Biblia Todo Logo
Bib sou entènèt

- Piblisite -




ମୀଖା 1:11 - ଓଡିଆ ବାଇବେଲ

11 ହେ ଶାଫୀର ନିବାସିନୀ, ତୁମ୍ଭେ ଉଲଙ୍ଗ ଓ ଲଜ୍ଜିତ ହୋଇ ଚାଲିଯାଅ; ସାନନ ନିବାସିନୀ ବାହାର ହୋଇ ଆସି ନାହିଁ; ବେଥ୍-ସେଲର ବିଳାପ ତୁମ୍ଭମାନଙ୍କଠାରୁ ତାହାର ଅବଲମ୍ବନ ହରଣ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ହେ ଶାଫୀର ନିବାସିନୀ, ତୁମ୍ଭେ ଉଲଙ୍ଗ ଓ ଲଜ୍ଜିତ ହୋଇ ଚାଲିଯାଅ; ସାନନ ନିବାସିନୀ ବାହାର ହୋଇ ଆସି ନାହିଁ; ବୈଥେତ୍ସଲର ବିଳାପ ତୁମ୍ଭମାନଙ୍କଠାରୁ ତାହାର ଅବଲମ୍ଵନ ହରଣ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ହେ ଶାଫୀର ନିବାସିନୀ, ତୁମ୍ଭେ ଉଲଙ୍ଗ ଓ ଲଜ୍ଜିତ ହୋଇ ଚାଲିଯାଅ; ସାନନ ନିବାସିନୀ ବାହାର ହୋଇ ଆସି ନାହିଁ; ବେଥ୍-ସେଲର ବିଳାପ ତୁମ୍ଭମାନଙ୍କଠାରୁ ତାହାର ଅବଲମ୍ବନ ହରଣ କରିବ।

Gade chapit la Kopi

ପବିତ୍ର ବାଇବଲ

11 ହେ ଶାଫୀର ନିବାସୀଗଣ, ଉଲଗ୍ନ ଓ ଲଜ୍ଜିତ ହୋଇ ତୁମ୍ଭମାନଙ୍କର ରାସ୍ତା ଅତିକ୍ରମ କର। ହେ ସାନନ ନିବାସୀଗଣ, ତୁମ୍ଭେମାନେ ବାହାରକୁ ବାହାରିବ ନାହିଁ। ହେ ବୈଥେ‌‌‌‌ତ୍‌‌‌‌ସଲର ନିବାସୀଗଣ, ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ସୁରକ୍ଷା କାଢ଼ି ନିଆ ହେବା ପରି ତୁମ୍ଭେମାନେ ଶୋକ କରିବ।

Gade chapit la Kopi




ମୀଖା 1:11
12 Referans Kwoze  

ସେହିପରି ଅଶୂରର ରାଜା ମିସ୍ରୀୟମାନଙ୍କ ଲଜ୍ଜାର ନିମନ୍ତେ ଆବାଳବୃଦ୍ଧ ମିସ୍ରୀୟ ବନ୍ଦୀ ଓ କୂଶୀୟ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର, ଶୂନ୍ୟପଦ ଓ ଅନାବୃତ କଟି କରି ଘେନିଯିବ।


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବସ୍ତ୍ରର ଅଞ୍ଚଳ ଟେକି ତୁମ୍ଭ ମୁଖ ଉପରେ ଥୋଇବା, ଆଉ ଆମ୍ଭେ ଗୋଷ୍ଠୀବର୍ଗକୁ ତୁମ୍ଭର ଉଲଙ୍ଗତା ଓ ରାଜ୍ୟସମୂହକୁ ତୁମ୍ଭର ଲଜ୍ଜା ଦେଖାଇବା।


ଏଥିସକାଶୁ ଆମ୍ଭେ ବିଳାପ ଓ ହାହାକାର କରିବା, ଆମ୍ଭେ ଉଲଙ୍ଗ ହୋଇ ଖାଲି ପାଦରେ ବୁଲିବା। ଆମ୍ଭେ ଶୃଗାଳ ପରି ବିଳାପ କରିବା ଓ ଉଷ୍ଟ୍ରପକ୍ଷୀ ପରି ଶୋକ କରିବା।


ତହିଁରେ ସେମାନେ ଘୃଣା ଭାବରେ ତୁମ୍ଭ ପ୍ରତି ବ୍ୟବହାର କରିବେ ଓ ତୁମ୍ଭର ସକଳ ପରିଶ୍ରମର ଫଳ ହରଣ କରିବେ, ଆଉ ତୁମ୍ଭକୁ ଉଲଙ୍ଗିନୀ ଓ ବିବସ୍ତ୍ର କରି ଛାଡ଼ି ଦେବେ; ତହିଁରେ ତୁମ୍ଭର ବ୍ୟଭିଚାର ଘଟିତ ଉଲଙ୍ଗତା, ତୁମ୍ଭର ଲମ୍ପଟାଚରଣ ଓ ବେଶ୍ୟା କ୍ରିୟା ପ୍ରକାଶିତ ହେବ।


ଦେଖ, ତୁମ୍ଭେ ଯେଉଁମାନଙ୍କଠାରେ ସନ୍ତୋଷ ପାଇଅଛ, ତୁମ୍ଭର ସେହି ପ୍ରେମିକ ସମସ୍ତଙ୍କୁ, ଆଉ ଯେଉଁମାନଙ୍କୁ ତୁମ୍ଭେ ପ୍ରେମ କରିଅଛ ଓ ଯେଉଁମାନଙ୍କୁ ତୁମ୍ଭେ ଘୃଣା କରିଅଛ, ସେହି ସମସ୍ତଙ୍କୁ ଆମ୍ଭେ ଏକତ୍ର କରିବା; ଆମ୍ଭେ ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରୁ ସେମାନଙ୍କୁ ଏକତ୍ର କରି ସେମାନଙ୍କ ଆଗରେ ତୁମ୍ଭର ଉଲଙ୍ଗତା ଅନାବୃତ କରିବା, ତହିଁରେ ସେମାନେ ତୁମ୍ଭର ସମସ୍ତ ଉଲଙ୍ଗତା ଦେଖିବେ।


ମୋୟାବକୁ ଉଡ଼ି ପଳାଇବା ପାଇଁ ପକ୍ଷ ଦିଅ; ତାହାର ନଗରସକଳ ଧ୍ୱଂସିତ ହେବ, ତହିଁ ମଧ୍ୟରେ ବାସକାରୀ କେହି ରହିବ ନାହିଁ।


ପଳାଅ, ଆପଣା ଆପଣା ପ୍ରାଣ ରକ୍ଷା କର ଓ ପ୍ରାନ୍ତରସ୍ଥ ଝାଉଁ ବୃକ୍ଷ ତୁଲ୍ୟ ହୁଅ।


ପୁଣି ଯଦି ତୁମ୍ଭେ ମନେ ମନେ ପଚାରିବ, ମୋ’ ପ୍ରତି ଏପରି ଦଶା କାହିଁକି ଘଟିଲା ? (ତେବେ ଶୁଣ,) ତୁମ୍ଭ ଅଧର୍ମର ବାହୁଲ୍ୟରୁ ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାଯାଇଅଛି ଓ ତୁମ୍ଭର ଗୋଇଠି ଦୌରାତ୍ମ୍ୟ ଭୋଗ କରୁଅଛି।


କାରଣ ମୋୟାବର କନ୍ୟାଗଣ ଅର୍ଣ୍ଣୋନ ପାର ହେବାର ସମସ୍ତ ସ୍ଥାନରେ ଭ୍ରମଣକାରୀ ପକ୍ଷୀ ପରି ଓ ପକ୍ଷୀର ଛିନ୍ନଭିନ୍ନ ବସା ପରି ହେବେ।


ସନାନ୍‍ ଓ ହଦାଶା ଓ ମିଗ୍‍ଦଲଗାଦ


ଆଉ, ତୁମ୍ଭେମାନେ ଆମ୍ଭ ପର୍ବତଗଣର ଉପତ୍ୟକା ଦେଇ ପଳାୟନ କରିବ; କାରଣ ପର୍ବତଗଣର ଉପତ୍ୟକା ଆତ୍‍ସେଲ ପର୍ଯ୍ୟନ୍ତ ଯିବ; ହଁ, ତୁମ୍ଭେମାନେ ଯିହୁଦାର ରାଜା ଉଷୀୟର ସମୟରେ ଯେପରି ଭୂମିକମ୍ପର ଆଗରୁ ପଳାୟନ କଲେ, ସେପରି ପଳାୟନ କରିବ। ଆଉ, ସଦାପ୍ରଭୁ ମୋ’ ପରମେଶ୍ୱର ଆସିବେ ଓ ତାହାଙ୍କ ସଙ୍ଗେ ସବୁ ପବିତ୍ର ପ୍ରାଣୀମାନେ ଆସିବେ।


Swiv nou:

Piblisite


Piblisite