Biblia Todo Logo
Bib sou entènèt

- Piblisite -




ମଲାଖୀ 3:8 - ଓଡିଆ ବାଇବେଲ

8 ମନୁଷ୍ୟ କି ପରମେଶ୍ୱରଙ୍କ ଦ୍ରବ୍ୟ ଚୋରି କରିବ ? ତଥାପି ତୁମ୍ଭେମାନେ ଆମ୍ଭର ଦ୍ରବ୍ୟ ଚୋରି କରୁଅଛ। ମାତ୍ର ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କିପରି ତୁମ୍ଭର ଦ୍ରବ୍ୟ ଦଶମାଂଶରେ ଓ ନୈବେଦ୍ୟରେ ଚୋରି କରିଅଛୁ ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ମନୁଷ୍ୟ କି ପରମେଶ୍ଵରଙ୍କ ଦ୍ରବ୍ୟ ଚୋରି କରିବ? ତଥାପି ତୁମ୍ଭେମାନେ ଆମ୍ଭର ଦ୍ରବ୍ୟ ଚୋରି କରୁଅଛ। ମାତ୍ର ତୁମ୍ଭେମାନେ କହୁଅଛ, ଆମ୍ଭେମାନେ କିରୂପେ ତୁମ୍ଭର ଦ୍ରବ୍ୟ ଚୋରି କରିଅଛୁ? ଦଶମାଂଶରେ ଓ ନୈବେଦ୍ୟରେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମନୁଷ୍ୟ କି ପରମେଶ୍ୱରଙ୍କ ଦ୍ରବ୍ୟ ଚୋରି କରିବ? ତଥାପି ତୁମ୍ଭେମାନେ ଆମ୍ଭର ଦ୍ରବ୍ୟ ଚୋରି କରୁଅଛ। ମାତ୍ର ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କିପରି ତୁମ୍ଭର ଦ୍ରବ୍ୟ ଦଶମାଂଶରେ ଓ ନୈବେଦ୍ୟରେ ଚୋରି କରିଅଛୁ?”

Gade chapit la Kopi

ପବିତ୍ର ବାଇବଲ

8 ଉତ୍ତରରେ ସର୍ବଶକ୍ତିମାନ୍ ସଦାପ୍ରଭୁ କହିଲେ, “ତୁମ୍ଭେମାନେ ପରମେଶ୍ୱରଙ୍କ ଦ୍ରବ୍ୟ ଗ୍ଭେରି କରିବା ବନ୍ଦ କର। ପରମେଶ୍ୱରଙ୍କ ଦ୍ରବ୍ୟ ଗ୍ଭେରି କରିବା ଉଚିତ୍ ନୁହେଁ। ମାତ୍ର ତୁମ୍ଭେମାନେ ଆମ୍ଭର ଦ୍ରବ୍ୟ ଗ୍ଭେରିକଲ। “ତୁମ୍ଭେମାନେ ପୁଣି ପ୍ରଶ୍ନ କଲ, ‘ଆମ୍ଭେମାନେ ତୁମ୍ଭଠାରୁ କ’ଣ ଗ୍ଭେରି କଲୁ?’ ଉତ୍ତରରେ ସଦାପ୍ରଭୁ କହିଲେ, “ତୁମ୍ଭେମାନେ ତୁମ୍ଭ ଦ୍ରବ୍ୟର ଏକ ଦଶମାଂଶ ଦେବା କଥା। ମୋତେ ଏକ ସ୍ୱତନ୍ତ୍ର ଭେଟି ଦେବା କଥା। ମାତ୍ର ସେ ସବୁ ତୁମ୍ଭେମାନେ ମୋତେ ଦେଲନାହିଁ।

Gade chapit la Kopi




ମଲାଖୀ 3:8
18 Referans Kwoze  

ସେମାନେ କହିଲେ, କାଇସରଙ୍କର । ସେଥିରେ ସେ ସେମାନଙ୍କୁ କହିଲେ, ତେବେ କାଇସରଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ୱରଙ୍କର ଯାହା, ତାହା ଈଶ୍ୱରଙ୍କୁ ଦିଅ ।


ସେଥିରେ ଯୀଶୁ ସେମାନଙ୍କୁ କହିଲେ, କାଇସରଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ୱରଙ୍କର ଯାହା, ତାହା ଈଶ୍ୱରଙ୍କୁ ଦିଅ । ତହିଁରେ ସେମାନେ ଯୀଶୁଙ୍କ କଥାରେ ଅତ୍ୟନ୍ତ ଚମତ୍କୃତ ହେଲେ ।


ସଦାପ୍ରଭୁଙ୍କ ନାମର ଗୌରବ କୀର୍ତ୍ତନ କର; ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କୁ ପ୍ରଣାମ କର।


ବ୍ୟଭିଚାର କର ନାହିଁ ବୋଲି କହି ତୁମ୍ଭେ କି ବ୍ୟଭିଚାର କରୁଅଛ ? ପ୍ରତିମା ଘୃଣା କରୁଅଛ ଯେ ତୁମ୍ଭେ, ତୁମ୍ଭେ କ'ଣ ମନ୍ଦିର ଲୁଣ୍ଠନ କରୁଅଛ ?


ଯାହାଙ୍କର ଯାହା ପ୍ରାପ୍ୟ, ତାହାଙ୍କୁ ତାହା ଦିଅ; ଯାହାଙ୍କୁ ରାଜସ୍ୱ ଦେବାକୁ ହୁଏ, ତାହାଙ୍କୁ ରାଜସ୍ୱ ଦିଅ; ଯାହାଙ୍କୁ ଶୁଳ୍‍କ ଦେବାକୁ ହୁଏ, ତାହାଙ୍କୁ ଶୁଳ୍‍କ ଦିଅ; ଯାହାଙ୍କୁ ଭୟ କରିବାକୁ ହୁଏ, ତାହାଙ୍କୁ ଭୟ କର; ଯାହାଙ୍କୁ ସମାଦର କରିବାକୁ ହୁଏ, ତାହାଙ୍କୁ ସମାଦର କର ।


ସେଥିରେ ସେ ସେମାନଙ୍କୁ କହିଲେ, ତେବେ ଯାହା କାଇସରଙ୍କର, ତାହା କାଇସରଙ୍କୁ ଦିଅ; ପୁଣି, ଯାହା ଈଶ୍ୱରଙ୍କର, ତାହା ଈଶ୍ୱରଙ୍କୁ ଦିଅ ।


ଆହୁରି, ତୁମ୍ଭେମାନେ କହୁଅଛ, “ଦେଖ, ଏହା କିପରି କ୍ଳାନ୍ତିଜନକ ଓ ତୁମ୍ଭେମାନେ ତାହା ତୁଚ୍ଛ ଜ୍ଞାନ କରିଅଛ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; “ଆଉ, ତୁମ୍ଭେମାନେ ବଳାତ୍କାରରେ ଧୃତ ଓ ଲେଙ୍ଗଡ଼ା ଓ ରୋଗୀ ପଶୁ ଆଣିଅଛ; ଏହିରୂପେ ତୁମ୍ଭେମାନେ ନୈବେଦ୍ୟ ଆଣୁଅଛ; ଏହା କି ଆମ୍ଭେ ତୁମ୍ଭମାନଙ୍କ ହସ୍ତରୁ ଗ୍ରହଣ କରିବା ?” ଏହା ସଦାପ୍ରଭୁ କହନ୍ତି।


ଇସ୍ରାଏଲ ପାପ କରିଅଛନ୍ତି; ମଧ୍ୟ ଆମ୍ଭେ ସେମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ସେମାନେ ଲଙ୍ଘନ କରିଅଛନ୍ତି; ମଧ୍ୟ ସେମାନେ ବର୍ଜିତ ବସ୍ତୁରୁ କିଛି ନେଇ ଅଛନ୍ତି, ମଧ୍ୟ ଚୋରି କରିଅଛନ୍ତି, ମଧ୍ୟ ପ୍ରବଞ୍ଚନା କରିଅଛନ୍ତି, ଆଉ ମଧ୍ୟ ଆପଣାମାନଙ୍କ ସାମଗ୍ରୀ ମଧ୍ୟରେ ତାହା ରଖିଅଛନ୍ତି।


“ପୁଣି, ତୁମ୍ଭେମାନେ ଯଜ୍ଞ ନିମନ୍ତେ ଯେତେବେଳେ ଅନ୍ଧ ପଶୁ ଉତ୍ସର୍ଗ କର, ତାହା କ’ଣ ମନ୍ଦ ନୁହେଁ ? ଓ ଯେତେବେଳେ ଲେଙ୍ଗଡ଼ା ଓ ରୋଗୀ ପଶୁ ଉତ୍ସର୍ଗ କର, ସେ କ’ଣ ମନ୍ଦ ନୁହେଁ ? ଏବେ ତୁମ୍ଭର ଦେଶାଧ୍ୟକ୍ଷକୁ ତାହା ଭେଟି ଦିଅ; ସେ କି ତୁମ୍ଭ ପ୍ରତି ପ୍ରସନ୍ନ ହେବେ ? ଅବା ସେ କି ତୁମ୍ଭଙ୍କୁ ଗ୍ରହଣ କରିବେ ?” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ତେବେ ସେ ମୋତେ କହିଲେ, “ଏହା ସମୁଦାୟ ଦେଶ ଉପରକୁ ବାହାରି ଯିବା ଅଭିଶାପ; କାରଣ ଯେ ପ୍ରତ୍ୟେକ ଲୋକ ଚୋରି କରେ, ସେ ତହିଁର ଏକ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ ଓ ଯେ ପ୍ରତ୍ୟେକ ଲୋକ ଶପଥ କରେ, ସେ ତହିଁର ଅନ୍ୟ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ।”


ପୁଣି, ପଞ୍ଚମ ବର୍ଷରେ ତୁମ୍ଭେମାନେ ତହିଁର ଫଳ ଭୋଜନ କରିବ, ତହିଁରେ ତୁମ୍ଭମାନଙ୍କ ନିମନ୍ତେ ପ୍ରଚୁର ଫଳ ଫଳିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


କେହି କେହି ବିତରଣ କରି ଆହୁରି ବଢ଼ନ୍ତି, ପୁଣି, କେହି କେହି ଉଚିତ୍ ବ୍ୟୟ ଅସ୍ୱୀକାର କଲେ ହେଁ ତହିଁରୁ କେବଳ ଅଭାବ ଜନ୍ମେ।


ତୁମ୍ଭେ ଆପଣା ହୋମାର୍ଥକ ମେଷାଦି ଆମ୍ଭ ନିକଟକୁ ଆଣି ନାହଁ; କିଅବା ତୁମ୍ଭେ ଆପଣା ବଳିଦାନ ଦ୍ୱାରା ଆମ୍ଭର ସମାଦର କରି ନାହଁ। ଆମ୍ଭେ ନୈବେଦ୍ୟ ନିମନ୍ତେ ତୁମ୍ଭକୁ ଦାସ୍ୟକର୍ମ କରାଇ ନାହୁଁ; କିଅବା କୁନ୍ଦୁରୁ ନିମନ୍ତେ ତୁମ୍ଭକୁ କ୍ଳାନ୍ତ କରାଇ ନାହୁଁ।


Swiv nou:

Piblisite


Piblisite