Biblia Todo Logo
Bib sou entènèt

- Piblisite -




ମଲାଖୀ 3:16 - ଓଡିଆ ବାଇବେଲ

16 ସେହି ସମୟରେ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ, ସେମାନେ ଏକ ଆରେକର ସଙ୍ଗେ କଥାବାର୍ତ୍ତା କଲେ; ଆଉ, ସଦାପ୍ରଭୁ ମନୋଯୋଗ କରି ତାହା ଶୁଣିଲେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ତାହାଙ୍କ ନାମ ଧ୍ୟାନ କଲେ, ସେମାନଙ୍କ ନିମନ୍ତେ ଏକ ସ୍ମରଣାର୍ଥ ନଳାକାର ପୁସ୍ତକ ତାହାଙ୍କ ଛାମୁରେ ଲେଖାଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେସମୟରେ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ, ସେମାନେ ଏକ ଆରେକର ସଙ୍ଗେ କଥାବାର୍ତ୍ତା କଲେ; ଆଉ, ସଦାପ୍ରଭୁ ମନୋଯୋଗ କରି ତାହା ଶୁଣିଲେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ତାହାଙ୍କ ନାମ ଧ୍ୟାନ କଲେ, ସେମାନଙ୍କ ନିମନ୍ତେ ଏକ ସ୍ମରଣାର୍ଥ ପୁସ୍ତକ ତାହାଙ୍କ ଛାମୁରେ ଲେଖାଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେହି ସମୟରେ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ, ସେମାନେ ଏକଆରେକର ସଙ୍ଗେ କଥାବାର୍ତ୍ତା କଲେ; ଆଉ, ସଦାପ୍ରଭୁ ମନୋଯୋଗ କରି ତାହା ଶୁଣିଲେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ତାହାଙ୍କ ନାମ ଧ୍ୟାନ କଲେ, ସେମାନଙ୍କ ନିମନ୍ତେ ଏକ ସ୍ମରଣାର୍ଥ ନଳାକାର ପୁସ୍ତକ ତାହାଙ୍କ ଛାମୁରେ ଲେଖାଗଲା।

Gade chapit la Kopi

ପବିତ୍ର ବାଇବଲ

16 ଯେଉଁମାନେ ପରମେଶ୍ୱରଙ୍କୁ ଭୟ କରନ୍ତି ନିଜ ନିଜ ମଧ୍ୟରେ କଥାବାର୍ତ୍ତା ହେଲେ ଏବଂ ସଦାପ୍ରଭୁ ସେମାନଙ୍କ କଥାବାର୍ତ୍ତା ଶୁଣିଲେ। ସେ ଗୋଟିଏ ପୁସ୍ତକରେ ସେହିମାନଙ୍କର ନାମ ଲେଖିଲେ, ଯେଉଁମାନେ ପରମେଶ୍ୱରଙ୍କୁ ଭୟ ଓ ସମ୍ମାନ କରନ୍ତି। ଏବଂ ସେହି ଲୋକମାନଙ୍କର ଯେଉଁମାନେ ସଦାପ୍ରଭୁଙ୍କର ନାମକୁ ଭକ୍ତି କରନ୍ତି।

Gade chapit la Kopi




ମଲାଖୀ 3:16
64 Referans Kwoze  

ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ ।


ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ। ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ଅଶ୍ରୁ ରଖିଥାଅ; ତାହାସବୁ କ’ଣ ତୁମ୍ଭ ପୁସ୍ତକରେ ନାହିଁ ?


ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ।


ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ, ଯେଣୁ ତୁମ୍ଭର ନ୍ୟାଯ୍ୟ କର୍ମସମୂହ ପ୍ରକାଶିତ ହୋଇଅଛି ।


ପୁଣି, ପ୍ରେମ ଓ ସତ୍‍କ୍ରିୟାରେ ପ୍ରବର୍ତ୍ତାଇବା ନିମନ୍ତେ ପରସ୍ପର ବିଷୟରେ ମନୋଯୋଗ କରୁ,


ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି, ପରସ୍ପରର ନିଷ୍ଠା ଜନ୍ମାଅ ।


“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ଏହି ପ୍ରକାରେ ସମୁଦାୟ ଯିହୂଦା ପ୍ରଦେଶ, ଗାଲିଲୀ ଓ ଶମିରୋଣ ମଣ୍ଡଳୀ ନିଷ୍ଠାପ୍ରାପ୍ତ ହୋଇ ଓ ପ୍ରଭୁଙ୍କର ଭୟରେ ଆଚରଣ କରି ଶାନ୍ତି ଭୋଗ କଲେ, ପୁଣି, ପବିତ୍ର ଆତ୍ମାଙ୍କ ସାହାଯ୍ୟରେ ବୃଦ୍ଧି ପାଇବାକୁ ଲାଗିଲେ ।


ଯାହାର ମନ ତୁମ୍ଭଠାରେ ସ୍ଥିର ଥାଏ, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ; କାରଣ ସେ ତୁମ୍ଭଠାରେ ନିର୍ଭର ରଖେ।


ସେ ଜଣେ ଭକ୍ତ, ଆଉ ସପରିବାରରେ ଈଶ୍ୱରଙ୍କୁ ଭୟ କରୁଥିଲେ । ସେ ଲୋକମାନଙ୍କୁ ବହୁତ ଦାନ ଦେଉଥିଲେ, ଆଉ ସର୍ବଦା ଈଶ୍ୱରଙ୍କ ଛାମୁରେ ପ୍ରାର୍ଥନା କରୁଥିଲେ ।


ପୁଣି, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ନଗରର ମଧ୍ୟ ଦେଇ, ଯିରୂଶାଲମର ମଧ୍ୟ ଦେଇ ଯାଅ ଓ ତହିଁ ମଧ୍ୟରେ କୃତ ସକଳ ଘୃଣାଯୋଗ୍ୟ କ୍ରିୟା ସକାଶୁ ଯେଉଁ ଲୋକମାନେ ଦୀର୍ଘ ନିଃଶ୍ୱାସ ଛାଡ଼ନ୍ତି ଓ କାତରୋକ୍ତି କରନ୍ତି, ସେମାନଙ୍କର କପାଳରେ ଚିହ୍ନ ଦିଅ।”


ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି।


ପୁଣି, ତୁମ୍ଭମାନଙ୍କ ହୃଦୟରେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଭଜନ ଓ ଗୀତ ଗାନ କର;


ସେମାନେ, ଅର୍ଥାତ୍ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବାର୍ଥଲମୀ, ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ, 'ଉଦ୍‌ଯୋଗୀ' ଶିମୋନ ଓ ଯାକୁବଙ୍କ ପୁତ୍ର ଯିହୂଦା, ନଗରରେ ପ୍ରବେଶ କରି, ଯେଉଁ ଉପର କୋଠରୀରେ ସେମାନେ ବାସ କରୁଥିଲେ, ସେଠାକୁ ଗଲେ ।


ତାହାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା; ସହସ୍ର ସହସ୍ର ତାହାଙ୍କର ପରିଚର୍ଯ୍ୟା କଲେ ଓ ଅୟୁତ ଅୟୁତ ତାହାଙ୍କ ସମ୍ମୁଖରେ ଉଭା ହେଲେ। ବିଚାରସଭା ବସିଲା ଓ ପୁସ୍ତକମାନ ଫିଟାଗଲା।


ସେହି ଦଣ୍ଡରେ ସେ ଉପସ୍ଥିତ ହୋଇ ଈଶ୍ୱରଙ୍କ ପ୍ରଶଂସା କରୁ କରୁ ଯିରୂଶାଲମର ମୁକ୍ତି ଅପେକ୍ଷାରେ ଥିବା ସମସ୍ତଙ୍କୁ ତାହାଙ୍କ ବିଷୟ କହିବାକୁ ଲାଗିଲେ ।


ସେହି ରାତ୍ରିରେ ରାଜା ଶୋଇ ପାରିଲେ ନାହିଁ; ଏଣୁ ସେ ସ୍ମରଣୀୟ ଇତିହାସ-ପୁସ୍ତକ ଆଣିବାକୁ ଆଜ୍ଞା ଦେଲେ ପୁଣି, ତାହା ରାଜାଙ୍କ ସାକ୍ଷାତରେ ପାଠ କରାଗଲା।


ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ଏକାଠି ଥିଲେ ।


ଦେଖ, ଆମ୍ଭ ସମ୍ମୁଖରେ ଏହା ଲିଖିତ ଅଛି; ଆମ୍ଭେ ନୀରବ ହୋଇ ରହିବା ନାହିଁ, ମାତ୍ର ପ୍ରତିଫଳ ଦେବା, ହଁ, ଆମ୍ଭେ ସେମାନଙ୍କ କୋଳରେ ପ୍ରତିଫଳ ଦେବା,”


ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି ? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର କରୁ।


ହେ ସଦାପ୍ରଭୁ, ଆମ୍ଭେମାନେ ତୁମ୍ଭ ଶାସନ ମାର୍ଗରେ ତୁମ୍ଭ ଅପେକ୍ଷାରେ ରହିଅଛୁ; ତୁମ୍ଭର ନାମ ଓ ତୁମ୍ଭର ସ୍ମରଣ ଚିହ୍ନ ପ୍ରତି ଆମ୍ଭମାନଙ୍କର ପ୍ରାଣର ଆକାଂକ୍ଷା ଅଛି।


ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ; ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ।


ସଦାପ୍ରଭୁ ଆପଣା ଭୟକାରୀମାନଙ୍କଠାରେ ଓ ତାହାଙ୍କ ଦୟାରେ ଭରସାକାରୀମାନଙ୍କଠାରେ ତୁଷ୍ଟ ଅଟନ୍ତି।


କାରଣ ହେ ସଦାପ୍ରଭୁ, ଦେଖ, ଯାହା ତୁମ୍ଭଙ୍କୁ ସମ୍ପୂର୍ଣ୍ଣ ଗୋଚର ନୁହେଁ, ଏପରି ଗୋଟିଏ କଥା ମୋ’ ଜିହ୍ୱାରେ ନାହିଁ।


ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି ଓ ତୁମ୍ଭ ବିଧାନସବୁ ପାଳନ୍ତି, ମୁଁ ସେହି ସମସ୍ତଙ୍କର ସଙ୍ଗୀ।


ସଦାପ୍ରଭୁ-ବିଷୟକ ଭୟ ଜ୍ଞାନର ଆରମ୍ଭ; ଯେଉଁମାନେ ତଦନୁଯାୟୀ କର୍ମ କରନ୍ତି, ସେସମସ୍ତଙ୍କର ସୁବୁଦ୍ଧି ହୁଏ; ତାହାଙ୍କର ପ୍ରଶଂସା ସଦାକାଳସ୍ଥାୟୀ।


ମୋ’ ଆନ୍ତରିକ ଭାବନାର ବାହୁଲ୍ୟ ସମୟରେ ତୁମ୍ଭର ସାନ୍ତ୍ୱନାସବୁ ମୋ’ ପ୍ରାଣକୁ ଆହ୍ଲାଦିତ କରେ।


ହେ ପରମେଶ୍ୱରଙ୍କ ଭୟକାରୀ ସମସ୍ତେ, ଆସ ଶୁଣ, ଆଉ ସେ ଆମ୍ଭ ପ୍ରାଣ ପାଇଁ ଯାହା କରିଅଛନ୍ତି, ତାହା ମୁଁ ବର୍ଣ୍ଣନା କରିବି।


ଦେଖ, ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କ ଦୟାରେ ଭରସା ରଖନ୍ତି,


କେହି କେହି ରଥରେ ଓ କେହି କେହି ଅଶ୍ୱରେ ନିର୍ଭର କରନ୍ତି; ମାତ୍ର ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଶକ୍ତିରେ ନିର୍ଭର କରୁ।


ପୃଥିବୀରେ ଯେଉଁ ପବିତ୍ର ଲୋକମାନେ ଅଛନ୍ତି, ସେମାନେ ଆଦରଣୀୟ, ସେମାନଙ୍କଠାରେ ମୋହର ପରମ ସନ୍ତୋଷ।


ସେ ତାହା ଅନୁସନ୍ଧାନ କରିବେ ନାହିଁ ବୋଲି ଦୁଷ୍ଟ ଆପଣା ମୁଖର ଅହଙ୍କାରରେ କହେ, ପରମେଶ୍ୱର ନାହାନ୍ତି, ଏହା ତାହାର ସକଳ ଚିନ୍ତାର ସାର।


ପୁଣି, ସେ ମନୁଷ୍ୟକୁ କହିଲେ, ‘ଦେଖ, ପ୍ରଭୁ ବିଷୟକ ଭୟ ହିଁ ଜ୍ଞାନ ଓ କୁକ୍ରିୟା ତ୍ୟାଗ ହିଁ ବୁଦ୍ଧି।’”


ତହିଁରେ ଅନୁସନ୍ଧାନ ଦ୍ୱାରା ସେହି କଥା ପ୍ରମାଣ ହୁଅନ୍ତେ, ସେହି ଦୁଇ ଜଣ ବୃକ୍ଷରେ ଫାଶୀ ପାଇଲେ, ଆଉ ସେହି କଥା ରାଜାଙ୍କ ସାକ୍ଷାତରେ ଇତିହାସ-ପୁସ୍ତକରେ ଲେଖାଗଲା।


ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବାକୁ ମୋ’ ପିତା ଦାଉଦଙ୍କର ମନସ୍ଥ ଥିଲା।


ମାତ୍ର ମୁଁ ଆପଣଙ୍କ ନିକଟରୁ ଗଲାକ୍ଷଣେ ଯେବେ ସଦାପ୍ରଭୁଙ୍କ ଆତ୍ମା ମୋହର ଅଜ୍ଞାତ କୌଣସି ସ୍ଥାନକୁ ଆପଣଙ୍କୁ ନେଇଯିବେ, ତେବେ ମୁଁ ଯାଇ ଆହାବଙ୍କୁ ସମ୍ବାଦ ଦେଲେ, ସେ ଆପଣଙ୍କୁ ପାଇ ନ ପାରି ମୋତେ ବଧ କରିବେ; ମାତ୍ର ଆପଣଙ୍କ ଦାସ ମୁଁ ବାଲ୍ୟକାଳାବଧି ସଦାପ୍ରଭୁଙ୍କୁ ଭୟ କରୁଅଛି।


ଏଥିଉତ୍ତାରେ ରାଜା ଆପଣା ଗୃହରେ ବାସ କରିବା ବେଳେ ଓ ସଦାପ୍ରଭୁ ତାଙ୍କର ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କଠାରୁ ତାଙ୍କୁ ବିଶ୍ରାମ ଦେଲା ଉତ୍ତାରେ


କାଳେ କେହି ଈଶ୍ୱରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ୱାରା ଅନେକେ କଳୁଷିତ ହୁଅନ୍ତି;


କିନ୍ତୁ କାଳେ ପାପର ପ୍ରବଞ୍ଚନା ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରୁ କେହି କଠିନମନା ହୁଏ, ଏଥି ନିମନ୍ତେ ଆଜି ସୁଯୋଗ ଥାଉ ଥାଉ ପ୍ରତିଦିନ ପରସ୍ପରକୁ ଉତ୍ସାହ ଦିଅ;


ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ ହୀନମାନଙ୍କୁ ସାନ୍ତ୍ୱନା ଦିଅ, ଦୁର୍ବଳମାନଙ୍କୁୁ ସାହାଯ୍ୟ କର, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ ।


ମୁଁ ବଞ୍ଚିଥିବା ଯାଏ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି; ମୋହର ଅସ୍ତିତ୍ୱ ଥିବାଯାଏ, ମୁଁ ମୋହର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।


ଏଣୁ ଆହାବ ରାଜଗୃହର ଅଧ୍ୟକ୍ଷ ଓବଦୀୟକୁ ଡକାଇଲେ। (ସେହି ଓବଦୀୟ ସଦାପ୍ରଭୁଙ୍କୁ ଅତିଶୟ ଭୟ କରିଥିଲା।


ତହିଁରେ ସେ କହିଲେ, “ତୁମ୍ଭେ ସେହି ବାଳକର ପ୍ରତିକୂଳରେ ହସ୍ତ ବିସ୍ତାର କର ନାହିଁ ଓ ତାହା ପ୍ରତି କିଛି କର ନାହିଁ; କାରଣ ପରମେଶ୍ୱରଙ୍କ ପ୍ରତି ତୁମ୍ଭର ଭୟ ଅଛି, ଏହା ଏବେ ଆମ୍ଭେ ବୁଝିଲୁ; ଯେହେତୁ ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ହିଁ ଅସମ୍ମତ ନୋହିଲ।”


ତଥାପି ଏବେ, ତୁମ୍ଭେ ଯଦି ସେମାନଙ୍କର ପାପ କ୍ଷମା କରିବ; କିନ୍ତୁ ଯଦି ନ କରିବ, ତେବେ ମୁଁ ବିନୟ କରୁଅଛି, ତୁମ୍ଭର ଲିଖିତ ପୁସ୍ତକରୁ ମୋହର ନାମ କାଟି ପକାଅ।”


ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଓ ଦାହକ ଆତ୍ମା ଦ୍ୱାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଓ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରି ଦେବେ;


ଆମ୍ଭେ ମନୋଯୋଗ କରି ଶୁଣିଲୁ, ମାତ୍ର ସେମାନେ ଯଥାର୍ଥ କଥା କହିଲେ ନାହିଁ; ହାୟ ହାୟ, ମୁଁ କ’ଣ କରିଅଛି ! ଏହା କହି କେହି ଆପଣା ଦୁଷ୍ଟତା ସକାଶେ ଅନୁତାପ କରେ ନାହିଁ; ଯେପରି ଊର୍ଦ୍ଧ୍ୱଶ୍ୱାସରେ ଅଶ୍ୱ ଯୁଦ୍ଧରେ ଦୌଡ଼େ, ସେପରି ପ୍ରତ୍ୟେକ ଲୋକ ଆପଣା ଆପଣା ପଥରେ ଦୌଡ଼େ।


ଆମ୍ଭେ ନିଶ୍ଚୟ ଇଫ୍ରୟିମକୁ ଆପଣା ବିଷୟରେ ବିଳାପ କରି ଏହି ପ୍ରକାର କହିବା ଶୁଣିଅଛୁ, ‘ମୁଁ ଅମଣା ବାଛୁରି ପରି ବୋଲି ତୁମ୍ଭେ ମୋତେ ଶାସ୍ତି ଦେଇଅଛ ଓ ମୁଁ ଶାସ୍ତି ଭୋଗ କରିଅଛି; ତୁମ୍ଭେ ମୋତେ ଫେରାଅ, ତହିଁରେ ମୁଁ ଫେରିବି; କାରଣ ତୁମ୍ଭେ ସଦାପ୍ରଭୁ ମୋହର ପରମେଶ୍ୱର।


ସେହି ସମୟରେ ତୁମ୍ଭ ଲୋକଙ୍କ ସନ୍ତାନଗଣର ସାହାଯ୍ୟକାରୀ ମୀଖାୟେଲ ମହାନ ଅଧିପତି ଠିଆ ହେବେ ଓ ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳଠାରୁ ସେହି ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର ସମୟ କେବେ ହୋଇ ନାହିଁ, ଏପରି ସଙ୍କଟର କାଳ ଉପସ୍ଥିତ ହେବ, ଆଉ, ତୁମ୍ଭ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକେ ସେହି ସମୟରେ ଉଦ୍ଧାର ପାଇବେ।


ହେ ପ୍ରଭୁ, ବିନୟ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ଭୟ କରିବାକୁ ଆନନ୍ଦ କରନ୍ତି, ଏପରି ତୁମ୍ଭ ଦାସର ପ୍ରାର୍ଥନା ଓ ତୁମ୍ଭ ଦାସମାନଙ୍କ ପ୍ରାର୍ଥନା ପ୍ରତି ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ହେଉ; ଆଉ, ପ୍ରାର୍ଥନା କରୁଅଛି, ଆଜି ଆପଣା ଦାସର କାର୍ଯ୍ୟ ସିଦ୍ଧ କର, ପୁଣି ଏହି ବ୍ୟକ୍ତିର ଦୃଷ୍ଟିରେ ତାହାକୁ ଦୟାପ୍ରାପ୍ତ ହେବାକୁ ଦିଅ।” ଏସମୟରେ ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।


ତେବେ ମୁଁ ପ୍ରାର୍ଥନା କରିବା ବେଳେ ମୋ’ ଶତ୍ରୁଗଣ ଫେରିଯିବେ; ମୁଁ ଏହା ଜାଣେ ଯେ, ପରମେଶ୍ୱର ମୋହର ସପକ୍ଷ।


ସେ ସଦାପ୍ରଭୁଙ୍କ ଭୟକାରୀ ସାନ ଓ ବଡ଼ ସମସ୍ତଙ୍କୁ ଆଶୀର୍ବାଦ କରିବେ।


Swiv nou:

Piblisite


Piblisite