ଥ ଦ୍ଵାରସବୁ ମୁକ୍ତ କରି, ରଖିବା ପାଇଁ ସ୍ଥାନ ନିଅଣ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦରୂପ ବୃଷ୍ଟି ବର୍ଷାଇବା କି ନାହିାଁ, ଏତଦ୍ ବିଷୟରେ ଏବେ ଆମ୍ଭର ପରୀକ୍ଷା ନିଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆମ୍ଭର ଗୃହରେ ଯେପରି ଖାଦ୍ୟ ରହିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ଭଣ୍ଡାରକୁ ସମ୍ପୂର୍ଣ୍ଣ ଦଶମାଂଶ ଆଣ, ଆଉ ଆମ୍ଭେ ଆକାଶସ୍ଥ ଦ୍ୱାରସବୁ ମୁକ୍ତ କରି, ରଖିବା ପାଇଁ ସ୍ଥାନ ନିଅଣ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦରୂପ ବୃଷ୍ଟି ବର୍ଷାଇବା କି ନାହିଁ, ଏହି ବିଷୟରେ ଏବେ ଆମ୍ଭର ପରୀକ୍ଷା ନିଅ,

Gade chapit la Kopi

ପବିତ୍ର ବାଇବଲ

10 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ତୁମ୍ଭମାନଙ୍କ ଦ୍ରବ୍ୟର ଏକ ଦଶମାଂଶ ଆମ୍ଭ ଭଣ୍ତାରକୁ ଆଣ ଯଦ୍ଦ୍ୱାରା କି ତୁମ୍ଭର ଗୃହରେ ଯଥେଷ୍ଟ ଖାଦ୍ୟ ରହିବ। ଆମ୍ଭକୁ ପରୀକ୍ଷା କର। ଯଦି ତୁମ୍ଭେମାନେ ଏହି କାର୍ଯ୍ୟ କର, ଆମ୍ଭେ ଆକାଶର ଝରକାସବୁ ଖୋଲିଦେବା ଏବଂ ତୁମ୍ଭ ଉପରେ ଆଶୀର୍ବାଦ ବୃଷ୍ଟି କରିବା। ପ୍ରତ୍ୟେକ ଦିଗରୁ ତୁମ୍ଭମାନଙ୍କର ଦରକାରଠାରୁ ଅଧିକ ତୁମ୍ଭେମାନେ ଲାଭ କରିବ।

Gade chapit la Kopi




ମଲାଖୀ 3:10
35 Referans Kwoze  

କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ ।


ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; ଦେଶରେ ବାସ କରି ବିଶ୍ୱସ୍ତତାର ଅନୁଗାମୀ ହୁଅ।


ସଦାପ୍ରଭୁ ଯଥା ସମୟରେ ତୁମ୍ଭ ଭୂମିରେ ବୃଷ୍ଟି ଦେବାକୁ ଓ ତୁମ୍ଭ ହସ୍ତର ସମସ୍ତ କର୍ମରେ ଆଶୀର୍ବାଦ କରିବାକୁ ଆପଣା ଆକାଶ ରୂପ ଉତ୍ତମ ଭଣ୍ଡାର ତୁମ୍ଭ ପ୍ରତି ମୁକ୍ତ କରିବେ; ତହିଁରେ ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ ନେବ ନାହିଁ।


ପୁଣି ଭୂମିର ଶସ୍ୟ କି ବୃକ୍ଷର ଫଳ ହେଉ, ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟର ଦଶମାଂଶ ସଦାପ୍ରଭୁଙ୍କର ହେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର।


ପୁଣି, ସେହି ଦିନରେ ଧନ ଓ ଉତ୍ତୋଳନୀୟ ଉପହାର, ପ୍ରଥମଜାତ ଫଳ ଓ ଦଶମାଂଶ, ଯାଜକ ଓ ଲେବୀୟମାନଙ୍କ ନିମନ୍ତେ ନାନା ନଗରର କ୍ଷେତ୍ରାନୁସାରେ ବ୍ୟବସ୍ଥା-ନିରୂପିତ ଅଂଶ ସଂଗ୍ରହ କରିବା ପାଇଁ କୋଠରିସବୁରେ ଲୋକମାନେ ନିଯୁକ୍ତ ହେଲେ; କାରଣ ପରିଚର୍ଯ୍ୟାକାରୀ ଯାଜକ ଓ ଲେବୀୟମାନଙ୍କ ସକାଶୁ ଯିହୁଦା ଆନନ୍ଦିତ ହୋଇଥିଲା।


ଆଉ ଦେଖ, ଲେବୀ-ସନ୍ତାନଗଣ ଯେଉଁ ସେବାକାର୍ଯ୍ୟ କରନ୍ତି, ସମାଗମ-ତମ୍ବୁ ସମ୍ବନ୍ଧୀୟ ସେମାନଙ୍କ ସେହି ସେବାକାର୍ଯ୍ୟର ପରିଶୋଧରେ ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଇସ୍ରାଏଲ ମଧ୍ୟରେ ସମସ୍ତ ଦଶମାଂଶ ଦେଲୁ।


ପୁଣି ତୁମ୍ଭେମାନେ ବହୁସମୟର ସଞ୍ଚିତ ପୁରାତନ ଶସ୍ୟ ଭୋଜନ କରିବ ଓ ତୁମ୍ଭେମାନେ ନୂତନ ଶସ୍ୟ ହେତୁ ପୁରାତନ ଶସ୍ୟ ବାହାର କରିବ।


ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ସେ ପରମେଶ୍ୱରଙ୍କ ଲୋକଙ୍କୁ ଉତ୍ତର କରି କହିଲା, “ଦେଖ, ଯେବେ ସଦାପ୍ରଭୁ ଆକାଶରେ ଦ୍ୱାର କରନ୍ତି, ତେବେ ହେଁ କ’ଣ ଏ କଥା ହୋଇ ପାରିବ ?” ତହିଁରେ ଇଲୀଶାୟ କହିଲେ, “ଦେଖ, ତୁମ୍ଭେ ସ୍ୱଚକ୍ଷୁରେ ତାହା ଦେଖିବ, ମାତ୍ର ତହିଁରୁ ଭୋଜନ କରିବ ନାହିଁ।”


ଆଉ ସେହି ସେନାପତି ପରମେଶ୍ୱରଙ୍କ ଲୋକଙ୍କୁ ଉତ୍ତର କରି କହିଥିଲା, “ଦେଖ, ଯେବେ ସଦାପ୍ରଭୁ ଆକାଶରେ ଦ୍ୱାର କରନ୍ତି, ତେବେ ହେଁ କ’ଣ ଏପରି କଥା ହୋଇ ପାରିବ।” ତହିଁରେ ଇଲୀଶାୟ କହିଥିଲେ, “ଦେଖ, ତୁମ୍ଭେ ସ୍ୱଚକ୍ଷୁରେ ତାହା ଦେଖିବ, ମାତ୍ର ତହିଁରୁ ଭୋଜନ କରିବ ନାହିଁ।”


ଅମାରରେ କି ଏପର୍ଯ୍ୟନ୍ତ ଶସ୍ୟ ଅଛି ? ଯେପରି ଏପର୍ଯ୍ୟନ୍ତ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷର, ଡାଳିମ୍ବ ଓ ଜୀତ ବୃକ୍ଷର ଫଳ ଫଳି ନାହିଁ; ମାତ୍ର ଆଜିଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା।


ଇଲୀୟାଶୀବ ଟୋବୀୟ ନିମନ୍ତେ ଏକ ବୃହତ୍‍ କୋଠରି ପ୍ରସ୍ତୁତ କରିଥିଲା, ମାତ୍ର ପୂର୍ବେ ଲୋକମାନେ ସେହି ସ୍ଥାନରେ ଭକ୍ଷ୍ୟ-ନୈବେଦ୍ୟ, କୁନ୍ଦୁରୁ ଓ ପାତ୍ରାଦି ଓ ଆଜ୍ଞା ପ୍ରମାଣେ ଲେବୀୟ ଓ ଗାୟକ ଓ ଦ୍ୱାରପାଳମାନଙ୍କ ନିମନ୍ତେ ଦେୟ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଦଶମାଂଶ; ଆଉ, ଯାଜକମାନଙ୍କ ନିମନ୍ତେ ଉତ୍ତୋଳନୀୟ ଉପହାର ରଖୁଥିଲେ।


ପୁଣି, ଯିରୁବ୍ବାବିଲ୍‍ ଓ ନିହିମୀୟାଙ୍କ ସମୟରେ ସମଗ୍ର ଇସ୍ରାଏଲ ପ୍ରତି ଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କର ଓ ଦ୍ୱାରପାଳମାନଙ୍କର ଅଂଶ ଦେଲେ; ଆଉ ଲୋକମାନେ ଲେବୀୟମାନଙ୍କ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ ଓ ଲେବୀୟମାନେ ହାରୋଣ-ସନ୍ତାନଗଣ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ।


ନୋହଙ୍କର ବୟସର ଛଅଶହ ବର୍ଷ ଦ୍ୱିତୀୟ ମାସର ସପ୍ତଦଶ ଦିନରେ ମହା ସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି, ଆକାଶସ୍ଥ ଦ୍ୱାର ସବୁ ମୁକ୍ତ ହେଲା।


ମେଘମାଳ ବୃଷ୍ଟିରେ ପୂର୍ଣ୍ଣ ହେଲେ ପୃଥିବୀରେ ତାହା ଢାଳି ଦିଅନ୍ତି; ପୁଣି, ବୃକ୍ଷ ଯଦି ଦକ୍ଷିଣ କି ଉତ୍ତର ଦିଗରେ ପଡ଼େ, ତେବେ ଯେଉଁ ସ୍ଥାନରେ ପଡ଼େ, ସେହି ସ୍ଥାନରେ ରହିବ।


ପୁଣି, ଲେବୀୟମାନଙ୍କ ମଧ୍ୟରୁ ଅହୀୟ ପରମେଶ୍ୱରଙ୍କ ଗୃହର କୋଷାଧ୍ୟକ୍ଷ ଓ ପବିତ୍ରୀକୃତ ସକଳ ବସ୍ତୁର କୋଷାଧ୍ୟକ୍ଷ ଥିଲା।


ଯଦି ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଚ଼ାଲିବ ଓ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ;


ପୁଣି ତୁମ୍ଭେମାନେ ସେହି ସ୍ଥାନକୁ ଆପଣା ଆପଣା ହୋମ ନୈବେଦ୍ୟ, ଆପଣା ଆପଣା ବଳିଦାନ, ଆପଣା ଆପଣା ଦଶମାଂଶ, ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର, ଆପଣା ଆପଣା ମାନତ ଦ୍ରବ୍ୟ, ଆପଣା ଆପଣା ସ୍ଵେଚ୍ଛାଦତ୍ତ ନୈବେଦ୍ୟ ଓ ଆପଣା ଆପଣା ଗୋମେଷଦି ପଲର ପ୍ରଥମଜାତ ସମସ୍ତଙ୍କୁ ଆଣିବ;


ତୁମ୍ଭେ ପ୍ରତି ବର୍ଷ ଆପଣା କ୍ଷେତ୍ରରୁ ଉତ୍ପନ୍ନ ବୀଜର ଦଶମାଂଶ ଅବଶ୍ୟ ପୃଥକ କରିବ।


ଆଉ ଲେବୀୟ ଲୋକ ତୁମ୍ଭ ସଙ୍ଗରେ କୌଣସି ଅଂଶ କି ଅଧିକାର ନ ପାଇବାରୁ ସେ ଓ ତୁମ୍ଭ ନଗରଦ୍ୱାରରେ ଥିବା ବିଦେଶୀ ଓ ପିତୃହୀନ ଓ ବିଧବା, ଏମାନେ ଆସି ଭୋଜନ କରି ତୃପ୍ତ ହେବେ; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ।


ତଥାପି ସେ ଉପରିସ୍ଥ ମେଘମାଳକୁ ଆଜ୍ଞା କଲେ ଓ ଆକାଶର ଦ୍ୱାର ମୁକ୍ତ କଲେ।


ପୁଣି, ଆମ୍ଭେ ସେମାନଙ୍କୁ ଓ ଆମ୍ଭ ପର୍ବତର ଚତୁର୍ଦ୍ଦିଗସ୍ଥିତ ସ୍ଥାନକୁ ଆଶୀର୍ବାଦ ସ୍ୱରୂପ କରିବା; ଆଉ, ଆମ୍ଭେ ଯଥା ସମୟରେ ଜଳଧାରା ବର୍ଷାଇବା; ତାହା ଆଶୀର୍ବାଦର ଜଳଧାରା ହେବ।


ପୁଣି, ସବୁ ଦ୍ରବ୍ୟର ପ୍ରଥମ ଫଳର ଅଗ୍ରିମାଂଶ ଓ ତୁମ୍ଭମାନଙ୍କର ଯାବତୀୟ ଉପହାର ମଧ୍ୟରେ ପ୍ରତ୍ୟେକ ଉପହାର ଯାଜକମାନଙ୍କର ହେବ; ମଧ୍ୟ ତୁମ୍ଭେମାନେ ଆପଣା ଆପଣା ଗୃହରେ ଆଶୀର୍ବାଦ ଅବସ୍ଥିତି କରାଇବା ପାଇଁ ଯାଜକକୁ ଆପଣା ଆପଣା ସୁଜିର ଅଗ୍ରିମାଂଶ ଦେବ।


ଆହୁରି, ସଦାପ୍ରଭୁ କହନ୍ତି, “ସେହି ଦିନ ଆମ୍ଭେ ଉତ୍ତର ଦେବା, ଆମ୍ଭେ ଆକାଶମଣ୍ଡଳକୁ ଉତ୍ତର ଦେବା ଓ ଆକାଶମଣ୍ଡଳ ପୃଥିବୀକୁ ଉତ୍ତର ଦେବ;


ପୁଣି, ସଦାପ୍ରଭୁ ଆପଣା ଲୋକମାନଙ୍କୁ ଉତ୍ତର ଦେଇ କହିଲେ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ପଠାଇ ଦେବା, ଆଉ ତୁମ୍ଭେମାନେ ତହିଁରେ ତୃପ୍ତ ହେବ; ପୁଣି, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଆଉ ନିନ୍ଦାର ପାତ୍ର କରିବା ନାହିଁ।


ପୁଣି, ତୁମ୍ଭମାନଙ୍କର ଖଳାସବୁ ଗହମରେ ପରିପୂର୍ଣ୍ଣ ହେବ ଓ କୁଣ୍ଡସବୁ ଦ୍ରାକ୍ଷାରସ ଓ ତୈଳରେ ଉଚ୍ଛୁଳି ପଡ଼ିବ।


ପୁଣି, ମୁଁ ଏହି ଯେଉଁ ପ୍ରସ୍ତର ସ୍ତମ୍ଭ ରୂପେ ସ୍ଥାପନ କରିଅଛି, ତାହା ପରମେଶ୍ୱରଙ୍କ ଗୃହ ହେବ, ଆଉ ତୁମ୍ଭେ ମୋତେ ଯାହା ସବୁ ଦେବ, ତହିଁର ଦଶମାଂଶ ମୁଁ ତୁମ୍ଭଙ୍କୁ ଅବଶ୍ୟ ଦେବି।”


Swiv nou:

Piblisite


Piblisite