ମଲାଖୀ 3:7 - ଓଡିଆ ବାଇବେଲ7 ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ସମୟଠାରୁ ତୁମ୍ଭେମାନେ ଆମ୍ଭର ବିଧିସବୁ ଲଙ୍ଘନ କରିଅଛ ଓ ସେହିସବୁ ପାଳନ କରି ନାହଁ। ଆମ୍ଭ ନିକଟକୁ ଫେରି ଆସ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ମାତ୍ର ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କିପରି ଫେରିବା ?” Gade chapit laପବିତ୍ର ବାଇବଲ (Re-edited) - (BSI)7 ତୁମ୍ଭମାନଙ୍କର ପିତୃପୁରୁଷଗଣର ସମୟଠାରୁ ତୁମ୍ଭେମାନେ ଆମ୍ଭର ବିଧିସବୁ ଲଙ୍ଘନ କରିଅଛ ଓ ସେସବୁ ପାଳନ କରି ନାହଁ। ଆମ୍ଭ ନିକଟକୁ ଫେରି ଆସ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ମାତ୍ର ତୁମ୍ଭେମାନେ କହୁଅଛ, ଆମ୍ଭେମାନେ କିରୂପେ ଫେରିବାଣେ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ସମୟଠାରୁ ତୁମ୍ଭେମାନେ ଆମ୍ଭର ବିଧିସବୁ ଲଙ୍ଘନ କରିଅଛ ଓ ସେହି ସବୁ ପାଳନ କରି ନାହଁ। ଆମ୍ଭ ନିକଟକୁ ଫେରି ଆସ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ମାତ୍ର ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କିପରି ଫେରିବା?” Gade chapit laପବିତ୍ର ବାଇବଲ7 ମାତ୍ର ତୁମ୍ଭେମାନେ ମୋର ବ୍ୟବସ୍ଥା ପାଳନ କଲ ନାହିଁ, ଠିକ୍ ଯେପରି ତୁମ୍ଭର ପୂର୍ବପୁରୁଷଗଣ ମଧ୍ୟ ଆମ୍ଭକୁ ଅବଜ୍ଞା କଲେ। ତୁମ୍ଭେମାନେ ଆମ୍ଭ ନିକଟକୁ ଫେରି ଆସ, ତାହାହେଲେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଫେରିଯିବା,” ସଦାପ୍ରଭୁ ଏହିକଥା କହିଥିଲେ। “ତୁମ୍ଭେମାନେ ପଗ୍ଭରୁଛ, ‘ଆମ୍ଭେମାନେ କିପରି ଫେରିଯାଇ ପାରିବୁ?’ Gade chapit la |
କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।
ମାତ୍ର ସେହି ସନ୍ତାନଗଣ ଆମ୍ଭର ବିଦ୍ରୋହାଚରଣ କଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କଲେ ନାହିଁ, ମନୁଷ୍ୟ ତାହା ପାଳନ କଲେ, ତହିଁରେ ସେ ବଞ୍ଚିବ; ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ; ତହିଁରେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
ମାତ୍ର ଇସ୍ରାଏଲ ବଂଶ ପ୍ରାନ୍ତରରେ ଆମ୍ଭର ବିଦ୍ରୋହାଚାରୀ ହେଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ; ପୁଣି, ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅତ୍ୟନ୍ତ ଅପବିତ୍ର କଲେ; ସେତେବେଳେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସଂହାର କରିବା ନିମନ୍ତେ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚାରୀ ହେଲେ ଓ ଆମ୍ଭର କଥା ଶୁଣିବାକୁ ଅସମ୍ମତ ହେଲେ; ସେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କଲେ ନାହିଁ, କିଅବା ମିସ୍ରୀୟ ପ୍ରତିମାଗଣକୁ ଛାଡ଼ିଲେ ନାହିଁ; ତହିଁରେ ଆମ୍ଭେ ମିସର ଦେଶ ମଧ୍ୟରେ ସେମାନଙ୍କ ପ୍ରତିକୂଳରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।