Biblia Todo Logo
Bib sou entènèt

- Piblisite -




ମଲାଖୀ 4:5 - ଓଡିଆ ବାଇବେଲ

5 ଦେଖ, ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ପ୍ରେରଣ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଦେଖ, ସଦାପ୍ରଭୁଙ୍କର ମହତ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍ବକ୍ତାଙ୍କୁ ପ୍ରେରଣ କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଦେଖ, ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ପ୍ରେରଣ କରିବା।

Gade chapit la Kopi

ପବିତ୍ର ବାଇବଲ

5 ସଦାପ୍ରଭୁ କହିଲେ, “ଦେଖ, ଭବିଷ୍ୟ‌ଦ୍‌ବକ୍ତା ଏଲିୟଙ୍କୁ ଆମ୍ଭେ ତୁମ୍ଭ ନିକଟକୁ ପଠାଇବା। ସଦାପ୍ରଭୁଙ୍କଠାରୁ ମହାନ ଓ ଭୟଙ୍କର ବିଗ୍ଭର ଦିନ ଆସିବା ପୂର୍ବରୁ ସେ ଆସିବେ।

Gade chapit la Kopi




ମଲାଖୀ 4:5
16 Referans Kwoze  

ପିତାମାନଙ୍କ ହୃଦୟ ସନ୍ତାନମାନଙ୍କ ପ୍ରତି ଓ ଅବାଧ୍ୟମାନଙ୍କୁ ଧାର୍ମିକମାନଙ୍କ ଜ୍ଞାନରେ ଆଚରଣ କରିବା ନିମନ୍ତେ ଫେରାଇବାକୁ ଏବଂ ପ୍ରଭୁଙ୍କ ସକାଶେ ସୁସଜ୍ଜିତ ଗୋଟିଏ ପ୍ରଜାମଣ୍ଡଳୀ ପ୍ରସ୍ତୁତ କରିବାକୁ ବାପ୍ତିଜକ ଯୋହନ ଏଲୀୟଙ୍କ ଆତ୍ମା ଓ ଶକ୍ତିରେ ପ୍ରଭୁଙ୍କ ଆଗରେ ଗମନ କରିବ ।


“ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍‍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତେବେ କ'ଣ ? ଆପଣ କ'ଣ ଏଲୀୟ ? ସେ କହିଲେ, ମୁଁ ନୁହେଁ । ଆପଣ କ'ଣ ସେହି ଭାବବାଦୀ ? ସେ ଉତ୍ତର ଦେଲେ, ନା ।


ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନର ପୂର୍ବେ ସୂର୍ଯ୍ୟ ଅନ୍ଧକାର ଓ ଚନ୍ଦ୍ର ରକ୍ତ ହୋଇଯିବ।


ଏକ ଜଣର ରବ ପ୍ରଚାର କରେ, ତୁମ୍ଭେମାନେ ପ୍ରାନ୍ତରରେ ସଦାପ୍ରଭୁଙ୍କ ପଥ ପ୍ରସ୍ତୁତ କର, ମରୁଭୂମି ମଧ୍ୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ରାଜପଥ ସଳଖ କର।


କାରଣ ସେମାନଙ୍କ କ୍ରୋଧର ମହାଦିନ ଉପସ୍ଥିତ ହୋଇଅଛି ଆଉ କିଏ ଠିଆ ହୋଇ ପାରେ ?


“କାରଣ ଦେଖ, ସେହିଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ସେମାନେ ତାହାଙ୍କୁ ପଚାରିଲେ, ଆପଣ ଯଦି ଖ୍ରୀଷ୍ଟ ବା ଏଲୀୟ ବା ସେହି ଭାବବାଦୀ ନୁହଁନ୍ତି, ତାହାହେଲେ କାହିଁକି ବାପ୍ତିସ୍ମ ଦେଉଅଛନ୍ତି?


ଆଉ ଦେଖ, ମୋଶା ଓ ଏଲିୟ, ଏହି ଦୁଇ ବ୍ୟକ୍ତି ତାହାଙ୍କ ସହିତ କଥାବାର୍ତ୍ତା କରିବାକୁ ଲାଗିଲେ;


ସଦାପ୍ରଭୁଙ୍କର ମହାଦିନ ନିକଟବର୍ତ୍ତୀ, ତାହା ଅର୍ଥାତ୍‍, ସଦାପ୍ରଭୁଙ୍କର ଦିନର ଶବ୍ଦ ନିକଟବର୍ତ୍ତୀ ଓ ଅତି ଶୀଘ୍ର ଆସୁଅଛି; ବୀର ପୁରୁଷ ସେହି ସ୍ଥାନରେ ଅତିଶୟ ରୋଦନ କରୁଅଛି।


Swiv nou:

Piblisite


Piblisite